< ଗୀତସଂହିତା 133 >
1 ଆରୋହଣ ଗୀତ, ଦାଉଦଙ୍କ ରଚିତ। ଦେଖ, ଭାଇମାନେ ମିଳନରେ ଏକତ୍ର ବାସ କରିବା କିପରି ଉତ୍ତମ ଓ ମନୋହର!
¡Miren cuán bueno y cuán agradable es Que los hermanos vivan juntos en unidad!
2 ତାହା ମସ୍ତକରେ ବହୁମୂଲ୍ୟ ତୈଳ ସ୍ୱରୂପ, ଯାହା ଦାଢ଼ିରେ, ଅର୍ଥାତ୍, ହାରୋଣଙ୍କର ଦାଢ଼ିରେ ବହି ତାଙ୍କ ବସ୍ତ୍ରାଞ୍ଚଳରେ ପଡ଼ିଲା।
Es como el buen aceite sobre la cabeza Que baja sobre la barba, La barba de Aarón, Y baja hasta el borde de sus ropas.
3 ତାହା ହର୍ମୋଣ ପାହାଡ଼ର ଶିଶିର ତୁଲ୍ୟ, ଯାହା ସିୟୋନର ପର୍ବତଗଣ ଉପରେ କ୍ଷରି ପଡ଼େ। କାରଣ ସଦାପ୍ରଭୁ ସେଠାରେ ଆଶୀର୍ବାଦ, ହଁ, ଅନନ୍ତ ଜୀବନ ଆଜ୍ଞା କଲେ।
Como el rocío de la montaña Hermón, Que baja sobre las montañas de Sion, Porque allá Yavé envía bendición: vida eterna.