< ଗୀତସଂହିତା 136 >

1 ସଦାପ୍ରଭୁଙ୍କର ଧନ୍ୟବାଦ କର; କାରଣ ସେ ମଙ୍ଗଳମୟ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
Ku yi godiya ga Ubangiji, gama nagari ne shi.
2 ଦେବମାନଙ୍କ ଦେବଙ୍କର ଧନ୍ୟବାଦ କର; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
Ku yi godiya ga Allahn alloli.
3 ପ୍ରଭୁମାନଙ୍କ ପ୍ରଭୁଙ୍କର ଧନ୍ୟବାଦ କର; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
Ku yi godiya ga Ubangijin iyayengiji.
4 ଯେ ମହତ୍ ମହତ୍ ଆଶ୍ଚର୍ଯ୍ୟକର୍ମ କରିବାରେ ଅଦ୍ୱିତୀୟ, ତାହାଙ୍କର (ଧନ୍ୟବାଦ କର); କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
Gare shi wanda shi kaɗai yake aikata abubuwan banmamaki,
5 ଯେ ବୁଦ୍ଧିରେ ଆକାଶମଣ୍ଡଳ ନିର୍ମାଣ କଲେ; ତାହାଙ୍କର (ଧନ୍ୟବାଦ କର); କାରଣ ତାହାଙ୍କର ଦୟା ଅନନ୍ତକାଳସ୍ଥାୟୀ।
Wanda ta wurin ganewarsa ya yi sammai,
6 ଯେ ଭୂମଣ୍ଡଳକୁ ଜଳରାଶି ଉପରେ ବିସ୍ତୀର୍ଣ୍ଣ କଲେ; ତାହାଙ୍କର (ଧନ୍ୟବାଦ କର); କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
Wanda ya shimfiɗa duniya a kan ruwaye,
7 ଯେ ମହାଜ୍ୟୋତିର୍ଗଣ ନିର୍ମାଣ କଲେ, ତାହାଙ୍କର (ଧନ୍ୟବାଦ କର); କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
Wanda ya yi manyan haskoki,
8 ଦିବସରେ କର୍ତ୍ତୃତ୍ୱ କରିବା ପାଇଁ ସୂର୍ଯ୍ୟକୁ (ନିର୍ମାଣ କଲେ ସେ); କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
Rana don tă yi mulkin yini,
9 ରାତ୍ରିରେ କର୍ତ୍ତୃତ୍ୱ କରିବା ପାଇଁ ଚନ୍ଦ୍ର ଓ ତାରାଗଣ (ନିର୍ମାଣ କଲେ ସେ); କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
Wata da taurari kuma don su yi mulkin dare;
10 ପ୍ରଥମଜାତମାନଙ୍କୁ (ସଂହାର କରିବା ଦ୍ୱାରା) ମିସରକୁ ଆଘାତ କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
Gare shi wanda ya kashe’ya’yan fari Masar
11 ପୁଣି, ସେମାନଙ୍କ ମଧ୍ୟରୁ ଇସ୍ରାଏଲକୁ ବାହାର କରି ଆଣିଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
Ya kuma fitar da Isra’ila daga cikinsu
12 ବଳବାନ ହସ୍ତ ଓ ବିସ୍ତୃତ ବାହୁ ଦ୍ୱାରା ତାହା କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
Da hannu mai ƙarfi da hannu mai iko;
13 ଯେ ସୂଫ ସାଗରକୁ ବିଭକ୍ତ କଲେ, ତାହାଙ୍କର (ଧନ୍ୟବାଦ କର); କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
Gare shi wanda ya raba Jan Teku biyu
14 ତହିଁ ମଧ୍ୟଦେଇ ଇସ୍ରାଏଲକୁ ପାର କରାଇଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
Ya kawo Isra’ila ta tsakiyarsa,
15 ମାତ୍ର ଫାରୋ ଓ ତାହାର ସୈନ୍ୟଗଣକୁ ସୂଫ ସାଗରରେ ଠେଲି ଦେଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;
Amma ya share Fir’auna da mayaƙansa cikin Jan Teku;
16 ଯେ ପ୍ରାନ୍ତର ଦେଇ ଆପଣା ଲୋକମାନଙ୍କୁ ଗମନ କରାଇଲେ, ତାହାଙ୍କର (ଧନ୍ୟବାଦ କର); କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
Gare shi wanda ya bi da mutanensa cikin hamada,
17 ଯେ ମହାରାଜାଗଣକୁ ସଂହାର କଲେ, ତାହାଙ୍କର (ଧନ୍ୟବାଦ କର); କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;
Wanda ya buge manyan sarakuna,
18 ପରାକ୍ରାନ୍ତ ରାଜାମାନଙ୍କୁ ସଂହାର କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;
Ya karkashe manyan sarakuna,
19 ଇମୋରୀୟମାନଙ୍କ ରାଜା ସୀହୋନକୁ ବଧ କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;
Sihon sarkin Amoriyawa
20 ପୁଣି, ବାଶନର ରାଜା ଓଗ୍‍କୁ ବଧ କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;
Da kuma Og sarkin Bashan,
21 ଆଉ, ସେମାନଙ୍କ ଦେଶ ଅଧିକାରାର୍ଥେ ଦେଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
Ya kuma ba da ƙasarsu gādo,
22 ନିଜ ଦାସ ଇସ୍ରାଏଲର ଅଧିକାର ନିମନ୍ତେ ଦେଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;
Gādo ga bawansa Isra’ila;
23 ଆମ୍ଭମାନଙ୍କ ହୀନାବସ୍ଥା ସମୟରେ ଆମ୍ଭମାନଙ୍କୁ ସ୍ମରଣ କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
Shi wanda ya tuna da mu cikin ƙasƙancinmu
24 ପୁଣି, ଆମ୍ଭମାନଙ୍କ ବିପକ୍ଷଗଣଠାରୁ ଆମ୍ଭମାନଙ୍କୁ ଉଦ୍ଧାର କରିଅଛନ୍ତି ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
Ya kuma’yantar da mu daga abokan gābanmu,
25 ସବୁ ପ୍ରାଣୀକୁ ଆହାର ଦିଅନ୍ତି ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
Wanda kuma ke ba da abinci ga kowace halitta.
26 ସ୍ୱର୍ଗର ପରମେଶ୍ୱରଙ୍କ ଧନ୍ୟବାଦ କର; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
Ku yi godiya ga Allah na sama.

< ଗୀତସଂହିତା 136 >