< ଗୀତସଂହିତା 139 >

1 ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। ହେ ସଦାପ୍ରଭୋ, ତୁମ୍ଭେ ମୋହର ଅନୁସନ୍ଧାନ କରିଅଛ ଓ ମୋହର ପରିଚୟ ନେଇଅଛ।
Kwa mtsogoleri wa mayimbidwe. Salimo la Davide. Inu Yehova, mwandisanthula ndipo mukundidziwa.
2 ତୁମ୍ଭେ ମୋହର ବସିବାର ଓ ଉଠିବାର ଜାଣୁଅଛ, ତୁମ୍ଭେ ଦୂରରୁ ମୋହର ସଂକଳ୍ପ ବୁଝୁଅଛ।
Inu mumadziwa pamene ndikhala pansi ndi pamene ndidzuka; mumazindikira maganizo anga muli kutali.
3 ତୁମ୍ଭେ ମୋହର ଗମନ ଓ ଶୟନ ଅନୁସନ୍ଧାନ କରୁଅଛ, ଆଉ ମୋହର ସକଳ ଗତି ଜାଣୁଅଛ।
Mumapenyetsetsa pamene ndikutuluka ndi kugona kwanga; mumadziwa njira zanga zonse.
4 କାରଣ ହେ ସଦାପ୍ରଭୋ, ଦେଖ, ଯାହା ତୁମ୍ଭଙ୍କୁ ସମ୍ପୂର୍ଣ୍ଣ ଗୋଚର ନୁହେଁ, ଏପରି ଗୋଟିଏ କଥା ମୋʼ ଜିହ୍ୱାରେ ନାହିଁ।
Mawu asanatuluke pa lilime langa mumawadziwa bwinobwino, Inu Yehova.
5 ତୁମ୍ଭେ ମୋତେ ପଛରେ ଓ ଆଗରେ ଘେରିଅଛ ଓ ମୋʼ ଉପରେ ଆପଣା ହସ୍ତ ରଖିଅଛ।
Mumandizinga kumbuyo ndi kutsogolo komwe; mwasanjika dzanja lanu pa ine.
6 ଏହି ପ୍ରକାର ଜ୍ଞାନ ମୋʼ ପ୍ରତି ଅତି ଆଶ୍ଚର୍ଯ୍ୟ; ତାହା ଉଚ୍ଚ, ମୋʼ ବୋଧର ଅଗମ୍ୟ।
Nzeru zimenezi ndi zopitirira nzeru zanga, ndi zapamwamba kuti ine ndizipeze.
7 ତୁମ୍ଭ ଆତ୍ମାଠାରୁ ମୁଁ କେଉଁଠାକୁ ଯିବି? ଅବା ତୁମ୍ଭ ସାକ୍ଷାତରୁ ମୁଁ କେଉଁଠାକୁ ପଳାଇବି?
Kodi ndingapite kuti kufuna kuzemba Mzimu wanu? Kodi ndingathawire kuti kuchoka pamaso panu?
8 ଯଦି ମୁଁ ସ୍ୱର୍ଗକୁ ଆରୋହଣ କରେ, ତେବେ ତୁମ୍ଭେ ସେଠାରେ। ଯଦି ମୁଁ ପାତାଳରେ ବିଛଣା କରେ, ତେବେ ଦେଖ, ତୁମ୍ଭେ ସେଠାରେ (Sheol h7585)
Ndikakwera kumwamba, Inu muli komweko; ndikakagona ku malo a anthu akufa, Inu muli komweko. (Sheol h7585)
9 ଯଦି ମୁଁ ଅରୁଣର ପକ୍ଷ ଧରେ ଓ ସମୁଦ୍ରର ପ୍ରାନ୍ତସୀମାରେ ବାସ କରେ;
Ngati ndiwulukira kotulukira dzuwa, ngati ndikakhala ku malekezero a nyanja,
10 ସେଠାରେ ହେଁ ତୁମ୍ଭର ହସ୍ତ ମୋତେ ଚଳାଇବ ଓ ତୁମ୍ଭର ଦକ୍ଷିଣ ହସ୍ତ ମୋତେ ଧରିବ।
kumenekonso dzanja lanu lidzanditsogolera, dzanja lanu lamanja lidzandigwiriziza.
