< ଗୀତସଂହିତା 136 >
1 ସଦାପ୍ରଭୁଙ୍କର ଧନ୍ୟବାଦ କର; କାରଣ ସେ ମଙ୍ଗଳମୟ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
Give thanks to the LORD, for He is good.
2 ଦେବମାନଙ୍କ ଦେବଙ୍କର ଧନ୍ୟବାଦ କର; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
Give thanks to the God of gods.
3 ପ୍ରଭୁମାନଙ୍କ ପ୍ରଭୁଙ୍କର ଧନ୍ୟବାଦ କର; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
Give thanks to the Lord of lords.
4 ଯେ ମହତ୍ ମହତ୍ ଆଶ୍ଚର୍ଯ୍ୟକର୍ମ କରିବାରେ ଅଦ୍ୱିତୀୟ, ତାହାଙ୍କର (ଧନ୍ୟବାଦ କର); କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
He alone does great wonders.
5 ଯେ ବୁଦ୍ଧିରେ ଆକାଶମଣ୍ଡଳ ନିର୍ମାଣ କଲେ; ତାହାଙ୍କର (ଧନ୍ୟବାଦ କର); କାରଣ ତାହାଙ୍କର ଦୟା ଅନନ୍ତକାଳସ୍ଥାୟୀ।
By His insight He made the heavens.
6 ଯେ ଭୂମଣ୍ଡଳକୁ ଜଳରାଶି ଉପରେ ବିସ୍ତୀର୍ଣ୍ଣ କଲେ; ତାହାଙ୍କର (ଧନ୍ୟବାଦ କର); କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
He spread out the earth upon the waters.
7 ଯେ ମହାଜ୍ୟୋତିର୍ଗଣ ନିର୍ମାଣ କଲେ, ତାହାଙ୍କର (ଧନ୍ୟବାଦ କର); କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
He made the great lights—
8 ଦିବସରେ କର୍ତ୍ତୃତ୍ୱ କରିବା ପାଇଁ ସୂର୍ଯ୍ୟକୁ (ନିର୍ମାଣ କଲେ ସେ); କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
the sun to rule the day,
9 ରାତ୍ରିରେ କର୍ତ୍ତୃତ୍ୱ କରିବା ପାଇଁ ଚନ୍ଦ୍ର ଓ ତାରାଗଣ (ନିର୍ମାଣ କଲେ ସେ); କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
the moon and stars to govern the night.
10 ପ୍ରଥମଜାତମାନଙ୍କୁ (ସଂହାର କରିବା ଦ୍ୱାରା) ମିସରକୁ ଆଘାତ କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
He struck down the firstborn of Egypt
11 ପୁଣି, ସେମାନଙ୍କ ମଧ୍ୟରୁ ଇସ୍ରାଏଲକୁ ବାହାର କରି ଆଣିଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
and brought Israel out from among them
12 ବଳବାନ ହସ୍ତ ଓ ବିସ୍ତୃତ ବାହୁ ଦ୍ୱାରା ତାହା କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
with a mighty hand and an outstretched arm.
13 ଯେ ସୂଫ ସାଗରକୁ ବିଭକ୍ତ କଲେ, ତାହାଙ୍କର (ଧନ୍ୟବାଦ କର); କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
He divided the Red Sea in two
14 ତହିଁ ମଧ୍ୟଦେଇ ଇସ୍ରାଏଲକୁ ପାର କରାଇଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
and led Israel through the midst,
15 ମାତ୍ର ଫାରୋ ଓ ତାହାର ସୈନ୍ୟଗଣକୁ ସୂଫ ସାଗରରେ ଠେଲି ଦେଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;
but swept Pharaoh and his army into the Red Sea.
16 ଯେ ପ୍ରାନ୍ତର ଦେଇ ଆପଣା ଲୋକମାନଙ୍କୁ ଗମନ କରାଇଲେ, ତାହାଙ୍କର (ଧନ୍ୟବାଦ କର); କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
He led His people through the wilderness.
17 ଯେ ମହାରାଜାଗଣକୁ ସଂହାର କଲେ, ତାହାଙ୍କର (ଧନ୍ୟବାଦ କର); କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;
He struck down great kings
18 ପରାକ୍ରାନ୍ତ ରାଜାମାନଙ୍କୁ ସଂହାର କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;
and slaughtered mighty kings—
19 ଇମୋରୀୟମାନଙ୍କ ରାଜା ସୀହୋନକୁ ବଧ କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;
Sihon king of the Amorites
20 ପୁଣି, ବାଶନର ରାଜା ଓଗ୍କୁ ବଧ କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;
and Og king of Bashan—
21 ଆଉ, ସେମାନଙ୍କ ଦେଶ ଅଧିକାରାର୍ଥେ ଦେଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
and He gave their land as an inheritance,
22 ନିଜ ଦାସ ଇସ୍ରାଏଲର ଅଧିକାର ନିମନ୍ତେ ଦେଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;
a heritage to His servant Israel.
23 ଆମ୍ଭମାନଙ୍କ ହୀନାବସ୍ଥା ସମୟରେ ଆମ୍ଭମାନଙ୍କୁ ସ୍ମରଣ କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
He remembered us in our low estate
24 ପୁଣି, ଆମ୍ଭମାନଙ୍କ ବିପକ୍ଷଗଣଠାରୁ ଆମ୍ଭମାନଙ୍କୁ ଉଦ୍ଧାର କରିଅଛନ୍ତି ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
and freed us from our enemies.
25 ସବୁ ପ୍ରାଣୀକୁ ଆହାର ଦିଅନ୍ତି ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
He gives food to every creature.
26 ସ୍ୱର୍ଗର ପରମେଶ୍ୱରଙ୍କ ଧନ୍ୟବାଦ କର; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
Give thanks to the God of heaven!