< ଗୀତସଂହିତା 138 >

1 ଦାଉଦଙ୍କର ଗୀତ। ହେ ସଦାପ୍ରଭୁ, ମୁଁ ଆପଣାର ସର୍ବାନ୍ତଃକରଣରେ ତୁମ୍ଭର ଧନ୍ୟବାଦ କରିବି; ଦେବଗଣ ସାକ୍ଷାତରେ ମୁଁ ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି।
Zaburi ya Daudi. Nitakusifu wewe, Ee Bwana, kwa moyo wangu wote, mbele ya “miungu” nitaimba sifa zako.
2 ମୁଁ ତୁମ୍ଭ ପବିତ୍ର ମନ୍ଦିର ଅଭିମୁଖରେ ତୁମ୍ଭର ଭଜନା କରିବି, ପୁଣି, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଓ ତୁମ୍ଭର ସତ୍ୟତା ସକାଶେ ତୁମ୍ଭ ନାମର ଧନ୍ୟବାଦ କରିବି। କାରଣ ତୁମ୍ଭେ ଆପଣାର ସକଳ ନାମ ଅପେକ୍ଷା ଆପଣାର ବାକ୍ୟ ମହତ କରିଅଛ।
Nitasujudu nikielekea Hekalu lako takatifu, nami nitalisifu jina lako kwa ajili ya upendo wako na uaminifu, kwa kuwa umelikuza jina lako na neno lako juu ya vitu vyote.
3 ମୁଁ ପ୍ରାର୍ଥନା କରିବା ଦିନ ତୁମ୍ଭେ ମୋତେ ଉତ୍ତର ଦେଲ, ତୁମ୍ଭେ ମୋʼ ପ୍ରାଣକୁ ବଳ ଦେଇ ସାହସିକ କଲ।
Nilipoita, ulinijibu; ulinifanya jasiri na mwenye moyo hodari.
4 ହେ ସଦାପ୍ରଭୋ, ପୃଥିବୀସ୍ଥ ସମସ୍ତ ରାଜା ତୁମ୍ଭର ଧନ୍ୟବାଦ କରିବେ, କାରଣ ସେମାନେ ତୁମ୍ଭ ମୁଖର ବାକ୍ୟ ଶୁଣିଅଛନ୍ତି।
Wafalme wote wa dunia wakusifu wewe Ee Bwana, wakati wanaposikia maneno ya kinywa chako.
5 ହଁ, ସେମାନେ ସଦାପ୍ରଭୁଙ୍କ ପଥ ବିଷୟ ଗାନ କରିବେ; କାରଣ ସଦାପ୍ରଭୁଙ୍କ ଗୌରବ ମହତ୍।
Wao na waimbe kuhusu njia za Bwana, kwa maana utukufu wa Bwana ni mkuu.
6 ଯେହେତୁ ସଦାପ୍ରଭୁ ଉଚ୍ଚ ହେଲେ ହେଁ ନୀଚ ଲୋକଙ୍କ ପ୍ରତି ଦୃଷ୍ଟି କରନ୍ତି; ମାତ୍ର ସେ ଗର୍ବୀକୁ ଦୂରରୁ ଚିହ୍ନନ୍ତି।
Ingawa Bwana yuko juu, humwangalia mnyonge, bali mwenye kiburi yeye anamjua kutokea mbali.
7 ମୁଁ ସଙ୍କଟ ମଧ୍ୟରେ ଗମନ କଲେ ହେଁ ତୁମ୍ଭେ ମୋତେ ସୁରକ୍ଷିତ ରଖିବ, ତୁମ୍ଭେ ମୋʼ ଶତ୍ରୁଗଣର କୋପ ପ୍ରତିକୂଳରେ ଆପଣା ହସ୍ତ ବିସ୍ତାର କରିବ ଓ ତୁମ୍ଭ ଦକ୍ଷିଣ ହସ୍ତ ମୋତେ ତ୍ରାଣ କରିବ।
Nijapopita katikati ya shida, wewe unayahifadhi maisha yangu, unanyoosha mkono wako dhidi ya hasira ya adui zangu, kwa mkono wako wa kuume unaniokoa.
8 ସଦାପ୍ରଭୁ ମୋʼ ସମ୍ପର୍କୀୟ ବିଷୟ ସାଧନ କରିବେ; ହେ ସଦାପ୍ରଭୋ, ତୁମ୍ଭ ଦୟା ଅନନ୍ତକାଳସ୍ଥାୟୀ; ତୁମ୍ଭେ ଆପଣା ହସ୍ତକୃତ କର୍ମ ପରିତ୍ୟାଗ କର ନାହିଁ।
Bwana atatimiza kusudi lake kwangu, Ee Bwana, upendo wako wadumu milele: usiziache kazi za mikono yako.

< ଗୀତସଂହିତା 138 >