< ଗୀତସଂହିତା 147 >

1 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। କାରଣ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବାର ଉତ୍ତମ; ଯେହେତୁ ତାହା ମନୋହର ଓ ପ୍ରଶଂସା ଶୋଭନୀୟ।
讚美上主,因他是美善的,歌頌我主,因他是甘甜的;我主上主是應受讚美的。
2 ସଦାପ୍ରଭୁ ଯିରୂଶାଲମକୁ ଗଢ଼ନ୍ତି; ସେ ଇସ୍ରାଏଲର ଦୂରୀକୃତ ଲୋକମାନଙ୍କୁ ସଂଗ୍ରହ କରନ୍ତି।
上主重建了耶路撒冷城,完聚了四散的以色列民。
3 ସେ ଭଗ୍ନାନ୍ତଃକରଣମାନଙ୍କୁ ସୁସ୍ଥ କରନ୍ତି ଓ ସେମାନଙ୍କ କ୍ଷତସବୁ ବାନ୍ଧନ୍ତି।
他醫治了心靈破碎的人,也親自包紮了他的傷痕。
4 ସେ ତାରାଗଣର ସଂଖ୍ୟା କରନ୍ତି; ସେ ସମସ୍ତଙ୍କୁ ସେମାନଙ୍କ ନାମ ଦିଅନ୍ତି।
星辰的數目,全由上主制定,星辰的稱號,也都由他命名。
5 ଆମ୍ଭମାନଙ୍କର ପ୍ରଭୁ ମହାନ ଓ ଅତିଶୟ ଶକ୍ତିମାନ; ତାହାଙ୍କର ବୁଦ୍ଧି ଅସୀମ।
我們的偉大上主,威能無比,他所具備的智慧不可估計。
6 ସଦାପ୍ରଭୁ ନମ୍ର ଲୋକଙ୍କୁ ଧରି ରଖନ୍ତି; ସେ ଦୁଷ୍ଟମାନଙ୍କୁ ଭୂମିସାତ୍‍ କରନ୍ତି।
上主將謙遜的人扶起,將蠻橫的人貶抑於地。
7 ଧନ୍ୟବାଦ କରି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର; ବୀଣା ଯନ୍ତ୍ରରେ ଆମ୍ଭମାନଙ୍କ ପରମେଶ୍ୱରଙ୍କର ପ୍ରଶଂସା ଗାନ କର;
請歌唱聖詩稱頌上主,請彈琴詠讚我們天主!
8 ସେ ଆକାଶକୁ ମେଘମାଳାରେ ଆଚ୍ଛନ୍ନ କରନ୍ତି, ସେ ପୃଥିବୀ ନିମନ୍ତେ ବୃଷ୍ଟି ପ୍ରସ୍ତୁତ କରନ୍ତି, ସେ ପର୍ବତଗଣରେ ତୃଣ ଉତ୍ପାଦନ କରନ୍ତି।
他以雲霧遮蔽高天,他將雨露賜給農田;他使青草生於群山,他造植物供人吃穿。
9 ସେ ପଶୁକୁ ତାହାର ଆହାର ଦିଅନ୍ତି ଓ ରାବନ୍ତା ଡାମରା କାଉ ଛୁଆମାନଙ୍କୁ ଆହାର ଦିଅନ୍ତି।
他將食物賜給家畜,他養育啼叫的鴉雛。
10 ସେ ଅଶ୍ୱର ବଳରେ ସନ୍ତୁଷ୍ଟ ନୁହନ୍ତି; ସେ ମନୁଷ୍ୟର ଚରଣରେ ତୁଷ୍ଟ ନୁହନ୍ତି।
馬的壯力,他不歡喜;人的快腿,他不中意。
11 ସଦାପ୍ରଭୁ ଆପଣା ଭୟକାରୀମାନଙ୍କଠାରେ ଓ ତାହାଙ୍କ ଦୟାରେ ଭରସାକାରୀମାନଙ୍କଠାରେ ତୁଷ୍ଟ ଅଟନ୍ତି।
那敬愛上主的人,他纔歡喜;信賴他慈愛的人,他纔中意。
12 ହେ ଯିରୂଶାଲମ, ସଦାପ୍ରଭୁଙ୍କର ପ୍ରଶଂସା କର; ହେ ସିୟୋନ, ତୁମ୍ଭ ପରମେଶ୍ୱରଙ୍କର ପ୍ରଶଂସା କର;
耶路撒冷,請您讚頌上主!熙雍,請您讚頌您的天主!
