< ଗୀତସଂହିତା 132 >

1 ଆରୋହଣ ଗୀତ। ହେ ସଦାପ୍ରଭୋ, ଦାଉଦ ପକ୍ଷରେ ତାହାର ସକଳ କ୍ଳେଶ ସ୍ମରଣ କର;
A song of ascents. O LORD, remember on behalf of David all the hardships he endured,
2 ସେ କିପ୍ରକାରେ ସଦାପ୍ରଭୁଙ୍କ ନିକଟରେ ଶପଥ କଲା, ଆଉ ଯାକୁବର ବଳଦାତାଙ୍କ ନିକଟରେ ମାନତ କରି କହିଲା;
how he swore an oath to the LORD, and vowed to the Mighty One of Jacob:
3 “ମୁଁ ଯେପର୍ଯ୍ୟନ୍ତ ସଦାପ୍ରଭୁଙ୍କ ନିମନ୍ତେ ଏକ ସ୍ଥାନ ଓ ଯାକୁବର ବଳଦାତାଙ୍କ ନିମନ୍ତେ ଏକ ଆବାସ ପ୍ରାପ୍ତ ନ ହୁଏ,
“I will not enter my house or get into my bed,
4 ସେପର୍ଯ୍ୟନ୍ତ ମୁଁ ନିଶ୍ଚୟ ଆପଣା ଗୃହ-ତମ୍ବୁରେ ପ୍ରବେଶ କରିବି ନାହିଁ, କିଅବା ଆପଣା ଶଯ୍ୟା ଉପରକୁ ଯିବି ନାହିଁ।
I will not give sleep to my eyes or slumber to my eyelids,
5 ମୁଁ ଆପଣା ଚକ୍ଷୁକୁ ନିଦ୍ରା ଦେବି ନାହିଁ, ଅବା ଆପଣା ଚକ୍ଷୁପତାକୁ ଘୁମାଇବାକୁ ଦେବି ନାହିଁ।”
until I find a place for the LORD, a dwelling for the Mighty One of Jacob.”
6 ଦେଖ, ଆମ୍ଭେମାନେ ଇଫ୍ରାଥାରେ ଏ ବିଷୟ ଶୁଣିଲୁ; ଆମ୍ଭେମାନେ ବନସ୍ଥ କ୍ଷେତ୍ରରେ ତାହା ପ୍ରାପ୍ତ ହେଲୁ।
We heard that the ark was in Ephrathah; we found it in the fields of Jaar.
7 ଆମ୍ଭେମାନେ ସଦାପ୍ରଭୁଙ୍କ ଆବାସକୁ ଯିବା; ଆମ୍ଭେମାନେ ତାହାଙ୍କ ପାଦପୀଠରେ ପ୍ରଣାମ କରିବା।
Let us go to His dwelling place; let us worship at His footstool.
8 ହେ ସଦାପ୍ରଭୋ, ଉଠ, ତୁମ୍ଭେ ସ୍ୱପରାକ୍ରମର ସିନ୍ଦୁକ ସହିତ ଆପଣା ବିଶ୍ରାମ-ସ୍ଥାନକୁ ଗମନ କର।
Arise, O LORD, to Your resting place, You and the ark of Your strength.
9 ତୁମ୍ଭର ଯାଜକମାନେ ଧର୍ମରୂପ ବସ୍ତ୍ର ପରିହିତ ହେଉନ୍ତୁ; ପୁଣି, ତୁମ୍ଭ ସଦ୍‍ଭକ୍ତମାନେ ଆନନ୍ଦଧ୍ୱନି କରନ୍ତୁ।
May Your priests be clothed with righteousness, and Your saints shout for joy.
10 ତୁମ୍ଭ ଦାସ ଦାଉଦ ସକାଶୁ ଆପଣା ଅଭିଷିକ୍ତଙ୍କ ମୁଖ ଫେରାଇ ଦିଅ ନାହିଁ।
For the sake of Your servant David, do not reject Your anointed one.
