< ଗୀତସଂହିତା 134 >
1 ଆରୋହଣ ଗୀତ। ଦେଖ, ହେ ସଦାପ୍ରଭୁଙ୍କ ଦାସସକଳ, ରାତ୍ରିକାଳରେ ସଦାପ୍ରଭୁଙ୍କ ଗୃହରେ ସେବା କରୁଥାଅ ଯେ ତୁମ୍ଭେମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର।
Canto dei pellegrinaggi. Ecco, benedite l’Eterno, voi tutti servitori dell’Eterno, che state durante la notte nella casa dell’Eterno!
2 ତୁମ୍ଭେମାନେ ଧର୍ମଧାମ ଆଡ଼େ ଆପଣା ଆପଣା ହସ୍ତ ଉଠାଅ ଓ ସଦାପ୍ରଭୁଙ୍କର ଧନ୍ୟବାଦ କର।
Levate le vostre mani verso il santuario, e benedite l’Eterno!
3 ଆକାଶ ଓ ପୃଥିବୀର ନିର୍ମାଣକର୍ତ୍ତା ସଦାପ୍ରଭୁ ସିୟୋନରୁ ତୁମ୍ଭକୁ ଆଶୀର୍ବାଦ କରନ୍ତୁ।
L’Eterno ti benedica da Sion, egli che ha fatto il cielo e la terra.