< ଗୀତସଂହିତା 144 >

1 ଦାଉଦଙ୍କର ଗୀତ। ମୋହର ଶୈଳ ସ୍ୱରୂପ ସଦାପ୍ରଭୁ ଧନ୍ୟ ହେଉନ୍ତୁ, ସେ ମୋʼ ହସ୍ତକୁ ଯୁଦ୍ଧ ଶିଖାନ୍ତି ଓ ମୋʼ ଅଙ୍ଗୁଳିକୁ ସଂଗ୍ରାମ ଶିଖାନ୍ତି।
[By David.] Blessed be YHWH, my Rock, who teaches my hands to war, and my fingers to battle:
2 ସେ ମୋହର ସ୍ନେହପୂର୍ଣ୍ଣ କରୁଣା ଓ ମୋହର ଗଡ଼, ମୋହର ଉଚ୍ଚ ଦୁର୍ଗ ଓ ମୋହର ଉଦ୍ଧାରକର୍ତ୍ତା, ମୋହର ଢାଲ ଓ ସେ ମୋହର ଆଶ୍ରୟଭୂମି; ସେ ଗୋଷ୍ଠୀସମୂହକୁ ମୋʼ ପଦ ତଳେ ବଶୀଭୂତ କରନ୍ତି।
my loving kindness, my fortress, my high tower, my deliverer, my shield, and he in whom I take refuge; who subdues peoples under me.
3 ହେ ସଦାପ୍ରଭୋ, ମନୁଷ୍ୟ କିଏ ଯେ, ତୁମ୍ଭେ ତାହାର ପରିଚୟ ନିଅ? ସେ ଅବା କିଏ ଯେ, ତୁମ୍ଭେ ତାହାକୁ ଗଣ୍ୟ କର?
YHWH, what is man, that you care for him? Or the son of man, that you think of him?
4 ମନୁଷ୍ୟ ଅସାର ବସ୍ତୁ ତୁଲ୍ୟ; ତାହାର ଦିନସବୁ ବହିଯିବା ଛାୟା ତୁଲ୍ୟ।
Man is like a breath. His days are like a shadow that passes away.
5 ହେ ସଦାପ୍ରଭୋ, ଆପଣା ଗଗନମଣ୍ଡଳ ନୁଆଁଇ ତଳକୁ ଆସ; ପର୍ବତଗଣକୁ ସ୍ପର୍ଶ କର, ତହିଁରେ ସେମାନେ ଧୂମ ନିର୍ଗତ କରିବେ।
Part your heavens, YHWH, and come down. Touch the mountains, and they will smoke.
6 ବିଜୁଳି ନିକ୍ଷେପ କରି ସେମାନଙ୍କୁ ଛିନ୍ନଭିନ୍ନ କର; ଆପଣା ତୀର ମାରି ସେମାନଙ୍କୁ ପରାସ୍ତ କର।
Throw out lightning, and scatter them. Send out your arrows, and rout them.
7 ଊର୍ଦ୍ଧ୍ୱରୁ ଆପଣା ହସ୍ତ ବଢ଼ାଅ; ମୋତେ ରକ୍ଷା କର, ମହାଜଳରାଶିରୁ ମୋତେ ଉଦ୍ଧାର କର; ପୁଣି, ଯେଉଁମାନଙ୍କ ମୁଖ ଅସାର କଥା କହଇ
Stretch out your hand from above, rescue me, and deliver me out of great waters, out of the hands of foreigners;
8 ଓ ଯେଉଁମାନଙ୍କ ଦକ୍ଷିଣ ହସ୍ତ ଅସତ୍ୟର ଦକ୍ଷିଣ ହସ୍ତ, ଏପରି ବିଦେଶୀୟମାନଙ୍କ ହସ୍ତରୁ ମୋତେ ଉଦ୍ଧାର କର।
whose mouths speak deceit, Whose right hand is a right hand of falsehood.
