< ଗୀତସଂହିତା 135 >
1 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। ତୁମ୍ଭେମାନେ ସଦାପ୍ରଭୁଙ୍କ ନାମର ପ୍ରଶଂସା କର; ହେ ସଦାପ୍ରଭୁଙ୍କ ଦାସମାନେ, ତାହାଙ୍କର ପ୍ରଶଂସା କର।
Msifuni Yahwe. Lisifuni jina la Yahwe. Msifuni yeye, enyi watumishi wa Yahwe,
2 ସଦାପ୍ରଭୁଙ୍କ ଗୃହରେ, ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହ-ପ୍ରାଙ୍ଗଣରେ ସେବା କରୁଥାଅ ଯେ ତୁମ୍ଭେମାନେ
ninyi msimamao katika nyumba ya Yahwe, katika nyua za nyumba ya Mungu wetu.
3 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର; କାରଣ ସଦାପ୍ରଭୁ ମଙ୍ଗଳମୟ; ତାହାଙ୍କ ନାମ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର; କାରଣ ତାହା ମନୋହର।
Msifuni Yahwe, kwa kuwa ni mwema; liimbieni sifa jina lake, maana ni vizuri kufanya hivyo.
4 ଯେହେତୁ ସଦାପ୍ରଭୁ ଆପଣା ନିମନ୍ତେ ଯାକୁବକୁ ଓ ନିଜର ସଞ୍ଚିତ ଧନ ରୂପେ ଇସ୍ରାଏଲକୁ ମନୋନୀତ କରିଅଛନ୍ତି।
Kwa kuwa Yahwe amemchagua Yakobo kwa ajili yake mwenyewe, Israeli kama urithi wake.
5 କାରଣ ମୁଁ ଜାଣେ, ସଦାପ୍ରଭୁ ମହାନ ଓ ଆମ୍ଭମାନଙ୍କ ପ୍ରଭୁ ସକଳ ଦେବତାଗଣ ଅପେକ୍ଷା ଶ୍ରେଷ୍ଠ।
Najua ya kuwa Yahwe ni mkuu, na kwamba Bwana wetu yuko juu ya miungu yote.
6 ଆକାଶରେ ଓ ପୃଥିବୀରେ, ସମୁଦ୍ରରେ ଓ ସମଗ୍ର ବାରିଧିରେ ସଦାପ୍ରଭୁ ଯାହା ଇଚ୍ଛା କଲେ, ତାହା କରିଅଛନ୍ତି।
Chochote Yahwe apendacho, hufanya mbinguni, duniani, katika bahari na katika vilindi vyote.
7 ସେ ପୃଥିବୀର ପ୍ରାନ୍ତରୁ ବାଷ୍ପ ଉଠାନ୍ତି; ସେ ବୃଷ୍ଟି ନିମନ୍ତେ ବିଜୁଳି ଉତ୍ପନ୍ନ କରନ୍ତି; ସେ ଆପଣା ଭଣ୍ଡାରସମୂହରୁ ବାୟୁ ବାହାର କରି ଆଣନ୍ତି।
Hushusha mawingu kutoka mbali, akifanya mianga ya radi kuongozana na mvua na kuleta upepo toka katika ghala yake.
8 ସେ ମିସରର ପ୍ରଥମଜାତ ମନୁଷ୍ୟ ଓ ପଶୁ ଉଭୟକୁ ସଂହାର କଲେ।
Aliua mzaliwa wa kwanza wa Misri, wote wanadamu na wanyama.
9 ହେ ମିସର, ସେ ତୁମ୍ଭ ମଧ୍ୟକୁ, ଫାରୋ ପ୍ରତିକୂଳରେ, ତାହାର ଦାସଗଣ ପ୍ରତିକୂଳରେ ନାନା ଚିହ୍ନ ଓ ଅଦ୍ଭୁତ ଲକ୍ଷଣ ପ୍ରେରଣ କଲେ।
Alituma ishara na maajabu kati yako Misri, dhidi ya Farao na watumishi wake wote.
