< ଗୀତସଂହିତା 141 >
1 ଦାଉଦଙ୍କର ଗୀତ। ହେ ସଦାପ୍ରଭୋ, ମୁଁ ତୁମ୍ଭ ନିକଟରେ ପ୍ରାର୍ଥନା କରୁଅଛି; ମୋʼ ପକ୍ଷରେ ସତ୍ୱର ହୁଅ; ମୁଁ ଡାକିବା ବେଳେ ମୋʼ ରବରେ କର୍ଣ୍ଣ ଦିଅ।
Zabura ta Dawuda. Na yi kira gare ka, ya Ubangiji; ka zo da sauri. Ka ji muryata sa’ad da na yi kira.
2 ସୁଗନ୍ଧି ଧୂପ ପରି ମୋʼ ପ୍ରାର୍ଥନା, ସନ୍ଧ୍ୟାକାଳୀନ ନୈବେଦ୍ୟ ପରି ମୋହର ହସ୍ତ ଉତ୍ତୋଳନ ତୁମ୍ଭ ଛାମୁରେ ଉପସ୍ଥିତ ହେଉ।
Bari a sa addu’ata a gabanka kamar turaren ƙonawa; bari ɗagawa hannuwana ta zama kamar hadayar yamma.
3 ହେ ସଦାପ୍ରଭୋ, ମୋʼ ମୁଖ ଆଗରେ ପ୍ରହରୀ ନିଯୁକ୍ତ କର; ମୋʼ ଓଷ୍ଠାଧରର କବାଟ ରକ୍ଷା କର।
Ka sa mai tsaro a bakina, ya Ubangiji; ka yi tsaron ƙofar leɓunana.
4 ଅଧର୍ମାଚାରୀ ଲୋକମାନଙ୍କ ସଙ୍ଗେ ଦୁଷ୍ଟ କ୍ରିୟାରେ ନିଯୁକ୍ତ ହେବା ପାଇଁ କୌଣସି ମନ୍ଦ ବିଷୟରେ ମୋʼ ଚିତ୍ତକୁ ପ୍ରବର୍ତ୍ତାଅ ନାହିଁ ଓ ସେମାନଙ୍କ ସୁସ୍ୱାଦୁ ଭକ୍ଷ୍ୟ ଭୋଜନ କରିବାକୁ ମୋତେ ଦିଅ ନାହିଁ।
Kada ka bar zuciyata ta juya ga yin abin da yake mugu, ta sa kai ga aikata mugayen ayyuka tare da mutane masu aikata mugunta; kada ka bari in ci abincinsu.
5 ଧାର୍ମିକ ଲୋକ ମୋତେ ପ୍ରହାର କରୁ, ତାହା ମୋʼ ପ୍ରତି ଦୟା ହେବ ଓ ସେ ମୋତେ ଅନୁଯୋଗ କରୁ, ତାହା ମସ୍ତକରେ ତୈଳ ସ୍ୱରୂପ ହେବ; ମୋʼ ମସ୍ତକ ତାହା ଅଗ୍ରାହ୍ୟ ନ କରୁ; ସେମାନଙ୍କର ନାନା ଦୁଷ୍ଟତା ସମୟରେ ମୋହର ପ୍ରାର୍ଥନା ଚଳୁଥିବ।
Bari mutum mai adalci yă buge ni, alheri ne; bar shi yă tsawata mini, mai ne a kaina. Kaina ba zai ƙi shi ba, duk da haka addu’ata kullum tana gāba da mugayen ayyuka.
6 ସେମାନଙ୍କ ବିଚାରକର୍ତ୍ତାମାନେ ଶୈଳ ପାର୍ଶ୍ୱରେ ନିକ୍ଷିପ୍ତ ହୋଇଅଛନ୍ତି; ମୋହର ବାକ୍ୟ ମଧୁର, ଏଣୁ ସେମାନେ ତାହା ଶୁଣିବେ।
Za a jefar da masu mulkinsu ƙasa daga ƙwanƙolin dutse, mugaye kuwa za su san cewa maganata daidai ne.
7 କେହି ଭୂମି ଚାଷ ଓ ବିଦୀର୍ଣ୍ଣ କରିବା ବେଳେ ଯେପରି, ସେପରି କବର ମୁଖରେ ଆମ୍ଭମାନଙ୍କ ଅସ୍ଥିସବୁ ଛିନ୍ନଭିନ୍ନ ହୋଇଅଛି। (Sheol )
Za su ce, “Kamar yadda mutum kan yi huda yă tsage ƙasa, haka aka watsar da ƙasusuwanmu a bakin kabari.” (Sheol )
8 କାରଣ ହେ ପ୍ରଭୋ ସଦାପ୍ରଭୋ, ମୋʼ ଦୃଷ୍ଟି ତୁମ୍ଭଆଡ଼େ ଅଛି; ମୁଁ ତୁମ୍ଭଠାରେ ଭରସା ରଖିଅଛି; ମୋʼ ପ୍ରାଣକୁ ଅନାଥ କରି ତ୍ୟାଗ କର ନାହିଁ।
Amma na kafa idanuna a kanka, ya Ubangiji Mai Iko Duka; a cikinka ina neman mafaka, kada ka miƙa ni ga mutuwa.
9 ମୋʼ ନିମନ୍ତେ ସେମାନଙ୍କ ପାତିତ ଫାନ୍ଦରୁ ଓ ଅଧର୍ମାଚାରୀମାନଙ୍କ ଯନ୍ତାରୁ ମୋତେ ରକ୍ଷା କର।
Ka kiyaye ni daga tarkon da aka sa mini, daga tarkon da mugaye suka sa.
10 ଦୁଷ୍ଟମାନେ ନିଜ ନିଜ ଜାଲରେ ପଡ଼ନ୍ତୁ, ସେହି ଅବସରରେ ମୁଁ ରକ୍ଷା ପାଏ।
Bari mugaye su fāɗa a cikin ragarsu, amma bari ni in zo in wuce lafiya.