11 ଯଦି ମୁଁ କହେ, ନିଶ୍ଚୟ ଅନ୍ଧକାର ମୋତେ ମଗ୍ନ କରିବ ଓ ମୋʼ ଚତୁର୍ଦ୍ଦିଗସ୍ଥ ଆଲୁଅ ରାତ୍ରି ହେବ,
Ndikanena kuti, “Zoonadi, mdima udzandibisa ndithu ndipo kuwunika kukhale mdima mondizungulira,”
12 ତେବେ ଅନ୍ଧକାର ହିଁ ତୁମ୍ଭଠାରୁ ଲୁଚାଏ ନାହିଁ, ବରଞ୍ଚ ରାତ୍ରି ଦିବସ ପରି ଦୀପ୍ତିମାନ ହୁଏ; ତୁମ୍ଭ ପ୍ରତି ଅନ୍ଧାର ଓ ଆଲୁଅ ଦୁଇ ସମାନ।
komabe mdimawo sudzakhala mdima kwa Inu; usiku udzawala ngati masana, pakuti mdima uli ngati kuwunika kwa Inu.
13 କାରଣ ତୁମ୍ଭେ ମୋହର ମର୍ମର କର୍ତ୍ତା; ତୁମ୍ଭେ ମୋତେ ମାତୃଗର୍ଭରେ ଆଚ୍ଛାଦନ କରିଅଛ।
Pakuti Inu munalenga za mʼkati mwanga; munandiwumba pamodzi mʼmimba mwa amayi anga.
14 ମୁଁ ତୁମ୍ଭଙ୍କୁ ଧନ୍ୟବାଦ ଦେବି; କାରଣ ମୁଁ ଭୟଙ୍କର ଓ ଆଶ୍ଚର୍ଯ୍ୟ ରୂପେ ନିର୍ମିତ; ତୁମ୍ଭର କର୍ମସକଳ ଆଶ୍ଚର୍ଯ୍ୟ; ଏହା ମୁଁ ଭଲ ରୂପେ ଜାଣେ।
Ndimakuyamikani chifukwa ndinapangidwa mochititsa mantha ndi modabwitsa; ntchito zanu ndi zodabwitsa, zimenezi ndimazidziwa bwino lomwe.
15 ମୁଁ ଗୋପନରେ ନିର୍ମିତ ଓ ପୃଥିବୀର ଅଧଃସ୍ଥାନରେ ଶିଳ୍ପିତ ହେବା ସମୟରେ ମୋହର ଅସ୍ଥିପଞ୍ଜର ତୁମ୍ଭଠାରୁ ଗୁପ୍ତ ନ ଥିଲା।
Mapangidwe anga sanabisike pamaso panu pamene ndimapangidwa mʼmalo achinsinsi, pamene ndinkawumbidwa mwaluso mʼmimba ya amayi anga.
16 ତୁମ୍ଭ ଚକ୍ଷୁ ମୋହର ସେହି ଅସମ୍ପୂର୍ଣ୍ଣ ପିଣ୍ଡ ଦେଖିଲା ଓ ମୋହର ଯେଉଁସବୁ ଅଙ୍ଗପ୍ରତ୍ୟଙ୍ଗ ଦିନକୁ ଦିନ ଗଠିତ ହେଲା, ତନ୍ମଧ୍ୟରୁ ଗୋଟିଏ ହେଲେ ନ ହେଉଣୁ ତାହାସବୁ ତୁମ୍ଭ ପୁସ୍ତକରେ ଲିଖିତ ଥିଲା।
Maso anu anaona thupi langa lisanawumbidwe. Masiku onse amene anapatsidwa kwa ine, analembedwa mʼbuku lanu asanayambe nʼkuwerengedwa komwe.
17 ହେ ପରମେଶ୍ୱର, ଆହୁରି ତୁମ୍ଭର ସଂକଳ୍ପସକଳ ମୋʼ ପ୍ରତି କିପରି ବହୁମୂଲ୍ୟ! ତହିଁର ସଂଖ୍ୟା କିପରି ଅଧିକ!
