< ଗୀତସଂହିତା 142 >
1 ଗୁମ୍ଫାରେ ଥିଲା ବେଳେ ଦାଉଦଙ୍କର ମସ୍କୀଲ୍; ପ୍ରାର୍ଥନା। ମୁଁ ନିଜ ରବରେ ସଦାପ୍ରଭୁଙ୍କ ନିକଟରେ କାକୂକ୍ତି କରେ; ମୁଁ ନିଜ ରବରେ ସଦାପ୍ରଭୁଙ୍କ ନିକଟରେ ନିବେଦନ କରେ;
大衛在洞裏作的訓誨詩,乃是祈禱。 我發聲哀告耶和華, 發聲懇求耶和華。
2 ମୁଁ ତାହାଙ୍କ ଛାମୁରେ ନିଜ ଦୁଃଖର କଥା ଭାଙ୍ଗି କହେ; ମୁଁ ତାହାଙ୍କ ଆଗରେ ଆପଣା ଦୁଃଖ ଜଣାଏ।
我在他面前吐露我的苦情, 陳說我的患難。
3 ମୋହର ଆତ୍ମା ମୋʼ ଅନ୍ତରରେ ଉଦ୍ବିଗ୍ନ ହେବା ବେଳେ ତୁମ୍ଭେ ମୋହର ମାର୍ଗ ଜାଣିଲ। ମୋʼ ଗମନ ପଥରେ ସେମାନେ ମୋʼ ପାଇଁ ଗୋପନରେ ଫାନ୍ଦ ପାତିଅଛନ୍ତି।
我的靈在我裏面發昏的時候, 你知道我的道路。 在我行的路上, 敵人為我暗設網羅。
4 ମୋʼ ଦକ୍ଷିଣ ପାର୍ଶ୍ୱ ନିରୀକ୍ଷଣ କରି ଦେଖ; ମୋତେ ଜାଣିବା ଲୋକ କେହି ନାହିଁ; ମୋହର ଆଶ୍ରୟ ବିନଷ୍ଟ ହୋଇଅଛି; ମୋʼ ପ୍ରାଣ ପାଇଁ କେହି ଚିନ୍ତା କରେ ନାହିଁ।
求你向我右邊觀看, 因為沒有人認識我; 我無處避難, 也沒有人眷顧我。
5 ହେ ସଦାପ୍ରଭୋ, ମୁଁ ତୁମ୍ଭ ନିକଟରେ କାକୂକ୍ତି କରେ; ମୁଁ କହିଲି, ତୁମ୍ଭେ ମୋହର ଆଶ୍ରୟ, ଜୀବିତ ଲୋକଙ୍କ ଦେଶରେ ତୁମ୍ଭେ ମୋହର ବାଣ୍ଟ।
耶和華啊,我曾向你哀求。 我說:你是我的避難所; 在活人之地,你是我的福分。
6 ମୋʼ କାକୂକ୍ତିରେ ମନୋଯୋଗ କର; କାରଣ ମୁଁ ଅତି ଅଧୋନତ ହୋଇଅଛି; ମୋʼ ତାଡ଼ନାକାରୀମାନଙ୍କଠାରୁ ମୋତେ ଉଦ୍ଧାର କର; କାରଣ ସେମାନେ ମୋʼ ଅପେକ୍ଷା ବଳବାନ।
求你側耳聽我的呼求, 因我落到極卑之地; 求你救我脫離逼迫我的人, 因為他們比我強盛。
7 କାରାଗାରରୁ ମୋʼ ପ୍ରାଣ ଉଦ୍ଧାର କର, ତହିଁରେ ମୁଁ ତୁମ୍ଭ ନାମକୁ ଧନ୍ୟବାଦ ଦେବି; ଧାର୍ମିକମାନେ ମୋତେ ବେଷ୍ଟନ କରିବେ; କାରଣ ତୁମ୍ଭେ ମୋହର ପ୍ରଚୁର ମଙ୍ଗଳ କରିବ।
求你領我出離被囚之地, 我好稱讚你的名。 義人必環繞我, 因為你是用厚恩待我。