< ଗୀତସଂହିତା 148 >

1 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। ତୁମ୍ଭେମାନେ ଆକାଶମଣ୍ଡଳରୁ ତାହାଙ୍କର ପ୍ରଶଂସା କର; ଊର୍ଦ୍ଧ୍ୱ ସ୍ଥାନରେ ତାହାଙ୍କର ପ୍ରଶଂସା କର।
Msifuni Yahwe. Msifuni Yahwe, ninyi mlio katika mbingu; msifuni yeye, ninyi mlio juu.
2 ହେ ତାହାଙ୍କର ଦୂତ ସମସ୍ତେ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର; ହେ ତାହାଙ୍କର ସୈନ୍ୟ ସମସ୍ତେ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର।
Msifuni yeye, enyi malaika wake wote; msifuni yeye, majeshi ya malaika wake wote.
3 ହେ ସୂର୍ଯ୍ୟ ଓ ଚନ୍ଦ୍ର, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର। ହେ ଦୀପ୍ତିମୟ ତାରା ସମସ୍ତେ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର।
Msifuni yeye, enyi jua na mwezi; msifuni yeye, nyota zote zing'aazo.
4 ହେ ସ୍ୱର୍ଗର ସ୍ୱର୍ଗ ଓ ଗଗନୋପରିସ୍ଥ ଜଳସମୂହ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର।
Msifuni yeye, enyi mbingu zilizo juu zaidi na maji yaliyo juu ya anga.
5 ଏମାନେ ସଦାପ୍ରଭୁଙ୍କ ନାମର ପ୍ରଶଂସା କରନ୍ତୁ; କାରଣ ସେ ଆଜ୍ଞା କରନ୍ତେ, ଏମାନେ ସୃଷ୍ଟ ହେଲେ।
Na vilisifu jina la Yahwe, maana aliamuru, navyo vikaumbwa.
6 ଆହୁରି, ସେ ସଦାକାଳ ପାଇଁ ଏମାନଙ୍କୁ ସ୍ଥାପନ କରିଅଛନ୍ତି; ସେ ନିୟମ କରିଅଛନ୍ତି, ତାହା ଲୁପ୍ତ ହେବ ନାହିଁ।
Pia ameviimrisha milele na milele; naye alitoa amri ambayo haitabadilika.
7 ପୃଥିବୀରୁ ସଦାପ୍ରଭୁଙ୍କର ପ୍ରଶଂସା କର, ହେ ତିମିଙ୍ଗିଳ ଓ ସକଳ ବାରିଧି;
Msifuni yeye kutoka nchi, ninyi viumbe wa baharini na viumbe vyote katika kina cha bahari,
8 ଅଗ୍ନି ଓ ଶିଳା, ହିମ ଓ ବାଷ୍ପ; ତାହାଙ୍କ ବାକ୍ୟସାଧକ ପ୍ରଚଣ୍ଡ ବାୟୁ;
moto na mvua ya mawe, theluji na mawingu, upepo wa dhoruba ukitimiza neno lake.
9 ପର୍ବତ ଓ ସକଳ ଉପପର୍ବତ; ଫଳବାନ ବୃକ୍ଷ ଓ ସକଳ ଏରସ ବୃକ୍ଷ;
Msifuni yeye, enyi milima na vilima, miti ya matunda na mierezi yote,
10 ବନ୍ୟ ଓ ସକଳ ଗ୍ରାମ୍ୟ ପଶୁ; ଉରୋଗାମୀ ଓ ଉଡ୍ଡୀୟମାନ ପକ୍ଷୀଗଣ;
wanyama pori na wanyama wafugwao, viumbe vitambaavyo na ndege.
11 ପୃଥିବୀର ରାଜାଗଣ ଓ ସକଳ ଗୋଷ୍ଠୀ; ଅଧିପତିଗଣ ଓ ପୃଥିବୀର ସକଳ ବିଚାରକର୍ତ୍ତା।
Msifuni Yahwe, wafalme wa nchi na mataifa yote, wakuu na watawala wote wa nchi,
12 ଯୁବକ ଓ ଯୁବତୀମାନେ; ବୃଦ୍ଧ ଓ ବାଳକମାନେ;
wote vijana wa kiume na vijana wa kike, wazee na watoto.
13 ସେସମସ୍ତେ ସଦାପ୍ରଭୁଙ୍କ ନାମର ପ୍ରଶଂସା କରନ୍ତୁ; କାରଣ କେବଳ ତାହାଙ୍କ ନାମ ଉନ୍ନତ ଅଟେ; ତାହାଙ୍କର ମହିମା ପୃଥିବୀ ଓ ସ୍ୱର୍ଗର ଉପରିସ୍ଥ।
Na walisifu jina la Yahwe, kwa kuwa jina lake pekee limetukuka na utukufu wake umeongezwa juu ya nchi na mbingu.
14 ସେ ଆପଣା ଲୋକମାନଙ୍କ ଶୃଙ୍ଗ ଉଠାଇଅଛନ୍ତି, ତାହା ତାହାଙ୍କ ସଦ୍‍ଭକ୍ତମାନଙ୍କର ଓ ତାହାଙ୍କ ନିକଟବର୍ତ୍ତୀ ଇସ୍ରାଏଲ-ସନ୍ତାନଗଣର ପ୍ରଶଂସାର ବିଷୟ। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।
Naye ameyainua mapembe ya watu wake kwa ajili ya sifa kutoka kwa waaminifu wake wote, Waisraeli, watu wa karibu naye. Msifuni Yahwe.

< ଗୀତସଂହିତା 148 >