< ଗୀତସଂହିତା 14 >
1 ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। ମୂଢ଼ ମନେ ମନେ କହିଅଛି, “ପରମେଶ୍ୱର ନାହାନ୍ତି।” ସେମାନେ ଭ୍ରଷ୍ଟ, ସେମାନେ ଘୃଣାଯୋଗ୍ୟ କର୍ମ କରିଅଛନ୍ତି; ସୁକର୍ମକାରୀ କେହି ନାହିଁ।
Mpumbavu husema moyoni mwake, “Hakuna Mungu.” Wamepotoka nakufanya uovu haramu; hakuna hata mmoja atendaye dhambi.
2 ବିବେଚକ ଓ ପରମେଶ୍ୱରଙ୍କ ଅନ୍ୱେଷଣକାରୀ କେହି ଅଛି କି ନାହିଁ, ଏହା ଦେଖିବା ପାଇଁ ସଦାପ୍ରଭୁ ସ୍ୱର୍ଗରୁ ମନୁଷ୍ୟ-ସନ୍ତାନଗଣ ପ୍ରତି ନିରୀକ୍ଷଣ କରନ୍ତି।
Yahwe anatazama chini kwa wanadamu kutoka mbinguni aone kama kuna yeyote anayeelewa, amtafutaye Mungu.
3 ସେମାନେ ସମସ୍ତେ ବିପଥରେ ଯାଇଅଛନ୍ତି; ସେମାନେ ଏକତ୍ର ଅଶୁଚି ହୋଇଅଛନ୍ତି; ସୁକର୍ମକାରୀ କେହି ନାହିଁ, ନା, ଜଣେ ହେଁ ନାହିଁ।
Wote wamegeukia njia nyingine. Kwa pamoja wamepotoka. Hakuna yeyote atendaye mema, hakuna, hata mmoja.
4 ଅଧର୍ମାଚାରୀ ସମସ୍ତଙ୍କର କି କିଛି ଜ୍ଞାନ ନାହିଁ? ସେମାନେ ମୋʼ ଲୋକମାନଙ୍କୁ ଆହାର ପରି ଗ୍ରାସ କରନ୍ତି ଓ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତି ନାହିଁ।
Je, hawajui lolote, wale wafanyao uovu, wale wanao kula watu wangu kama vile wanakula mkate, lakini hao hawamuiti Yahwe?
5 ସେଠାରେ ସେମାନେ ମହାଭୟଗ୍ରସ୍ତ ହୋଇଥିଲେ; କାରଣ ପରମେଶ୍ୱର ଧାର୍ମିକ-ବଂଶ ମଧ୍ୟରେ ଅଛନ୍ତି।
Wao wana tetemeka kwa hofu. Kwa kuwa Mungu yuko pamoja na kusanyiko la wenye haki!
6 ତୁମ୍ଭେମାନେ ଦୁଃଖୀର ମନ୍ତ୍ରଣାକୁ ଲଜ୍ଜାର ବିଷୟ କରୁଅଛ, ମାତ୍ର ସଦାପ୍ରଭୁ ତାହାର ଆଶ୍ରୟ ଅଟନ୍ତି।
Ninyi mnataka kumfedhehesha mtu maskini japo kuwa Yahwe ni kimbilio lake.
7 ଆହା, ସିୟୋନଠାରୁ ଇସ୍ରାଏଲର ପରିତ୍ରାଣ ଉପସ୍ଥିତ ହେଉ! ଯଦି ସଦାପ୍ରଭୁ ଆପଣା ଲୋକମାନଙ୍କୁ ବନ୍ଦୀତ୍ୱରୁ ଫେରାଇ ଆଣନ୍ତି ତେବେ ଯାକୁବ ଉଲ୍ଲାସ କରିବ ଓ ଇସ୍ରାଏଲ ଆନନ୍ଦିତ ହେବ।
Oh, kwamba wokovu wa Israeli ungetokea Sayuni! Wakati Yahwe akiwarudisha watu wake kutoka utumwani, ndipo Yakobo atashangilia na Israeli itakuwa na furaha!