< ଗୀତସଂହିତା 139 >

1 ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। ହେ ସଦାପ୍ରଭୋ, ତୁମ୍ଭେ ମୋହର ଅନୁସନ୍ଧାନ କରିଅଛ ଓ ମୋହର ପରିଚୟ ନେଇଅଛ।
למנצח לדוד מזמור יהוה חקרתני ותדע׃
2 ତୁମ୍ଭେ ମୋହର ବସିବାର ଓ ଉଠିବାର ଜାଣୁଅଛ, ତୁମ୍ଭେ ଦୂରରୁ ମୋହର ସଂକଳ୍ପ ବୁଝୁଅଛ।
אתה ידעת שבתי וקומי בנתה לרעי מרחוק׃
3 ତୁମ୍ଭେ ମୋହର ଗମନ ଓ ଶୟନ ଅନୁସନ୍ଧାନ କରୁଅଛ, ଆଉ ମୋହର ସକଳ ଗତି ଜାଣୁଅଛ।
ארחי ורבעי זרית וכל דרכי הסכנתה׃
4 କାରଣ ହେ ସଦାପ୍ରଭୋ, ଦେଖ, ଯାହା ତୁମ୍ଭଙ୍କୁ ସମ୍ପୂର୍ଣ୍ଣ ଗୋଚର ନୁହେଁ, ଏପରି ଗୋଟିଏ କଥା ମୋʼ ଜିହ୍ୱାରେ ନାହିଁ।
כי אין מלה בלשוני הן יהוה ידעת כלה׃
5 ତୁମ୍ଭେ ମୋତେ ପଛରେ ଓ ଆଗରେ ଘେରିଅଛ ଓ ମୋʼ ଉପରେ ଆପଣା ହସ୍ତ ରଖିଅଛ।
אחור וקדם צרתני ותשת עלי כפכה׃
6 ଏହି ପ୍ରକାର ଜ୍ଞାନ ମୋʼ ପ୍ରତି ଅତି ଆଶ୍ଚର୍ଯ୍ୟ; ତାହା ଉଚ୍ଚ, ମୋʼ ବୋଧର ଅଗମ୍ୟ।
פלאיה דעת ממני נשגבה לא אוכל לה׃
7 ତୁମ୍ଭ ଆତ୍ମାଠାରୁ ମୁଁ କେଉଁଠାକୁ ଯିବି? ଅବା ତୁମ୍ଭ ସାକ୍ଷାତରୁ ମୁଁ କେଉଁଠାକୁ ପଳାଇବି?
אנה אלך מרוחך ואנה מפניך אברח׃
8 ଯଦି ମୁଁ ସ୍ୱର୍ଗକୁ ଆରୋହଣ କରେ, ତେବେ ତୁମ୍ଭେ ସେଠାରେ। ଯଦି ମୁଁ ପାତାଳରେ ବିଛଣା କରେ, ତେବେ ଦେଖ, ତୁମ୍ଭେ ସେଠାରେ (Sheol h7585)
אם אסק שמים שם אתה ואציעה שאול הנך׃ (Sheol h7585)
9 ଯଦି ମୁଁ ଅରୁଣର ପକ୍ଷ ଧରେ ଓ ସମୁଦ୍ରର ପ୍ରାନ୍ତସୀମାରେ ବାସ କରେ;
אשא כנפי שחר אשכנה באחרית ים׃
10 ସେଠାରେ ହେଁ ତୁମ୍ଭର ହସ୍ତ ମୋତେ ଚଳାଇବ ଓ ତୁମ୍ଭର ଦକ୍ଷିଣ ହସ୍ତ ମୋତେ ଧରିବ।
גם שם ידך תנחני ותאחזני ימינך׃
11 ଯଦି ମୁଁ କହେ, ନିଶ୍ଚୟ ଅନ୍ଧକାର ମୋତେ ମଗ୍ନ କରିବ ଓ ମୋʼ ଚତୁର୍ଦ୍ଦିଗସ୍ଥ ଆଲୁଅ ରାତ୍ରି ହେବ,
ואמר אך חשך ישופני ולילה אור בעדני׃
12 ତେବେ ଅନ୍ଧକାର ହିଁ ତୁମ୍ଭଠାରୁ ଲୁଚାଏ ନାହିଁ, ବରଞ୍ଚ ରାତ୍ରି ଦିବସ ପରି ଦୀପ୍ତିମାନ ହୁଏ; ତୁମ୍ଭ ପ୍ରତି ଅନ୍ଧାର ଓ ଆଲୁଅ ଦୁଇ ସମାନ।
גם חשך לא יחשיך ממך ולילה כיום יאיר כחשיכה כאורה׃
13 କାରଣ ତୁମ୍ଭେ ମୋହର ମର୍ମର କର୍ତ୍ତା; ତୁମ୍ଭେ ମୋତେ ମାତୃଗର୍ଭରେ ଆଚ୍ଛାଦନ କରିଅଛ।
כי אתה קנית כליתי תסכני בבטן אמי׃
14 ମୁଁ ତୁମ୍ଭଙ୍କୁ ଧନ୍ୟବାଦ ଦେବି; କାରଣ ମୁଁ ଭୟଙ୍କର ଓ ଆଶ୍ଚର୍ଯ୍ୟ ରୂପେ ନିର୍ମିତ; ତୁମ୍ଭର କର୍ମସକଳ ଆଶ୍ଚର୍ଯ୍ୟ; ଏହା ମୁଁ ଭଲ ରୂପେ ଜାଣେ।
