< ଗୀତସଂହିତା 140 >

1 ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। ହେ ସଦାପ୍ରଭୋ, ଦୁର୍ଜ୍ଜନଠାରୁ ମୋତେ ଉଦ୍ଧାର କର; ଦୌରାତ୍ମ୍ୟକାରୀ ମନୁଷ୍ୟଠାରୁ ମୋତେ ରକ୍ଷା କର।
למנצח מזמור לדוד חלצני יהוה מאדם רע מאיש חמסים תנצרני׃
2 ସେମାନେ ମନେ ମନେ କୁକଳ୍ପନା କରନ୍ତି; ସେମାନେ ଯୁଦ୍ଧ କରିବାକୁ ପ୍ରତିଦିନ ଏକତ୍ରିତ ହୁଅନ୍ତି।
אשר חשבו רעות בלב כל יום יגורו מלחמות׃
3 ସେମାନେ ସର୍ପ ପରି ଆପଣା ଆପଣା ଜିହ୍ୱା ତୀକ୍ଷ୍ଣ କରିଅଛନ୍ତି; ସେମାନଙ୍କ ଓଷ୍ଠାଧର ତଳେ କାଳସର୍ପର ଗରଳ ଥାଏ। (ସେଲା)
שננו לשונם כמו נחש חמת עכשוב תחת שפתימו סלה׃
4 ହେ ସଦାପ୍ରଭୋ, ଦୁଷ୍ଟର ହସ୍ତରୁ ମୋତେ ରଖ; ଦୌରାତ୍ମ୍ୟକାରୀ ମନୁଷ୍ୟଠାରୁ ମୋତେ ରକ୍ଷା କର; ସେମାନେ ବିପଥକୁ ମୋʼ ଚରଣ ପେଲି ଦେବା ପାଇଁ କଳ୍ପନା କରିଅଛନ୍ତି।
שמרני יהוה מידי רשע מאיש חמסים תנצרני אשר חשבו לדחות פעמי׃
5 ଅହଙ୍କାରୀମାନେ ଗୋପନରେ ମୋʼ ପାଇଁ ଫାନ୍ଦ ଓ ଦଉଡ଼ି ପାତିଅଛନ୍ତି। ସେମାନେ ପଥ ପାର୍ଶ୍ୱରେ ଜାଲ ପ୍ରସାରି ଅଛନ୍ତି; ସେମାନେ ମୋʼ ପାଇଁ ଯନ୍ତା ବସାଇ ଅଛନ୍ତି। (ସେଲା)
טמנו גאים פח לי וחבלים פרשו רשת ליד מעגל מקשים שתו לי סלה׃
6 ମୁଁ ସଦାପ୍ରଭୁଙ୍କୁ କହିଲି, ତୁମ୍ଭେ ମୋହର ପରମେଶ୍ୱର; ହେ ସଦାପ୍ରଭୋ, ମୋʼ ନିବେଦନର ରବରେ କର୍ଣ୍ଣପାତ କର।
אמרתי ליהוה אלי אתה האזינה יהוה קול תחנוני׃
7 ହେ ମୋʼ ପରିତ୍ରାଣର ବଳ ସ୍ୱରୂପ, ପ୍ରଭୋ ସଦାପ୍ରଭୋ, ତୁମ୍ଭେ ଯୁଦ୍ଧର ଦିନରେ ମୋʼ ମସ୍ତକ ରକ୍ଷା କରିଅଛ।
יהוה אדני עז ישועתי סכתה לראשי ביום נשק׃
8 ହେ ସଦାପ୍ରଭୋ, ଦୁଷ୍ଟର ବାଞ୍ଛା ପ୍ରଦାନ କର ନାହିଁ; ତାହାର କୁକଳ୍ପନା ସିଦ୍ଧ କର ନାହିଁ; କେଜାଣି ସେମାନେ ଆପଣାମାନଙ୍କୁ ଗର୍ବିତ କରିବେ। (ସେଲା)
אל תתן יהוה מאויי רשע זממו אל תפק ירומו סלה׃
9 ଯେଉଁମାନେ ମୋତେ ଘେରିଅଛନ୍ତି, ସେମାନଙ୍କ ନିଜ ଓଷ୍ଠାଧରର ଦୌରାତ୍ମ୍ୟ ସେମାନଙ୍କ ମସ୍ତକ ଉପରେ ବର୍ତ୍ତୁ।
ראש מסבי עמל שפתימו יכסומו׃
10 ସେମାନଙ୍କ ଉପରେ ଜ୍ୱଳନ୍ତା ଅଙ୍ଗାର ପଡ଼ୁ। ସେମାନେ ଅଗ୍ନିରେ ନିକ୍ଷିପ୍ତ ହେଉନ୍ତୁ; ସେମାନେ ଯେପରି ଆଉ ଉଠି ନ ପାରିବେ, ଏଥିପାଇଁ ଗଭୀର ଗର୍ତ୍ତରେ ନିକ୍ଷିପ୍ତ ହେଉନ୍ତୁ।
ימיטו עליהם גחלים באש יפלם במהמרות בל יקומו׃
11 ଦୁର୍ମୁଖ ଲୋକ ପୃଥିବୀରେ ସ୍ଥିର ହେବ ନାହିଁ; ଉପଦ୍ରବୀକୁ ନିପାତ କରିବା ପାଇଁ ଅମଙ୍ଗଳ ମୃଗୟା କରିବ।
איש לשון בל יכון בארץ איש חמס רע יצודנו למדחפת׃
12 ସଦାପ୍ରଭୁ ଦୁଃଖୀର ବିବାଦ ଓ ଦୀନହୀନର ବିଚାର ନିଷ୍ପନ୍ନ କରିବେ, ଏହା ମୁଁ ଜାଣେ।
ידעת כי יעשה יהוה דין עני משפט אבינים׃
13 ଧାର୍ମିକମାନେ ଅବଶ୍ୟ ତୁମ୍ଭ ନାମର ଧନ୍ୟବାଦ କରିବେ; ସରଳ ଲୋକମାନେ ତୁମ୍ଭ ଛାମୁରେ ବାସ କରିବେ।
אך צדיקים יודו לשמך ישבו ישרים את פניך׃

< ଗୀତସଂହିତା 140 >