< ଗୀତସଂହିତା 141 >
1 ଦାଉଦଙ୍କର ଗୀତ। ହେ ସଦାପ୍ରଭୋ, ମୁଁ ତୁମ୍ଭ ନିକଟରେ ପ୍ରାର୍ଥନା କରୁଅଛି; ମୋʼ ପକ୍ଷରେ ସତ୍ୱର ହୁଅ; ମୁଁ ଡାକିବା ବେଳେ ମୋʼ ରବରେ କର୍ଣ୍ଣ ଦିଅ।
大衛的詩。 耶和華啊,我曾求告你, 求你快快臨到我這裏! 我求告你的時候, 願你留心聽我的聲音!
2 ସୁଗନ୍ଧି ଧୂପ ପରି ମୋʼ ପ୍ରାର୍ଥନା, ସନ୍ଧ୍ୟାକାଳୀନ ନୈବେଦ୍ୟ ପରି ମୋହର ହସ୍ତ ଉତ୍ତୋଳନ ତୁମ୍ଭ ଛାମୁରେ ଉପସ୍ଥିତ ହେଉ।
願我的禱告如香陳列在你面前! 願我舉手祈求,如獻晚祭!
3 ହେ ସଦାପ୍ରଭୋ, ମୋʼ ମୁଖ ଆଗରେ ପ୍ରହରୀ ନିଯୁକ୍ତ କର; ମୋʼ ଓଷ୍ଠାଧରର କବାଟ ରକ୍ଷା କର।
耶和華啊,求你禁止我的口, 把守我的嘴!
4 ଅଧର୍ମାଚାରୀ ଲୋକମାନଙ୍କ ସଙ୍ଗେ ଦୁଷ୍ଟ କ୍ରିୟାରେ ନିଯୁକ୍ତ ହେବା ପାଇଁ କୌଣସି ମନ୍ଦ ବିଷୟରେ ମୋʼ ଚିତ୍ତକୁ ପ୍ରବର୍ତ୍ତାଅ ନାହିଁ ଓ ସେମାନଙ୍କ ସୁସ୍ୱାଦୁ ଭକ୍ଷ୍ୟ ଭୋଜନ କରିବାକୁ ମୋତେ ଦିଅ ନାହିଁ।
求你不叫我的心偏向邪惡, 以致我和作孽的人同行惡事; 也不叫我吃他們的美食。
5 ଧାର୍ମିକ ଲୋକ ମୋତେ ପ୍ରହାର କରୁ, ତାହା ମୋʼ ପ୍ରତି ଦୟା ହେବ ଓ ସେ ମୋତେ ଅନୁଯୋଗ କରୁ, ତାହା ମସ୍ତକରେ ତୈଳ ସ୍ୱରୂପ ହେବ; ମୋʼ ମସ୍ତକ ତାହା ଅଗ୍ରାହ୍ୟ ନ କରୁ; ସେମାନଙ୍କର ନାନା ଦୁଷ୍ଟତା ସମୟରେ ମୋହର ପ୍ରାର୍ଥନା ଚଳୁଥିବ।
任憑義人擊打我,這算為仁慈; 任憑他責備我,這算為頭上的膏油; 我的頭不要躲閃。 正在他們行惡的時候,我仍要祈禱。
6 ସେମାନଙ୍କ ବିଚାରକର୍ତ୍ତାମାନେ ଶୈଳ ପାର୍ଶ୍ୱରେ ନିକ୍ଷିପ୍ତ ହୋଇଅଛନ୍ତି; ମୋହର ବାକ୍ୟ ମଧୁର, ଏଣୁ ସେମାନେ ତାହା ଶୁଣିବେ।
他們的審判官被扔在巖下; 眾人要聽我的話,因為這話甘甜。
7 କେହି ଭୂମି ଚାଷ ଓ ବିଦୀର୍ଣ୍ଣ କରିବା ବେଳେ ଯେପରି, ସେପରି କବର ମୁଖରେ ଆମ୍ଭମାନଙ୍କ ଅସ୍ଥିସବୁ ଛିନ୍ନଭିନ୍ନ ହୋଇଅଛି। (Sheol )
我們的骨頭散在墓旁, 好像人耕田、刨地的土塊。 (Sheol )
8 କାରଣ ହେ ପ୍ରଭୋ ସଦାପ୍ରଭୋ, ମୋʼ ଦୃଷ୍ଟି ତୁମ୍ଭଆଡ଼େ ଅଛି; ମୁଁ ତୁମ୍ଭଠାରେ ଭରସା ରଖିଅଛି; ମୋʼ ପ୍ରାଣକୁ ଅନାଥ କରି ତ୍ୟାଗ କର ନାହିଁ।
主-耶和華啊,我的眼目仰望你; 我投靠你,求你不要將我撇得孤苦!
9 ମୋʼ ନିମନ୍ତେ ସେମାନଙ୍କ ପାତିତ ଫାନ୍ଦରୁ ଓ ଅଧର୍ମାଚାରୀମାନଙ୍କ ଯନ୍ତାରୁ ମୋତେ ରକ୍ଷା କର।
求你保護我脫離惡人為我設的網羅 和作孽之人的圈套!
10 ଦୁଷ୍ଟମାନେ ନିଜ ନିଜ ଜାଲରେ ପଡ଼ନ୍ତୁ, ସେହି ଅବସରରେ ମୁଁ ରକ୍ଷା ପାଏ।
願惡人落在自己的網裏, 我卻得以逃脫。