10 ସେ ଅନେକ ଗୋଷ୍ଠୀଙ୍କୁ ସଂହାର କଲେ, ପରାକ୍ରାନ୍ତ ରାଜାମାନଙ୍କୁ,
Aliwashambulia mataifa mengi na aliua wafalme wenye nguvu,
11 ଇମୋରୀୟମାନଙ୍କ ରାଜା ସୀହୋନକୁ ଓ ବାଶନର ରାଜା ଓଗ୍କୁ, ଆଉ କିଣାନର ସକଳ ରାଜ୍ୟକୁ ବଧ କଲେ।
Sihoni mfalme wa Waamori na Ogu mfalme wa Bashani na falme zote za Kanaani.
12 ପୁଣି, ସେମାନଙ୍କର ଦେଶ ଅଧିକାର ନିମନ୍ତେ ଦେଲେ, ଆପଣା ଲୋକ ଇସ୍ରାଏଲକୁ ଅଧିକାରାର୍ଥେ ଦେଲେ।
Alitupatia sisi nchi yao kama urithi, urithi wa Israeli watu wake.
13 ହେ ସଦାପ୍ରଭୋ, ତୁମ୍ଭ ନାମ ଅନନ୍ତକାଳସ୍ଥାୟୀ; ହେ ସଦାପ୍ରଭୋ, ତୁମ୍ଭ ସ୍ମରଣ ପୁରୁଷ-ପରମ୍ପରାରେ ଥାଏ।
Jina lako, Yahwe, inadumu milele; Yahwe, kumbukumbu lako vizazi hata vizazi.
14 ଯେହେତୁ ସଦାପ୍ରଭୁ ଆପଣା ଲୋକମାନଙ୍କର ବିଚାର କରିବେ ଓ ଆପଣା ଦାସମାନଙ୍କ ପ୍ରତି ସଦୟ ହେବେ।
Kwa kuwa Bwana huwatetea watu wake na anahuruma juu ya watumishi wake.
15 ଅନ୍ୟ ଦେଶୀୟମାନଙ୍କ ପ୍ରତିମାସବୁ ରୂପା ଓ ସୁନା, ମନୁଷ୍ୟର ହସ୍ତକୃତ କର୍ମ ଅଟେ।
Sanamu za mataifa ni fedha na dhahabu, kazi ya mikono ya wanadamu.
16 ସେମାନଙ୍କର ମୁଖ ଅଛି, ମାତ୍ର ସେମାନେ କଥା କହନ୍ତି ନାହିଁ, ସେମାନଙ୍କର ଚକ୍ଷୁ ଅଛି, ମାତ୍ର ସେମାନେ ଦେଖନ୍ତି ନାହିଁ;
Sanamu hizo zina vinywa, lakini haziongei; zina macho, lakini hazioni;
17 ସେମାନଙ୍କର କର୍ଣ୍ଣ ଅଛି, ମାତ୍ର ସେମାନେ ଶୁଣନ୍ତି ନାହିଁ; କିଅବା ସେମାନଙ୍କ ମୁଖରେ ନିଶ୍ୱାସପ୍ରଶ୍ୱାସ ନାହିଁ।
zina masikio, lakini hazisikii, wala vinywani mwao hamna pumzi.
18 ସେମାନଙ୍କର ନିର୍ମାଣକାରୀମାନେ ଓ ସେମାନଙ୍କଠାରେ ନିର୍ଭରକାରୀ ପ୍ରତ୍ୟେକେ ସେମାନଙ୍କ ତୁଲ୍ୟ ହେବେ।
Wale wazitengenezao wanafanana nazo, vilevile kila anaye zitumainia.
19 ହେ ଇସ୍ରାଏଲ ବଂଶ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର; ହେ ହାରୋଣ-ବଂଶ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର;
Enyi kizazi cha Israeli, mtukuzeni Yahwe; kizazi cha Haruni, mtukuzeni Yahwe.
20 ହେ ଲେବୀ-ବଂଶ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର। ହେ ସଦାପ୍ରଭୁଙ୍କ ଭୟକାରୀଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର।
Kizazi cha Lawi, mtukuzeni Yahwe.
21 ଯିରୂଶାଲମବାସୀ ସଦାପ୍ରଭୁ ସିୟୋନଠାରୁ ଧନ୍ୟ ହେଉନ୍ତୁ। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।
Atukuzwe Yahwe katika Sayuni, yeye aishiye Yerusalemu. Msifuni Yahwe.