< ଗୀତସଂହିତା 132 >
1 ଆରୋହଣ ଗୀତ। ହେ ସଦାପ୍ରଭୋ, ଦାଉଦ ପକ୍ଷରେ ତାହାର ସକଳ କ୍ଳେଶ ସ୍ମରଣ କର;
Waƙar haurawa. Ya Ubangiji, ka tuna da Dawuda da kuma dukan irin wuyan da ya jimre.
2 ସେ କିପ୍ରକାରେ ସଦାପ୍ରଭୁଙ୍କ ନିକଟରେ ଶପଥ କଲା, ଆଉ ଯାକୁବର ବଳଦାତାଙ୍କ ନିକଟରେ ମାନତ କରି କହିଲା;
Ya yi rantsuwa ga Ubangiji ya kuma yi alkawari ga Maɗaukaki na Yaƙub cewa,
3 “ମୁଁ ଯେପର୍ଯ୍ୟନ୍ତ ସଦାପ୍ରଭୁଙ୍କ ନିମନ୍ତେ ଏକ ସ୍ଥାନ ଓ ଯାକୁବର ବଳଦାତାଙ୍କ ନିମନ୍ତେ ଏକ ଆବାସ ପ୍ରାପ୍ତ ନ ହୁଏ,
“Ba zan shiga gidana ko in kwanta a gado ba,
4 ସେପର୍ଯ୍ୟନ୍ତ ମୁଁ ନିଶ୍ଚୟ ଆପଣା ଗୃହ-ତମ୍ବୁରେ ପ୍ରବେଶ କରିବି ନାହିଁ, କିଅବା ଆପଣା ଶଯ୍ୟା ଉପରକୁ ଯିବି ନାହିଁ।
ba zan ba wa idanuna barci ba, ba gyangyaɗi wa idanuna,
5 ମୁଁ ଆପଣା ଚକ୍ଷୁକୁ ନିଦ୍ରା ଦେବି ନାହିଁ, ଅବା ଆପଣା ଚକ୍ଷୁପତାକୁ ଘୁମାଇବାକୁ ଦେବି ନାହିଁ।”
sai na sami wuri wa Ubangiji, mazauni domin Maɗaukaki na Yaƙub.”
6 ଦେଖ, ଆମ୍ଭେମାନେ ଇଫ୍ରାଥାରେ ଏ ବିଷୟ ଶୁଣିଲୁ; ଆମ୍ଭେମାନେ ବନସ୍ଥ କ୍ଷେତ୍ରରେ ତାହା ପ୍ରାପ୍ତ ହେଲୁ।
Mun ji haka a Efrata, muka yi ƙaro da shi a filayen Ya’ar,
7 ଆମ୍ଭେମାନେ ସଦାପ୍ରଭୁଙ୍କ ଆବାସକୁ ଯିବା; ଆମ୍ଭେମାନେ ତାହାଙ୍କ ପାଦପୀଠରେ ପ୍ରଣାମ କରିବା।
“Bari mu tafi wurin zamansa; bari mu yi sujada a wurin sa ƙafafunsa,
8 ହେ ସଦାପ୍ରଭୋ, ଉଠ, ତୁମ୍ଭେ ସ୍ୱପରାକ୍ରମର ସିନ୍ଦୁକ ସହିତ ଆପଣା ବିଶ୍ରାମ-ସ୍ଥାନକୁ ଗମନ କର।
ka tashi, ya Ubangiji, ka kuma zo wurin hutunka, kai da akwatin alkawarin ƙarfinka.
9 ତୁମ୍ଭର ଯାଜକମାନେ ଧର୍ମରୂପ ବସ୍ତ୍ର ପରିହିତ ହେଉନ୍ତୁ; ପୁଣି, ତୁମ୍ଭ ସଦ୍ଭକ୍ତମାନେ ଆନନ୍ଦଧ୍ୱନି କରନ୍ତୁ।
Bari a suturta firistocinka da adalci; bari tsarkakanka su rera don farin ciki.”
10 ତୁମ୍ଭ ଦାସ ଦାଉଦ ସକାଶୁ ଆପଣା ଅଭିଷିକ୍ତଙ୍କ ମୁଖ ଫେରାଇ ଦିଅ ନାହିଁ।
Saboda Dawuda bawanka, kada ka ƙi shafaffenka.