אודך על כי נוראות נפליתי נפלאים מעשיך ונפשי ידעת מאד׃
15 ମୁଁ ଗୋପନରେ ନିର୍ମିତ ଓ ପୃଥିବୀର ଅଧଃସ୍ଥାନରେ ଶିଳ୍ପିତ ହେବା ସମୟରେ ମୋହର ଅସ୍ଥିପଞ୍ଜର ତୁମ୍ଭଠାରୁ ଗୁପ୍ତ ନ ଥିଲା।
לא נכחד עצמי ממך אשר עשיתי בסתר רקמתי בתחתיות ארץ׃
16 ତୁମ୍ଭ ଚକ୍ଷୁ ମୋହର ସେହି ଅସମ୍ପୂର୍ଣ୍ଣ ପିଣ୍ଡ ଦେଖିଲା ଓ ମୋହର ଯେଉଁସବୁ ଅଙ୍ଗପ୍ରତ୍ୟଙ୍ଗ ଦିନକୁ ଦିନ ଗଠିତ ହେଲା, ତନ୍ମଧ୍ୟରୁ ଗୋଟିଏ ହେଲେ ନ ହେଉଣୁ ତାହାସବୁ ତୁମ୍ଭ ପୁସ୍ତକରେ ଲିଖିତ ଥିଲା।
גלמי ראו עיניך ועל ספרך כלם יכתבו ימים יצרו ולא אחד בהם׃
17 ହେ ପରମେଶ୍ୱର, ଆହୁରି ତୁମ୍ଭର ସଂକଳ୍ପସକଳ ମୋʼ ପ୍ରତି କିପରି ବହୁମୂଲ୍ୟ! ତହିଁର ସଂଖ୍ୟା କିପରି ଅଧିକ!
ולי מה יקרו רעיך אל מה עצמו ראשיהם׃
18 ମୁଁ ସେସବୁ ଗଣନା କରିବାକୁ ଗଲେ, ତାହା ସଂଖ୍ୟାରେ ବାଲୁକା ଅପେକ୍ଷା ଅଧିକ; ଯେତେବେଳେ ମୁଁ ଜାଗ୍ରତ ହୁଏ, ସେତେବେଳେ ହେଁ ମୁଁ ତୁମ୍ଭ ନିକଟରେ ଥାଏ।
אספרם מחול ירבון הקיצתי ועודי עמך׃
19 ହେ ପରମେଶ୍ୱର, ତୁମ୍ଭେ ନିଶ୍ଚୟ ଦୁଷ୍ଟମାନଙ୍କୁ ବଧ କରିବ; ଏହେତୁ ହେ ହତ୍ୟାକାରୀ ଲୋକମାନେ, ତୁମ୍ଭେମାନେ ମୋʼ ନିକଟରୁ ଦୂର ହୁଅ।
אם תקטל אלוה רשע ואנשי דמים סורו מני׃
20 କାରଣ ସେମାନେ ଦୁଷ୍ଟ ଭାବରେ ତୁମ୍ଭ ବିରୁଦ୍ଧରେ କଥା କହନ୍ତି ଓ ତୁମ୍ଭ ଶତ୍ରୁମାନେ ବ୍ୟର୍ଥରେ ତୁମ୍ଭ ନାମ ଧରନ୍ତି।
אשר יאמרך למזמה נשא לשוא עריך׃
21 ହେ ସଦାପ୍ରଭୋ, ତୁମ୍ଭ ଘୃଣାକାରୀମାନଙ୍କୁ ମୁଁ କʼଣ ଘୃଣା କରୁ ନାହିଁ? ଓ ଯେଉଁମାନେ ତୁମ୍ଭ ବିରୁଦ୍ଧରେ ଉଠନ୍ତି, ସେମାନଙ୍କ ପ୍ରତି ମୁଁ କʼଣ ବିରକ୍ତ ହେଉ ନାହିଁ?
הלוא משנאיך יהוה אשנא ובתקוממיך אתקוטט׃
22 ମୁଁ ସେମାନଙ୍କୁ ସମ୍ପୂର୍ଣ୍ଣ ଘୃଣାରେ ଘୃଣା କରେ; ମୁଁ ସେମାନଙ୍କୁ ଆପଣାର ଶତ୍ରୁ ବୋଲି ଜ୍ଞାନ କରେ।
תכלית שנאה שנאתים לאויבים היו לי׃
23 ହେ ପରମେଶ୍ୱର, ମୋହର ଅନୁସନ୍ଧାନ କର ଓ ମୋʼ ଅନ୍ତଃକରଣର ପରିଚୟ ନିଅ; ମୋତେ ପରୀକ୍ଷା କର ଓ ମୋହର ସଂକଳ୍ପସବୁ ଜ୍ଞାତ ହୁଅ;
חקרני אל ודע לבבי בחנני ודע שרעפי׃
24 ଆଉ, ମୋʼ ଅନ୍ତରରେ ଦୁଷ୍ଟତାର କୌଣସି ଆଚରଣ ଅଛି କି ନାହିଁ, ଏହା ଦେଖ, ପୁଣି, ଅନନ୍ତ ପଥରେ ମୋତେ ଗମନ କରାଅ।
וראה אם דרך עצב בי ונחני בדרך עולם׃

< ଗୀତସଂହିତା 139 >