< ଗୀତସଂହିତା 137 >
1 ଆମ୍ଭେମାନେ ବାବିଲୀୟ ନଦୀମାନର ନିକଟରେ ସିୟୋନକୁ ସ୍ମରଣ କଲା ବେଳେ ସେଠାରେ ବସିଲୁ ଓ ରୋଦନ କଲୁ।
τῷ Δαυιδ ἐπὶ τῶν ποταμῶν Βαβυλῶνος ἐκεῖ ἐκαθίσαμεν καὶ ἐκλαύσαμεν ἐν τῷ μνησθῆναι ἡμᾶς τῆς Σιων
2 ଆମ୍ଭେମାନେ ସେଠାସ୍ଥିତ ବାଇଶୀ ବୃକ୍ଷରେ ଆପଣା ଆପଣା ବୀଣା ଟଙ୍ଗାଇ ରଖିଲୁ।
ἐπὶ ταῖς ἰτέαις ἐν μέσῳ αὐτῆς ἐκρεμάσαμεν τὰ ὄργανα ἡμῶν
3 କାରଣ ଆମ୍ଭମାନଙ୍କୁ ବନ୍ଦୀ କରି ଘେନି ଯାଇଥିବା ଲୋକେ ଆମ୍ଭମାନଙ୍କଠାରୁ ଗୀତ ଶୁଣିବାକୁ ଚାହିଁଲେ, ପୁଣି, ଆମ୍ଭମାନଙ୍କ ଉପଦ୍ରବୀଗଣ ଆମ୍ଭମାନଙ୍କଠାରୁ ଆନନ୍ଦ-ସ୍ୱର ଶୁଣିବାକୁ ଇଚ୍ଛା କରି କହିଲେ, “ଆମ୍ଭମାନଙ୍କ ନିକଟରେ ସିୟୋନର ଗୋଟିଏ ଗୀତ ଗାନ କର।”
ὅτι ἐκεῖ ἐπηρώτησαν ἡμᾶς οἱ αἰχμαλωτεύσαντες ἡμᾶς λόγους ᾠδῶν καὶ οἱ ἀπαγαγόντες ἡμᾶς ὕμνον ᾄσατε ἡμῖν ἐκ τῶν ᾠδῶν Σιων
4 ଆମ୍ଭେମାନେ ବିଦେଶରେ କିପରି କରି ସଦାପ୍ରଭୁଙ୍କ ଗୀତ ଗାନ କରିବା?
πῶς ᾄσωμεν τὴν ᾠδὴν κυρίου ἐπὶ γῆς ἀλλοτρίας
5 ହେ ଯିରୂଶାଲମ, ଯଦି ମୁଁ ତୁମ୍ଭକୁ ପାସୋରେ, ତେବେ ମୋହର ଦକ୍ଷିଣ ହସ୍ତ ଆପଣା ବଜାଇବା କୌଶଳ ପାସୋରି ଯାଉ।
ἐὰν ἐπιλάθωμαί σου Ιερουσαλημ ἐπιλησθείη ἡ δεξιά μου
6 ଯଦି ମୁଁ ତୁମ୍ଭଙ୍କୁ ସ୍ମରଣ ନ କରେ, ଯଦି ମୁଁ ଯିରୂଶାଲମକୁ ଆପଣା ପରମାନନ୍ଦରୁ ଅଧିକ ଭଲ ନ ମଣେ, ତେବେ ମୋହର ଜିହ୍ୱା ମୋʼ ମୁଖର ତାଳୁରେ ଲାଗି ରହୁ।
κολληθείη ἡ γλῶσσά μου τῷ λάρυγγί μου ἐὰν μή σου μνησθῶ ἐὰν μὴ προανατάξωμαι τὴν Ιερουσαλημ ἐν ἀρχῇ τῆς εὐφροσύνης μου
7 ହେ ସଦାପ୍ରଭୋ, ଇଦୋମୀୟ ସନ୍ତାନଗଣ ପ୍ରତିକୂଳରେ ଯିରୂଶାଲମର ଦିନ ସ୍ମରଣ କର; ସେମାନେ କହିଲେ, “ଉତ୍ପାଟନ କର, ତହିଁର ମୂଳ ପର୍ଯ୍ୟନ୍ତ ଉତ୍ପାଟନ କର।”
μνήσθητι κύριε τῶν υἱῶν Εδωμ τὴν ἡμέραν Ιερουσαλημ τῶν λεγόντων ἐκκενοῦτε ἐκκενοῦτε ἕως ὁ θεμέλιος ἐν αὐτῇ
8 ଆଗୋ ବିନାଶ୍ୟ ବାବିଲୀୟ କନ୍ୟେ, ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଯେରୂପ କରିଅଛ, ତୁମ୍ଭକୁ ସେହିରୂପ ପ୍ରତିଫଳ ଯେ ଦେବ, ସେ ଧନ୍ୟ।
θυγάτηρ Βαβυλῶνος ἡ ταλαίπωρος μακάριος ὃς ἀνταποδώσει σοι τὸ ἀνταπόδομά σου ὃ ἀνταπέδωκας ἡμῖν
9 ଯେଉଁ ଜନ ତୁମ୍ଭ ଶିଶୁଗଣକୁ ଧରି ଶୈଳ ଉପରେ କଚାଡ଼ିବ, ସେ ଧନ୍ୟ।
μακάριος ὃς κρατήσει καὶ ἐδαφιεῖ τὰ νήπιά σου πρὸς τὴν πέτραν