11 ସଦାପ୍ରଭୁ ଦାଉଦ ପ୍ରତି ସତ୍ୟରେ ଶପଥ କରିଅଛନ୍ତି; ସେ ତହିଁରୁ ଫେରିବେ ନାହିଁ। “ଆମ୍ଭେ ତୁମ୍ଭ ତନୁଜାତ ଫଳକୁ ତୁମ୍ଭ ସିଂହାସନରେ ବସାଇବା।
Ubangiji ya rantse wa Dawuda tabbataccen rantsuwa cewa ba zai janye ba cewa, “Ɗaya daga cikin zuriyarka zan sa a kan kursiyinka,
12 ଯଦି ତୁମ୍ଭ ସନ୍ତାନଗଣ ଆମ୍ଭ ନିୟମ ଓ ଆମ୍ଭେ ସେମାନଙ୍କୁ ଯେଉଁ ପ୍ରମାଣ-ବାକ୍ୟ ଶିଖାଇବା, ତାହା ପାଳନ କରିବେ, ତେବେ ସେମାନଙ୍କ ସନ୍ତାନଗଣ ହିଁ ସଦାକାଳ ତୁମ୍ଭ ସିଂହାସନରେ ବସିବେ।”
in’ya’yanka maza za su kiyaye alkawari da farillan da na koya musu, to’ya’yansu maza za su zauna a kan kursiyinka har abada abadin.”
13 କାରଣ ସଦାପ୍ରଭୁ ସିୟୋନକୁ ମନୋନୀତ କରିଅଛନ୍ତି; ସେ ଆପଣା ନିବାସ ନିମନ୍ତେ ତାହା ବାଞ୍ଛା କରିଅଛନ୍ତି।
Gama Ubangiji ya zaɓi Sihiyona, ya so ta zama mazauninsa,
14 “ଏହା ଚିରକାଳ ଆମ୍ଭର ବିଶ୍ରାମ-ସ୍ଥାନ ଅଟେ; ଏଠାରେ ଆମ୍ଭେ ବାସ କରିବା; କାରଣ ଆମ୍ଭେ ତାହା ବାଞ୍ଛା କରିଅଛୁ।
“Wannan shi ne wurin hutuna har abada abadin; a nan zan zauna ina mulki gama ina son ta,
15 ଆମ୍ଭେ ତାହାର ଭକ୍ଷ୍ୟ ଉପରେ ବହୁଳ ରୂପେ ଆଶୀର୍ବାଦ କରିବା; ଆମ୍ଭେ ତାହାର ଦରିଦ୍ରଗଣକୁ ଅନ୍ନ ଦେଇ ତୃପ୍ତ କରିବା।
zan albarkace ta da tanade-tanade masu yawa; matalautanta za su ƙoshi da abinci.
16 ଆମ୍ଭେ ତାହାର ଯାଜକଗଣକୁ ହିଁ ତ୍ରାଣ ରୂପ ବସ୍ତ୍ର ପିନ୍ଧାଇବା ଓ ତାହାର ସଦ୍ଭକ୍ତମାନେ ଆନନ୍ଦରେ ଉଚ୍ଚଧ୍ୱନି କରିବେ।
Zan suturta firistocinta da ceto, tsarkakanta kuma kullum za su rera don farin ciki.
17 ସେଠାରେ ଆମ୍ଭେ ଦାଉଦର ଶୃଙ୍ଗ ଅଙ୍କୁରିତ କରିବା; ଆମ୍ଭେ ଆପଣା ଅଭିଷିକ୍ତଙ୍କ ପାଇଁ ଏକ ପ୍ରଦୀପ ନିରୂପଣ କରିଅଛୁ।
“A nan zan sa ƙaho ya yi girma wa Dawuda in kuma kafa fitila saboda shafaffena.
18 ତାହାଙ୍କ ଶତ୍ରୁଗଣକୁ ଆମ୍ଭେ ଲଜ୍ଜାରୂପ ବସ୍ତ୍ର ପିନ୍ଧାଇବା; ମାତ୍ର ତାହାଙ୍କ ରାଜ୍ୟ ଉନ୍ନତି ହେବ।”
Zan suturta abokan gābansa da kunya, amma rawanin da yake a kansa zai yi ta walƙiya.”