< ଗୀତସଂହିତା 147 >
1 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। କାରଣ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବାର ଉତ୍ତମ; ଯେହେତୁ ତାହା ମନୋହର ଓ ପ୍ରଶଂସା ଶୋଭନୀୟ।
Msifuni Bwana. Tazama jinsi ilivyo vyema kumwimbia Mungu wetu sifa, jinsi inavyopendeza na kustahili kumsifu yeye!
2 ସଦାପ୍ରଭୁ ଯିରୂଶାଲମକୁ ଗଢ଼ନ୍ତି; ସେ ଇସ୍ରାଏଲର ଦୂରୀକୃତ ଲୋକମାନଙ୍କୁ ସଂଗ୍ରହ କରନ୍ତି।
Bwana hujenga Yerusalemu, huwakusanya Israeli walio uhamishoni.
3 ସେ ଭଗ୍ନାନ୍ତଃକରଣମାନଙ୍କୁ ସୁସ୍ଥ କରନ୍ତି ଓ ସେମାନଙ୍କ କ୍ଷତସବୁ ବାନ୍ଧନ୍ତି।
Anawaponya waliovunjika mioyo na kuvifunga vidonda vyao.
4 ସେ ତାରାଗଣର ସଂଖ୍ୟା କରନ୍ତି; ସେ ସମସ୍ତଙ୍କୁ ସେମାନଙ୍କ ନାମ ଦିଅନ୍ତି।
Huzihesabu nyota na huipa kila moja jina lake.
5 ଆମ୍ଭମାନଙ୍କର ପ୍ରଭୁ ମହାନ ଓ ଅତିଶୟ ଶକ୍ତିମାନ; ତାହାଙ୍କର ବୁଦ୍ଧି ଅସୀମ।
Bwana wetu ni mkuu na mwenye uwezo mwingi, ufahamu wake hauna kikomo.
6 ସଦାପ୍ରଭୁ ନମ୍ର ଲୋକଙ୍କୁ ଧରି ରଖନ୍ତି; ସେ ଦୁଷ୍ଟମାନଙ୍କୁ ଭୂମିସାତ୍ କରନ୍ତି।
Bwana huwahifadhi wanyenyekevu lakini huwashusha waovu mpaka mavumbini.
7 ଧନ୍ୟବାଦ କରି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର; ବୀଣା ଯନ୍ତ୍ରରେ ଆମ୍ଭମାନଙ୍କ ପରମେଶ୍ୱରଙ୍କର ପ୍ରଶଂସା ଗାନ କର;
Mwimbieni Bwana kwa shukrani, mpigieni Mungu wetu kinubi.
8 ସେ ଆକାଶକୁ ମେଘମାଳାରେ ଆଚ୍ଛନ୍ନ କରନ୍ତି, ସେ ପୃଥିବୀ ନିମନ୍ତେ ବୃଷ୍ଟି ପ୍ରସ୍ତୁତ କରନ୍ତି, ସେ ପର୍ବତଗଣରେ ତୃଣ ଉତ୍ପାଦନ କରନ୍ତି।
Yeye huzifunika anga kwa mawingu, huinyeshea ardhi mvua, na kuzifanya nyasi kuota juu ya vilima.
9 ସେ ପଶୁକୁ ତାହାର ଆହାର ଦିଅନ୍ତି ଓ ରାବନ୍ତା ଡାମରା କାଉ ଛୁଆମାନଙ୍କୁ ଆହାର ଦିଅନ୍ତି।
Huwapa chakula mifugo na pia makinda ya kunguru yanapolia.
10 ସେ ଅଶ୍ୱର ବଳରେ ସନ୍ତୁଷ୍ଟ ନୁହନ୍ତି; ସେ ମନୁଷ୍ୟର ଚରଣରେ ତୁଷ୍ଟ ନୁହନ୍ତି।
Furaha yake haipo katika nguvu za farasi, wala furaha yake kwenye miguu ya mwanadamu.
