< ଗୀତସଂହିତା 138 >

1 ଦାଉଦଙ୍କର ଗୀତ। ହେ ସଦାପ୍ରଭୁ, ମୁଁ ଆପଣାର ସର୍ବାନ୍ତଃକରଣରେ ତୁମ୍ଭର ଧନ୍ୟବାଦ କରିବି; ଦେବଗଣ ସାକ୍ଷାତରେ ମୁଁ ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି।
I will give thee thanks with my whole heart. I will sing praises to thee before the gods.
2 ମୁଁ ତୁମ୍ଭ ପବିତ୍ର ମନ୍ଦିର ଅଭିମୁଖରେ ତୁମ୍ଭର ଭଜନା କରିବି, ପୁଣି, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଓ ତୁମ୍ଭର ସତ୍ୟତା ସକାଶେ ତୁମ୍ଭ ନାମର ଧନ୍ୟବାଦ କରିବି। କାରଣ ତୁମ୍ଭେ ଆପଣାର ସକଳ ନାମ ଅପେକ୍ଷା ଆପଣାର ବାକ୍ୟ ମହତ କରିଅଛ।
I will worship toward thy holy temple, and give thanks to thy name for thy loving kindness and for thy truth. For thou have magnified thy word above all thy name.
3 ମୁଁ ପ୍ରାର୍ଥନା କରିବା ଦିନ ତୁମ୍ଭେ ମୋତେ ଉତ୍ତର ଦେଲ, ତୁମ୍ଭେ ମୋʼ ପ୍ରାଣକୁ ବଳ ଦେଇ ସାହସିକ କଲ।
Thou answered me in the day that I called. Thou encouraged me with strength in my soul.
4 ହେ ସଦାପ୍ରଭୋ, ପୃଥିବୀସ୍ଥ ସମସ୍ତ ରାଜା ତୁମ୍ଭର ଧନ୍ୟବାଦ କରିବେ, କାରଣ ସେମାନେ ତୁମ୍ଭ ମୁଖର ବାକ୍ୟ ଶୁଣିଅଛନ୍ତି।
All the kings of the earth shall give thee thanks, O Jehovah, for they have heard the words of thy mouth.
5 ହଁ, ସେମାନେ ସଦାପ୍ରଭୁଙ୍କ ପଥ ବିଷୟ ଗାନ କରିବେ; କାରଣ ସଦାପ୍ରଭୁଙ୍କ ଗୌରବ ମହତ୍।
Yea, they shall sing of the ways of Jehovah, for great is the glory of Jehovah.
6 ଯେହେତୁ ସଦାପ୍ରଭୁ ଉଚ୍ଚ ହେଲେ ହେଁ ନୀଚ ଲୋକଙ୍କ ପ୍ରତି ଦୃଷ୍ଟି କରନ୍ତି; ମାତ୍ର ସେ ଗର୍ବୀକୁ ଦୂରରୁ ଚିହ୍ନନ୍ତି।
For though Jehovah is high, yet he has respect to the lowly. But he knows the haughty from afar.
7 ମୁଁ ସଙ୍କଟ ମଧ୍ୟରେ ଗମନ କଲେ ହେଁ ତୁମ୍ଭେ ମୋତେ ସୁରକ୍ଷିତ ରଖିବ, ତୁମ୍ଭେ ମୋʼ ଶତ୍ରୁଗଣର କୋପ ପ୍ରତିକୂଳରେ ଆପଣା ହସ୍ତ ବିସ୍ତାର କରିବ ଓ ତୁମ୍ଭ ଦକ୍ଷିଣ ହସ୍ତ ମୋତେ ତ୍ରାଣ କରିବ।
Though I walk in the midst of trouble, thou will revive me. Thou will stretch forth thy hand against the wrath of my enemies, and thy right hand will save me.
8 ସଦାପ୍ରଭୁ ମୋʼ ସମ୍ପର୍କୀୟ ବିଷୟ ସାଧନ କରିବେ; ହେ ସଦାପ୍ରଭୋ, ତୁମ୍ଭ ଦୟା ଅନନ୍ତକାଳସ୍ଥାୟୀ; ତୁମ୍ଭେ ଆପଣା ହସ୍ତକୃତ କର୍ମ ପରିତ୍ୟାଗ କର ନାହିଁ।
Jehovah will perfect that which concerns me. Thy loving kindness, O Jehovah, is forever. Forsake not the works of thine own hands.

< ଗୀତସଂହିତା 138 >