< ଗୀତସଂହିତା 142 >

1 ଗୁମ୍ଫାରେ ଥିଲା ବେଳେ ଦାଉଦଙ୍କର ମସ୍କୀଲ୍‍; ପ୍ରାର୍ଥନା। ମୁଁ ନିଜ ରବରେ ସଦାପ୍ରଭୁଙ୍କ ନିକଟରେ କାକୂକ୍ତି କରେ; ମୁଁ ନିଜ ରବରେ ସଦାପ୍ରଭୁଙ୍କ ନିକଟରେ ନିବେଦନ କରେ;
משכיל לדוד בהיותו במערה תפלה קולי אל יהוה אזעק קולי אל יהוה אתחנן׃
2 ମୁଁ ତାହାଙ୍କ ଛାମୁରେ ନିଜ ଦୁଃଖର କଥା ଭାଙ୍ଗି କହେ; ମୁଁ ତାହାଙ୍କ ଆଗରେ ଆପଣା ଦୁଃଖ ଜଣାଏ।
אשפך לפניו שיחי צרתי לפניו אגיד׃
3 ମୋହର ଆତ୍ମା ମୋʼ ଅନ୍ତରରେ ଉଦ୍‍ବିଗ୍ନ ହେବା ବେଳେ ତୁମ୍ଭେ ମୋହର ମାର୍ଗ ଜାଣିଲ। ମୋʼ ଗମନ ପଥରେ ସେମାନେ ମୋʼ ପାଇଁ ଗୋପନରେ ଫାନ୍ଦ ପାତିଅଛନ୍ତି।
בהתעטף עלי רוחי ואתה ידעת נתיבתי בארח זו אהלך טמנו פח לי׃
4 ମୋʼ ଦକ୍ଷିଣ ପାର୍ଶ୍ୱ ନିରୀକ୍ଷଣ କରି ଦେଖ; ମୋତେ ଜାଣିବା ଲୋକ କେହି ନାହିଁ; ମୋହର ଆଶ୍ରୟ ବିନଷ୍ଟ ହୋଇଅଛି; ମୋʼ ପ୍ରାଣ ପାଇଁ କେହି ଚିନ୍ତା କରେ ନାହିଁ।
הביט ימין וראה ואין לי מכיר אבד מנוס ממני אין דורש לנפשי׃
5 ହେ ସଦାପ୍ରଭୋ, ମୁଁ ତୁମ୍ଭ ନିକଟରେ କାକୂକ୍ତି କରେ; ମୁଁ କହିଲି, ତୁମ୍ଭେ ମୋହର ଆଶ୍ରୟ, ଜୀବିତ ଲୋକଙ୍କ ଦେଶରେ ତୁମ୍ଭେ ମୋହର ବାଣ୍ଟ।
זעקתי אליך יהוה אמרתי אתה מחסי חלקי בארץ החיים׃
6 ମୋʼ କାକୂକ୍ତିରେ ମନୋଯୋଗ କର; କାରଣ ମୁଁ ଅତି ଅଧୋନତ ହୋଇଅଛି; ମୋʼ ତାଡ଼ନାକାରୀମାନଙ୍କଠାରୁ ମୋତେ ଉଦ୍ଧାର କର; କାରଣ ସେମାନେ ମୋʼ ଅପେକ୍ଷା ବଳବାନ।
הקשיבה אל רנתי כי דלותי מאד הצילני מרדפי כי אמצו ממני׃
7 କାରାଗାରରୁ ମୋʼ ପ୍ରାଣ ଉଦ୍ଧାର କର, ତହିଁରେ ମୁଁ ତୁମ୍ଭ ନାମକୁ ଧନ୍ୟବାଦ ଦେବି; ଧାର୍ମିକମାନେ ମୋତେ ବେଷ୍ଟନ କରିବେ; କାରଣ ତୁମ୍ଭେ ମୋହର ପ୍ରଚୁର ମଙ୍ଗଳ କରିବ।
הוציאה ממסגר נפשי להודות את שמך בי יכתרו צדיקים כי תגמל עלי׃

< ଗୀତସଂହିତା 142 >