11 ସଦାପ୍ରଭୁ ଆପଣା ଭୟକାରୀମାନଙ୍କଠାରେ ଓ ତାହାଙ୍କ ଦୟାରେ ଭରସାକାରୀମାନଙ୍କଠାରେ ତୁଷ୍ଟ ଅଟନ୍ତି।
Bwana hupendezwa na wale wamchao, wale wanaoweka tumaini lao katika upendo wake usiokoma.
12 ହେ ଯିରୂଶାଲମ, ସଦାପ୍ରଭୁଙ୍କର ପ୍ରଶଂସା କର; ହେ ସିୟୋନ, ତୁମ୍ଭ ପରମେଶ୍ୱରଙ୍କର ପ୍ରଶଂସା କର;
Mtukuze Bwana, ee Yerusalemu, msifu Mungu wako, ee Sayuni,
13 କାରଣ ସେ ତୁମ୍ଭ ଦ୍ୱାରର ଅର୍ଗଳସବୁ ଦୃଢ଼ କରିଅଛନ୍ତି; ସେ ତୁମ୍ଭ ମଧ୍ୟବର୍ତ୍ତୀ ତୁମ୍ଭ ସନ୍ତାନଗଣକୁ ଆଶୀର୍ବାଦ କରିଅଛନ୍ତି।
kwa maana huimarisha makomeo ya malango yako na huwabariki watu wako walio ndani yako.
14 ସେ ତୁମ୍ଭ ସୀମା ମଧ୍ୟରେ ଶାନ୍ତି ସ୍ଥାପନ କରନ୍ତି; ସେ ସର୍ବୋତ୍ତମ ଗହମରେ ତୁମ୍ଭକୁ ତୃପ୍ତ କରନ୍ତି।
Huwapa amani mipakani mwenu na kukushibisha kwa ngano safi kabisa.
15 ସେ ପୃଥିବୀରେ ଆପଣା ଆଜ୍ଞା ପ୍ରେରଣ କରନ୍ତି; ତାହାଙ୍କ ବାକ୍ୟ ଅତି ଶୀଘ୍ର ଦୌଡ଼ଇ।
Hutuma amri yake duniani, neno lake hukimbia kasi.
16 ସେ ମେଷଲୋମ ପରି ତୁଷାର ଦିଅନ୍ତି; ସେ ଭସ୍ମ ତୁଲ୍ୟ ନୀହାର ବିଞ୍ଚି ଦିଅନ୍ତି।
Anatandaza theluji kama sufu na kutawanya umande kama majivu.
17 ସେ ଖଣ୍ଡ ଖଣ୍ଡ ଆହାର ପରି ବରଫ ପକାଇ ଦିଅନ୍ତି; ତାହାଙ୍କ ଶୀତ ଆଗରେ କିଏ ଠିଆ ହୋଇପାରେ?
Huvurumisha mvua yake ya mawe kama changarawe. Ni nani awezaye kustahimili ukali wa baridi yake?
18 ସେ ଆପଣା ବାକ୍ୟ ପଠାଇ ସେସବୁ ତରଳାଇ ପକାନ୍ତି; ସେ ଆପଣା ବାୟୁ ବହାଇଲେ ଜଳ ପ୍ରବାହିତ ହୁଏ।
Hutuma neno lake na kuviyeyusha, huvumisha upepo wake, nayo maji hutiririka.
19 ସେ ଯାକୁବ ପ୍ରତି ଆପଣା ବାକ୍ୟ, ଇସ୍ରାଏଲ ପ୍ରତି ଆପଣା ବିଧି ଓ ଶାସନ ପ୍ରକାଶ କରନ୍ତି।
Amemfunulia Yakobo neno lake, sheria zake na maagizo yake kwa Israeli.
20 ସେ କୌଣସି ଗୋଷ୍ଠୀ ପ୍ରତି ଏପରି ବ୍ୟବହାର କରି ନାହାନ୍ତି; ତାହାଙ୍କ ଶାସନ ବିଷୟ କହିବାକୁ ଗଲେ, ସେମାନେ ତାହା ଜାଣି ନାହାନ୍ତି। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।
Hajafanya hivyo kwa taifa lingine lolote, hawazijui sheria zake. Msifuni Bwana.