< ଗୀତସଂହିତା 131 >
1 ଆରୋହଣ ଗୀତ; ଦାଉଦଙ୍କ ରଚିତ। ହେ ସଦାପ୍ରଭୋ, ମୋʼ ଅନ୍ତଃକରଣ ଅହଙ୍କାରୀ ନୁହେଁ, ଅବା ମୋʼ ଦୃଷ୍ଟି ଗର୍ବୀ ନୁହେଁ; କିଅବା ମୁଁ ମହତ୍ ମହତ୍ ବ୍ୟାପାରରେ, ଅଥବା ମୋʼ ପ୍ରତି ବୋଧାତୀତ ଆଶ୍ଚର୍ଯ୍ୟ ବିଷୟମାନଙ୍କରେ ପ୍ରୟାସ କରୁ ନାହିଁ।
Hodočasnička pjesma. Davidova. O Jahve, ne gordi se moje srce niti se oči uznose. Ne idem za stvarima velikim ni za čudima što su iznad mene.
2 ନିଶ୍ଚୟ ମୁଁ ଆପଣା ପ୍ରାଣକୁ ଶାନ୍ତ ଓ କ୍ଷାନ୍ତ କରିଅଛି, ସ୍ତନ୍ୟତ୍ୟାଗୀ ଶିଶୁ ଆପଣା ମାତା ସଙ୍ଗେ ଥିବା ପରି; ମୋʼ ପ୍ରାଣ ମୋʼ ସଙ୍ଗରେ ସ୍ତନ୍ୟତ୍ୟାଗୀ ଶିଶୁ ପରି ଅଛି।
Ne, ja sam se smirio i upokojio dušu svoju; kao dojenče na grudima majke, kao dojenče duša je moja u meni.
3 ହେ ଇସ୍ରାଏଲ, ଆଜିଠାରୁ ଅନନ୍ତକାଳ ସଦାପ୍ରଭୁଙ୍କଠାରେ ଭରସା ରଖ।
U Jahvu se, Izraele, uzdaj odsada dovijeka.