< ଗୀତସଂହିତା 135 >

1 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। ତୁମ୍ଭେମାନେ ସଦାପ୍ରଭୁଙ୍କ ନାମର ପ୍ରଶଂସା କର; ହେ ସଦାପ୍ରଭୁଙ୍କ ଦାସମାନେ, ତାହାଙ୍କର ପ୍ରଶଂସା କର।
Alleluia. Praise you the name of the Lord; praise the Lord, [you his] servants,
2 ସଦାପ୍ରଭୁଙ୍କ ଗୃହରେ, ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହ-ପ୍ରାଙ୍ଗଣରେ ସେବା କରୁଥାଅ ଯେ ତୁମ୍ଭେମାନେ
who stand in the house of the Lord, in the courts of the house of our God.
3 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର; କାରଣ ସଦାପ୍ରଭୁ ମଙ୍ଗଳମୟ; ତାହାଙ୍କ ନାମ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର; କାରଣ ତାହା ମନୋହର।
Praise you the Lord; for the Lord is good: sing praises to his name; for [it is] good.
4 ଯେହେତୁ ସଦାପ୍ରଭୁ ଆପଣା ନିମନ୍ତେ ଯାକୁବକୁ ଓ ନିଜର ସଞ୍ଚିତ ଧନ ରୂପେ ଇସ୍ରାଏଲକୁ ମନୋନୀତ କରିଅଛନ୍ତି।
For the Lord has chosen Jacob for himself, [and] Israel for his peculiar treasure.
5 କାରଣ ମୁଁ ଜାଣେ, ସଦାପ୍ରଭୁ ମହାନ ଓ ଆମ୍ଭମାନଙ୍କ ପ୍ରଭୁ ସକଳ ଦେବତାଗଣ ଅପେକ୍ଷା ଶ୍ରେଷ୍ଠ।
For I know that the Lord is great, and our Lord is above all gods;
6 ଆକାଶରେ ଓ ପୃଥିବୀରେ, ସମୁଦ୍ରରେ ଓ ସମଗ୍ର ବାରିଧିରେ ସଦାପ୍ରଭୁ ଯାହା ଇଚ୍ଛା କଲେ, ତାହା କରିଅଛନ୍ତି।
all that the Lord willed, he did in heaven, and on the earth, in the sea, and in all deeps.
7 ସେ ପୃଥିବୀର ପ୍ରାନ୍ତରୁ ବାଷ୍ପ ଉଠାନ୍ତି; ସେ ବୃଷ୍ଟି ନିମନ୍ତେ ବିଜୁଳି ଉତ୍ପନ୍ନ କରନ୍ତି; ସେ ଆପଣା ଭଣ୍ଡାରସମୂହରୁ ବାୟୁ ବାହାର କରି ଆଣନ୍ତି।
Who brings up clouds from the extremity of the earth: he has made lightnings for the rain: he brings winds out of his treasures.
8 ସେ ମିସରର ପ୍ରଥମଜାତ ମନୁଷ୍ୟ ଓ ପଶୁ ଉଭୟକୁ ସଂହାର କଲେ।
Who struck the firstborn of Egypt, both of man and beast.
9 ହେ ମିସର, ସେ ତୁମ୍ଭ ମଧ୍ୟକୁ, ଫାରୋ ପ୍ରତିକୂଳରେ, ତାହାର ଦାସଗଣ ପ୍ରତିକୂଳରେ ନାନା ଚିହ୍ନ ଓ ଅଦ୍ଭୁତ ଲକ୍ଷଣ ପ୍ରେରଣ କଲେ।
He sent signs and wonders into the midst of you, O Egypt, on Pharao, and on all his servants.
