< ଗୀତସଂହିତା 142 >
1 ଗୁମ୍ଫାରେ ଥିଲା ବେଳେ ଦାଉଦଙ୍କର ମସ୍କୀଲ୍; ପ୍ରାର୍ଥନା। ମୁଁ ନିଜ ରବରେ ସଦାପ୍ରଭୁଙ୍କ ନିକଟରେ କାକୂକ୍ତି କରେ; ମୁଁ ନିଜ ରବରେ ସଦାପ୍ରଭୁଙ୍କ ନିକଟରେ ନିବେଦନ କରେ;
Kwa sauti yangu namlilia Yahwe anisaidie; kwa sauti yangu naomba kwa ajili ya neema ya Yahwe.
2 ମୁଁ ତାହାଙ୍କ ଛାମୁରେ ନିଜ ଦୁଃଖର କଥା ଭାଙ୍ଗି କହେ; ମୁଁ ତାହାଙ୍କ ଆଗରେ ଆପଣା ଦୁଃଖ ଜଣାଏ।
Namwaga malalamiko yangu mbele zake; ninamwambia shida zangu.
3 ମୋହର ଆତ୍ମା ମୋʼ ଅନ୍ତରରେ ଉଦ୍ବିଗ୍ନ ହେବା ବେଳେ ତୁମ୍ଭେ ମୋହର ମାର୍ଗ ଜାଣିଲ। ମୋʼ ଗମନ ପଥରେ ସେମାନେ ମୋʼ ପାଇଁ ଗୋପନରେ ଫାନ୍ଦ ପାତିଅଛନ୍ତି।
Roho yangu inapokuwa dhaifu ndani yangu, wewe unajua mapito yangu. Kwenye njia niipitayo wamenifichia mtego.
4 ମୋʼ ଦକ୍ଷିଣ ପାର୍ଶ୍ୱ ନିରୀକ୍ଷଣ କରି ଦେଖ; ମୋତେ ଜାଣିବା ଲୋକ କେହି ନାହିଁ; ମୋହର ଆଶ୍ରୟ ବିନଷ୍ଟ ହୋଇଅଛି; ମୋʼ ପ୍ରାଣ ପାଇଁ କେହି ଚିନ୍ତା କରେ ନାହିଁ।
Natazama kulia kwangu na sioni yeyote anayenijali. Sina pa kukimbilia; hakuna anayejali kuhusu uhai wangu.
5 ହେ ସଦାପ୍ରଭୋ, ମୁଁ ତୁମ୍ଭ ନିକଟରେ କାକୂକ୍ତି କରେ; ମୁଁ କହିଲି, ତୁମ୍ଭେ ମୋହର ଆଶ୍ରୟ, ଜୀବିତ ଲୋକଙ୍କ ଦେଶରେ ତୁମ୍ଭେ ମୋହର ବାଣ୍ଟ।
Nilikuita wewe, Yahwe; nikasema, “Wewe ni kimbilio langu, fungu langu katika nchi ya walio hai.
6 ମୋʼ କାକୂକ୍ତିରେ ମନୋଯୋଗ କର; କାରଣ ମୁଁ ଅତି ଅଧୋନତ ହୋଇଅଛି; ମୋʼ ତାଡ଼ନାକାରୀମାନଙ୍କଠାରୁ ମୋତେ ଉଦ୍ଧାର କର; କାରଣ ସେମାନେ ମୋʼ ଅପେକ୍ଷା ବଳବାନ।
Sikia kuita kwangu, maana nimeshushwa chini sana; uniokoe dhidi ya watesi wangu, maana wana nguvu kuliko mimi.
7 କାରାଗାରରୁ ମୋʼ ପ୍ରାଣ ଉଦ୍ଧାର କର, ତହିଁରେ ମୁଁ ତୁମ୍ଭ ନାମକୁ ଧନ୍ୟବାଦ ଦେବି; ଧାର୍ମିକମାନେ ମୋତେ ବେଷ୍ଟନ କରିବେ; କାରଣ ତୁମ୍ଭେ ମୋହର ପ୍ରଚୁର ମଙ୍ଗଳ କରିବ।
Uitoe nafsi yangu kifungoni ili niweze kulishukuru jina lako. Wenye haki watakusanyika karibu nami kwa sababu umekuwa mwema kwangu.”