9 ହେ ପରମେଶ୍ୱର, ମୁଁ ତୁମ୍ଭ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କରିବି; ଦଶତାର-ଯନ୍ତ୍ରରେ ତୁମ୍ଭ ଉଦ୍ଦେଶ୍ୟରେ ମୁଁ ପ୍ରଶଂସା ଗାନ କରିବି।
I will sing a new song to you, God. On a ten-stringed lyre, I will sing praises to you.
10 ସେ ରାଜାମାନଙ୍କୁ ପରିତ୍ରାଣ ପ୍ରଦାନ କରନ୍ତି; ସେ ଆପଣା ଦାସ ଦାଉଦଙ୍କୁ କ୍ଷତିକାରକ ଖଡ୍ଗରୁ ରକ୍ଷା କରନ୍ତି।
You are he who gives salvation to kings, who rescues David, his servant, from the deadly sword.
11 ମୋତେ ରକ୍ଷା କର ଓ ଯେଉଁମାନଙ୍କର ମୁଖ ଅସାର କଥା କହଇ, ପୁଣି, ଯେଉଁମାନଙ୍କ ଦକ୍ଷିଣ ହସ୍ତ ଅସତ୍ୟର ଦକ୍ଷିଣ ହସ୍ତ, ଏପରି ବିଦେଶୀୟମାନଙ୍କ ହସ୍ତରୁ ମୋତେ ଉଦ୍ଧାର କର।
Rescue me, and deliver me out of the hands of foreigners, whose mouths speak deceit, whose right hand is a right hand of falsehood.
12 ଯେତେବେଳେ ଆମ୍ଭମାନଙ୍କ ପୁତ୍ରଗଣ ଯୌବନାବସ୍ଥାରେ ବୃକ୍ଷର ଚାରା ତୁଲ୍ୟ ବର୍ଦ୍ଧନଶୀଳ ହେବେ ଓ ଆମ୍ଭମାନଙ୍କ କନ୍ୟାଗଣ ଅଟ୍ଟାଳିକାର ଗଠନାନୁସାରେ ଖୋଦିତ କୋଣ-ପ୍ରସ୍ତର ତୁଲ୍ୟ ହେବେ;
Then our sons will be like well-nurtured plants, our daughters like pillars carved to adorn a palace.
13 ଆମ୍ଭମାନଙ୍କ ଭଣ୍ଡାରସବୁ ପରିପୂର୍ଣ୍ଣ; ସର୍ବପ୍ରକାର ଦ୍ରବ୍ୟବିଶିଷ୍ଟ ହେବ; ଆମ୍ଭମାନଙ୍କ ମେଷଗଣ ଆମ୍ଭମାନଙ୍କ କ୍ଷେତ୍ରରେ ସହସ୍ର ସହସ୍ର ଓ ଅୟୁତ ଅୟୁତ ଶାବକ ପ୍ରସବ କରିବେ;
Our storehouses are full, filled with all kinds of provision. Our sheep bring forth thousands and ten thousands in our fields.
14 ଆମ୍ଭମାନଙ୍କ ବଳଦସବୁ ଉତ୍ତମ ରୂପେ ବୋଝାଇ ହେବେ; କୌଣସି ଭଗ୍ନଦଶା ଓ ବହିର୍ଗମନ ଘଟିବ ନାହିଁ, ପୁଣି, ଆମ୍ଭମାନଙ୍କ ଛକସ୍ଥାନରେ କୌଣସି କୋଳାହଳ ହେବ ନାହିଁ;
Our oxen will pull heavy loads. There is no breaking in, and no going away, and no outcry in our streets.
15 ଏହିପରି ଅବସ୍ଥାପନ୍ନ ଗୋଷ୍ଠୀ ଧନ୍ୟ; ହଁ, ସଦାପ୍ରଭୁ ଯେଉଁ ଗୋଷ୍ଠୀର ପରମେଶ୍ୱର, ସେ ଧନ୍ୟ!
Blessed are the people who are in such a situation. Blessed are the people whose God is YHWH.

< ଗୀତସଂହିତା 144 >