< ଗୀତସଂହିତା 14 >

1 ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। ମୂଢ଼ ମନେ ମନେ କହିଅଛି, “ପରମେଶ୍ୱର ନାହାନ୍ତି।” ସେମାନେ ଭ୍ରଷ୍ଟ, ସେମାନେ ଘୃଣାଯୋଗ୍ୟ କର୍ମ କରିଅଛନ୍ତି; ସୁକର୍ମକାରୀ କେହି ନାହିଁ।
למנצח לדוד אמר נבל בלבו אין אלהים השחיתו התעיבו עלילה אין עשה טוב׃
2 ବିବେଚକ ଓ ପରମେଶ୍ୱରଙ୍କ ଅନ୍ୱେଷଣକାରୀ କେହି ଅଛି କି ନାହିଁ, ଏହା ଦେଖିବା ପାଇଁ ସଦାପ୍ରଭୁ ସ୍ୱର୍ଗରୁ ମନୁଷ୍ୟ-ସନ୍ତାନଗଣ ପ୍ରତି ନିରୀକ୍ଷଣ କରନ୍ତି।
יהוה משמים השקיף על בני אדם לראות היש משכיל דרש את אלהים׃
3 ସେମାନେ ସମସ୍ତେ ବିପଥରେ ଯାଇଅଛନ୍ତି; ସେମାନେ ଏକତ୍ର ଅଶୁଚି ହୋଇଅଛନ୍ତି; ସୁକର୍ମକାରୀ କେହି ନାହିଁ, ନା, ଜଣେ ହେଁ ନାହିଁ।
הכל סר יחדו נאלחו אין עשה טוב אין גם אחד׃
4 ଅଧର୍ମାଚାରୀ ସମସ୍ତଙ୍କର କି କିଛି ଜ୍ଞାନ ନାହିଁ? ସେମାନେ ମୋʼ ଲୋକମାନଙ୍କୁ ଆହାର ପରି ଗ୍ରାସ କରନ୍ତି ଓ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତି ନାହିଁ।
הלא ידעו כל פעלי און אכלי עמי אכלו לחם יהוה לא קראו׃
5 ସେଠାରେ ସେମାନେ ମହାଭୟଗ୍ରସ୍ତ ହୋଇଥିଲେ; କାରଣ ପରମେଶ୍ୱର ଧାର୍ମିକ-ବଂଶ ମଧ୍ୟରେ ଅଛନ୍ତି।
שם פחדו פחד כי אלהים בדור צדיק׃
6 ତୁମ୍ଭେମାନେ ଦୁଃଖୀର ମନ୍ତ୍ରଣାକୁ ଲଜ୍ଜାର ବିଷୟ କରୁଅଛ, ମାତ୍ର ସଦାପ୍ରଭୁ ତାହାର ଆଶ୍ରୟ ଅଟନ୍ତି।
עצת עני תבישו כי יהוה מחסהו׃
7 ଆହା, ସିୟୋନଠାରୁ ଇସ୍ରାଏଲର ପରିତ୍ରାଣ ଉପସ୍ଥିତ ହେଉ! ଯଦି ସଦାପ୍ରଭୁ ଆପଣା ଲୋକମାନଙ୍କୁ ବନ୍ଦୀତ୍ୱରୁ ଫେରାଇ ଆଣନ୍ତି ତେବେ ଯାକୁବ ଉଲ୍ଲାସ କରିବ ଓ ଇସ୍ରାଏଲ ଆନନ୍ଦିତ ହେବ।
מי יתן מציון ישועת ישראל בשוב יהוה שבות עמו יגל יעקב ישמח ישראל׃

< ଗୀତସଂହିତା 14 >