10 ସେ ଅନେକ ଗୋଷ୍ଠୀଙ୍କୁ ସଂହାର କଲେ, ପରାକ୍ରାନ୍ତ ରାଜାମାନଙ୍କୁ,
Who struck many nations, and killed mighty kings;
11 ଇମୋରୀୟମାନଙ୍କ ରାଜା ସୀହୋନକୁ ଓ ବାଶନର ରାଜା ଓଗ୍‍କୁ, ଆଉ କିଣାନର ସକଳ ରାଜ୍ୟକୁ ବଧ କଲେ।
Seon king of the Amorites, and Og king of Basan, and all the kingdoms of Chanaan:
12 ପୁଣି, ସେମାନଙ୍କର ଦେଶ ଅଧିକାର ନିମନ୍ତେ ଦେଲେ, ଆପଣା ଲୋକ ଇସ୍ରାଏଲକୁ ଅଧିକାରାର୍ଥେ ଦେଲେ।
and gave their land [for] an inheritance, an inheritance to Israel his people.
13 ହେ ସଦାପ୍ରଭୋ, ତୁମ୍ଭ ନାମ ଅନନ୍ତକାଳସ୍ଥାୟୀ; ହେ ସଦାପ୍ରଭୋ, ତୁମ୍ଭ ସ୍ମରଣ ପୁରୁଷ-ପରମ୍ପରାରେ ଥାଏ।
O Lord, your name [endures] for ever, and your memorial to all generations.
14 ଯେହେତୁ ସଦାପ୍ରଭୁ ଆପଣା ଲୋକମାନଙ୍କର ବିଚାର କରିବେ ଓ ଆପଣା ଦାସମାନଙ୍କ ପ୍ରତି ସଦୟ ହେବେ।
For the Lord shall judge his people, and comfort himself concerning his servants.
15 ଅନ୍ୟ ଦେଶୀୟମାନଙ୍କ ପ୍ରତିମାସବୁ ରୂପା ଓ ସୁନା, ମନୁଷ୍ୟର ହସ୍ତକୃତ କର୍ମ ଅଟେ।
The idols of the heathen are silver and gold, the works of men's hands.
16 ସେମାନଙ୍କର ମୁଖ ଅଛି, ମାତ୍ର ସେମାନେ କଥା କହନ୍ତି ନାହିଁ, ସେମାନଙ୍କର ଚକ୍ଷୁ ଅଛି, ମାତ୍ର ସେମାନେ ଦେଖନ୍ତି ନାହିଁ;
They have a mouth, but they can’t speak; they have eyes, but they can’t see;
17 ସେମାନଙ୍କର କର୍ଣ୍ଣ ଅଛି, ମାତ୍ର ସେମାନେ ଶୁଣନ୍ତି ନାହିଁ; କିଅବା ସେମାନଙ୍କ ମୁଖରେ ନିଶ୍ୱାସପ୍ରଶ୍ୱାସ ନାହିଁ।
they have ears, but they can’t hear; for there is no breath in their mouth.
18 ସେମାନଙ୍କର ନିର୍ମାଣକାରୀମାନେ ଓ ସେମାନଙ୍କଠାରେ ନିର୍ଭରକାରୀ ପ୍ରତ୍ୟେକେ ସେମାନଙ୍କ ତୁଲ୍ୟ ହେବେ।
Let those who make them be made like to them; and all those who trust in them.
19 ହେ ଇସ୍ରାଏଲ ବଂଶ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର; ହେ ହାରୋଣ-ବଂଶ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର;
O house of Israel, bless you the Lord: O house of Aaron, bless you the Lord:
20 ହେ ଲେବୀ-ବଂଶ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର। ହେ ସଦାପ୍ରଭୁଙ୍କ ଭୟକାରୀଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର।
O house of Levi, bless you the Lord: you that fear the Lord, bless the Lord.
21 ଯିରୂଶାଲମବାସୀ ସଦାପ୍ରଭୁ ସିୟୋନଠାରୁ ଧନ୍ୟ ହେଉନ୍ତୁ। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।
Blessed in Sion be the Lord, who dwells in Jerusalem.

< ଗୀତସଂହିତା 135 >