Zolingalira zanu pa ine ndi zamtengowapatali, Inu Mulungu, ndi zosawerengeka ndithu!
18 ମୁଁ ସେସବୁ ଗଣନା କରିବାକୁ ଗଲେ, ତାହା ସଂଖ୍ୟାରେ ବାଲୁକା ଅପେକ୍ଷା ଅଧିକ; ଯେତେବେଳେ ମୁଁ ଜାଗ୍ରତ ହୁଏ, ସେତେବେଳେ ହେଁ ମୁଁ ତୁମ୍ଭ ନିକଟରେ ଥାଏ।
Ndikanaziwerenga, zikanakhala zochuluka kuposa mchenga; pamene ndadzuka, ndili nanube.
19 ହେ ପରମେଶ୍ୱର, ତୁମ୍ଭେ ନିଶ୍ଚୟ ଦୁଷ୍ଟମାନଙ୍କୁ ବଧ କରିବ; ଏହେତୁ ହେ ହତ୍ୟାକାରୀ ଲୋକମାନେ, ତୁମ୍ଭେମାନେ ମୋʼ ନିକଟରୁ ଦୂର ହୁଅ।
Ndi bwino mukanangopha anthu oyipa, Inu Mulungu! Chokereni inu anthu owononga anzanu!
20 କାରଣ ସେମାନେ ଦୁଷ୍ଟ ଭାବରେ ତୁମ୍ଭ ବିରୁଦ୍ଧରେ କଥା କହନ୍ତି ଓ ତୁମ୍ଭ ଶତ୍ରୁମାନେ ବ୍ୟର୍ଥରେ ତୁମ୍ଭ ନାମ ଧରନ୍ତି।
Amayankhula za Inu ndi zolinga zoyipa; adani anu amagwiritsa ntchito dzina lanu molakwika.
21 ହେ ସଦାପ୍ରଭୋ, ତୁମ୍ଭ ଘୃଣାକାରୀମାନଙ୍କୁ ମୁଁ କʼଣ ଘୃଣା କରୁ ନାହିଁ? ଓ ଯେଉଁମାନେ ତୁମ୍ଭ ବିରୁଦ୍ଧରେ ଉଠନ୍ତି, ସେମାନଙ୍କ ପ୍ରତି ମୁଁ କʼଣ ବିରକ୍ତ ହେଉ ନାହିଁ?
Kodi ine sindidana nawo amene amakudani, Inu Yehova? Kodi sindinyansidwa nawo amene amakuwukirani?
22 ମୁଁ ସେମାନଙ୍କୁ ସମ୍ପୂର୍ଣ୍ଣ ଘୃଣାରେ ଘୃଣା କରେ; ମୁଁ ସେମାନଙ୍କୁ ଆପଣାର ଶତ୍ରୁ ବୋଲି ଜ୍ଞାନ କରେ।
Ndimadana nawo kwathunthu; ndi adani anga.
23 ହେ ପରମେଶ୍ୱର, ମୋହର ଅନୁସନ୍ଧାନ କର ଓ ମୋʼ ଅନ୍ତଃକରଣର ପରିଚୟ ନିଅ; ମୋତେ ପରୀକ୍ଷା କର ଓ ମୋହର ସଂକଳ୍ପସବୁ ଜ୍ଞାତ ହୁଅ;
Santhuleni, Inu Mulungu ndipo mudziwe mtima wanga; Yeseni ndipo mudziwe zolingalira zanga.
24 ଆଉ, ମୋʼ ଅନ୍ତରରେ ଦୁଷ୍ଟତାର କୌଣସି ଆଚରଣ ଅଛି କି ନାହିଁ, ଏହା ଦେଖ, ପୁଣି, ଅନନ୍ତ ପଥରେ ମୋତେ ଗମନ କରାଅ।
Onani ngati muli mayendedwe aliwonse oyipa mwa ine, ndipo munditsogolere mʼnjira yanu yamuyaya.

< ଗୀତସଂହିତା 139 >