11 ସଦାପ୍ରଭୁ ଦାଉଦ ପ୍ରତି ସତ୍ୟରେ ଶପଥ କରିଅଛନ୍ତି; ସେ ତହିଁରୁ ଫେରିବେ ନାହିଁ। “ଆମ୍ଭେ ତୁମ୍ଭ ତନୁଜାତ ଫଳକୁ ତୁମ୍ଭ ସିଂହାସନରେ ବସାଇବା।
The LORD swore an oath to David, a promise He will not revoke: “One of your descendants I will place on your throne.
12 ଯଦି ତୁମ୍ଭ ସନ୍ତାନଗଣ ଆମ୍ଭ ନିୟମ ଓ ଆମ୍ଭେ ସେମାନଙ୍କୁ ଯେଉଁ ପ୍ରମାଣ-ବାକ୍ୟ ଶିଖାଇବା, ତାହା ପାଳନ କରିବେ, ତେବେ ସେମାନଙ୍କ ସନ୍ତାନଗଣ ହିଁ ସଦାକାଳ ତୁମ୍ଭ ସିଂହାସନରେ ବସିବେ।”
If your sons keep My covenant and the testimony I will teach them, then their sons will also sit on your throne forever and ever.”
13 କାରଣ ସଦାପ୍ରଭୁ ସିୟୋନକୁ ମନୋନୀତ କରିଅଛନ୍ତି; ସେ ଆପଣା ନିବାସ ନିମନ୍ତେ ତାହା ବାଞ୍ଛା କରିଅଛନ୍ତି।
For the LORD has chosen Zion; He has desired it for His home:
14 “ଏହା ଚିରକାଳ ଆମ୍ଭର ବିଶ୍ରାମ-ସ୍ଥାନ ଅଟେ; ଏଠାରେ ଆମ୍ଭେ ବାସ କରିବା; କାରଣ ଆମ୍ଭେ ତାହା ବାଞ୍ଛା କରିଅଛୁ।
“This is My resting place forever and ever; here I will dwell, for I have desired this home.
15 ଆମ୍ଭେ ତାହାର ଭକ୍ଷ୍ୟ ଉପରେ ବହୁଳ ରୂପେ ଆଶୀର୍ବାଦ କରିବା; ଆମ୍ଭେ ତାହାର ଦରିଦ୍ରଗଣକୁ ଅନ୍ନ ଦେଇ ତୃପ୍ତ କରିବା।
I will bless her with abundant provisions; I will satisfy her poor with bread.
16 ଆମ୍ଭେ ତାହାର ଯାଜକଗଣକୁ ହିଁ ତ୍ରାଣ ରୂପ ବସ୍ତ୍ର ପିନ୍ଧାଇବା ଓ ତାହାର ସଦ୍‍ଭକ୍ତମାନେ ଆନନ୍ଦରେ ଉଚ୍ଚଧ୍ୱନି କରିବେ।
I will clothe her priests with salvation, and her saints will sing out in joy.
17 ସେଠାରେ ଆମ୍ଭେ ଦାଉଦର ଶୃଙ୍ଗ ଅଙ୍କୁରିତ କରିବା; ଆମ୍ଭେ ଆପଣା ଅଭିଷିକ୍ତଙ୍କ ପାଇଁ ଏକ ପ୍ରଦୀପ ନିରୂପଣ କରିଅଛୁ।
There I will make a horn grow for David; I have prepared a lamp for My anointed one.
18 ତାହାଙ୍କ ଶତ୍ରୁଗଣକୁ ଆମ୍ଭେ ଲଜ୍ଜାରୂପ ବସ୍ତ୍ର ପିନ୍ଧାଇବା; ମାତ୍ର ତାହାଙ୍କ ରାଜ୍ୟ ଉନ୍ନତି ହେବ।”
I will clothe his enemies with shame, but the crown upon him will gleam.”

< ଗୀତସଂହିତା 132 >