13 କାରଣ ସେ ତୁମ୍ଭ ଦ୍ୱାରର ଅର୍ଗଳସବୁ ଦୃଢ଼ କରିଅଛନ୍ତି; ସେ ତୁମ୍ଭ ମଧ୍ୟବର୍ତ୍ତୀ ତୁମ୍ଭ ସନ୍ତାନଗଣକୁ ଆଶୀର୍ବାଦ କରିଅଛନ୍ତି।
他鞏固了您城門的橫閂,祝福您的子女在您中間。
14 ସେ ତୁମ୍ଭ ସୀମା ମଧ୍ୟରେ ଶାନ୍ତି ସ୍ଥାପନ କରନ୍ତି; ସେ ସର୍ବୋତ୍ତମ ଗହମରେ ତୁମ୍ଭକୁ ତୃପ୍ତ କରନ୍ତି।
他使您的地界安靜不亂,用最好的麥麵使您飽餐。
15 ସେ ପୃଥିବୀରେ ଆପଣା ଆଜ୍ଞା ପ୍ରେରଣ କରନ୍ତି; ତାହାଙ୍କ ବାକ୍ୟ ଅତି ଶୀଘ୍ର ଦୌଡ଼ଇ।
他向大地發出自己的語言,他的聖旨便立即迅速奔傳。
16 ସେ ମେଷଲୋମ ପରି ତୁଷାର ଦିଅନ୍ତି; ସେ ଭସ୍ମ ତୁଲ୍ୟ ନୀହାର ବିଞ୍ଚି ଦିଅନ୍ତି।
他降雪像羊毛,他撒霜像塵宵。
17 ସେ ଖଣ୍ଡ ଖଣ୍ଡ ଆହାର ପରି ବରଫ ପକାଇ ଦିଅନ୍ତି; ତାହାଙ୍କ ଶୀତ ଆଗରେ କିଏ ଠିଆ ହୋଇପାରେ?
他拋下冰雹,有如餅屑,因他的嚴寒,水便凍結;
18 ସେ ଆପଣା ବାକ୍ୟ ପଠାଇ ସେସବୁ ତରଳାଇ ପକାନ୍ତି; ସେ ଆପଣା ବାୟୁ ବହାଇଲେ ଜଳ ପ୍ରବାହିତ ହୁଏ।
他一發出他的語言,凍結即刻消溶,他一吹起和風,冰水即刻流動。
19 ସେ ଯାକୁବ ପ୍ରତି ଆପଣା ବାକ୍ୟ, ଇସ୍ରାଏଲ ପ୍ରତି ଆପଣା ବିଧି ଓ ଶାସନ ପ୍ରକାଶ କରନ୍ତି।
他向雅各伯曉示了自己的言語,他向以色列啟示了自己的誡律。
20 ସେ କୌଣସି ଗୋଷ୍ଠୀ ପ୍ରତି ଏପରି ବ୍ୟବହାର କରି ନାହାନ୍ତି; ତାହାଙ୍କ ଶାସନ ବିଷୟ କହିବାକୁ ଗଲେ, ସେମାନେ ତାହା ଜାଣି ନାହାନ୍ତି। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।
他從未如此恩待過其他的民族,沒有向他們宣示過自己的法律。

< ଗୀତସଂହିତା 147 >