< ଗୀତସଂହିତା 148 >

1 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। ତୁମ୍ଭେମାନେ ଆକାଶମଣ୍ଡଳରୁ ତାହାଙ୍କର ପ୍ରଶଂସା କର; ଊର୍ଦ୍ଧ୍ୱ ସ୍ଥାନରେ ତାହାଙ୍କର ପ୍ରଶଂସା କର।
Praise ye Jehovah. Praise ye Jehovah from the heavens. Praise him in the heights.
2 ହେ ତାହାଙ୍କର ଦୂତ ସମସ୍ତେ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର; ହେ ତାହାଙ୍କର ସୈନ୍ୟ ସମସ୍ତେ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର।
Praise ye him, all his agents. Praise ye him, all his host.
3 ହେ ସୂର୍ଯ୍ୟ ଓ ଚନ୍ଦ୍ର, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର। ହେ ଦୀପ୍ତିମୟ ତାରା ସମସ୍ତେ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର।
Praise ye him, sun and moon. Praise him, all ye stars of light.
4 ହେ ସ୍ୱର୍ଗର ସ୍ୱର୍ଗ ଓ ଗଗନୋପରିସ୍ଥ ଜଳସମୂହ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର।
Praise him, ye heavens of heavens, and ye waters that are above the heavens.
5 ଏମାନେ ସଦାପ୍ରଭୁଙ୍କ ନାମର ପ୍ରଶଂସା କରନ୍ତୁ; କାରଣ ସେ ଆଜ୍ଞା କରନ୍ତେ, ଏମାନେ ସୃଷ୍ଟ ହେଲେ।
Let them praise the name of Jehovah. For he commanded, and they were created.
6 ଆହୁରି, ସେ ସଦାକାଳ ପାଇଁ ଏମାନଙ୍କୁ ସ୍ଥାପନ କରିଅଛନ୍ତି; ସେ ନିୟମ କରିଅଛନ୍ତି, ତାହା ଲୁପ୍ତ ହେବ ନାହିଁ।
He has also established them forever and ever. He has made a decree which shall not pass away.
7 ପୃଥିବୀରୁ ସଦାପ୍ରଭୁଙ୍କର ପ୍ରଶଂସା କର, ହେ ତିମିଙ୍ଗିଳ ଓ ସକଳ ବାରିଧି;
Praise Jehovah from the earth, ye sea-monsters, and all deeps,
8 ଅଗ୍ନି ଓ ଶିଳା, ହିମ ଓ ବାଷ୍ପ; ତାହାଙ୍କ ବାକ୍ୟସାଧକ ପ୍ରଚଣ୍ଡ ବାୟୁ;
fire and hail, snow and vapor, stormy wind, fulfilling his word,
9 ପର୍ବତ ଓ ସକଳ ଉପପର୍ବତ; ଫଳବାନ ବୃକ୍ଷ ଓ ସକଳ ଏରସ ବୃକ୍ଷ;
mountains and all hills, fruitful trees and all cedars,
10 ବନ୍ୟ ଓ ସକଳ ଗ୍ରାମ୍ୟ ପଶୁ; ଉରୋଗାମୀ ଓ ଉଡ୍ଡୀୟମାନ ପକ୍ଷୀଗଣ;
beasts and all cattle, creeping things and flying birds,
11 ପୃଥିବୀର ରାଜାଗଣ ଓ ସକଳ ଗୋଷ୍ଠୀ; ଅଧିପତିଗଣ ଓ ପୃଥିବୀର ସକଳ ବିଚାରକର୍ତ୍ତା।
kings of the earth and all peoples, rulers and all judges of the earth,
12 ଯୁବକ ଓ ଯୁବତୀମାନେ; ବୃଦ୍ଧ ଓ ବାଳକମାନେ;
both young men and virgins, old men and sons.
13 ସେସମସ୍ତେ ସଦାପ୍ରଭୁଙ୍କ ନାମର ପ୍ରଶଂସା କରନ୍ତୁ; କାରଣ କେବଳ ତାହାଙ୍କ ନାମ ଉନ୍ନତ ଅଟେ; ତାହାଙ୍କର ମହିମା ପୃଥିବୀ ଓ ସ୍ୱର୍ଗର ଉପରିସ୍ଥ।
Let them praise the name of Jehovah, for his name alone is exalted. His glory is above the earth and the heavens.
14 ସେ ଆପଣା ଲୋକମାନଙ୍କ ଶୃଙ୍ଗ ଉଠାଇଅଛନ୍ତି, ତାହା ତାହାଙ୍କ ସଦ୍‍ଭକ୍ତମାନଙ୍କର ଓ ତାହାଙ୍କ ନିକଟବର୍ତ୍ତୀ ଇସ୍ରାଏଲ-ସନ୍ତାନଗଣର ପ୍ରଶଂସାର ବିଷୟ। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।
And he has lifted up the horn of his people, the praise of all his sanctified, even of the sons of Israel, a people near to him. Praise ye Jehovah.

< ଗୀତସଂହିତା 148 >