< ଗୀତସଂହିତା 149 >
1 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କର ଓ ଭକ୍ତମାନଙ୍କ ସମାଜରେ ତାହାଙ୍କର ପ୍ରଶଂସା ଗାନ କର।
Halelujah. Zpívejte Hospodinu píseň novou, chválu jeho v shromáždění svatých.
2 ଇସ୍ରାଏଲ ଆପଣା ନିର୍ମାଣକର୍ତ୍ତାଙ୍କଠାରେ ଆନନ୍ଦ କରୁ; ସିୟୋନର ସନ୍ତାନଗଣ ଆପଣାମାନଙ୍କ ରାଜାଙ୍କଠାରେ ଉଲ୍ଲସିତ ହେଉନ୍ତୁ।
Vesel se Izrael v tom, kterýž ho učinil, synové Sionští plésejte v králi svém.
3 ସେମାନେ ନୃତ୍ୟ କରି ତାହାଙ୍କ ନାମର ପ୍ରଶଂସା କରନ୍ତୁ; ସେମାନେ ଦାରା ଓ ବୀଣା ବଜାଇ ତାହାଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରନ୍ତୁ।
Chvalte jméno jeho na píšťalu, na buben a na citaru prozpěvujte jemu.
4 କାରଣ ସଦାପ୍ରଭୁ ଆପଣା ଲୋକଙ୍କଠାରେ ସନ୍ତୋଷ ପାଆନ୍ତି; ସେ ନମ୍ର ଲୋକମାନଙ୍କୁ ପରିତ୍ରାଣରେ ସୁଶୋଭିତ କରିବେ।
Nebo zalíbilo se Hospodinu v lidu jeho; onť ozdobuje pokorné spasením.
5 ଭକ୍ତଗଣ ବିଜୟରେ ଉଲ୍ଲସିତ ହେଉନ୍ତୁ; ସେମାନେ ଆନନ୍ଦ ହେତୁ ଆପଣା ଆପଣା ଶଯ୍ୟାରେ ଗାନ କରନ୍ତୁ। ସେମାନଙ୍କ କଣ୍ଠରେ ପରମେଶ୍ୱରଙ୍କ ଉଚ୍ଚ ପ୍ରଶଂସା ଥାଉ;
Plésati budou svatí v Boží slávě, a zpívati v pokojích svých.
6 ପୁଣି, ସେମାନଙ୍କ ହସ୍ତରେ ଦ୍ୱିବିଧ ଖଡ୍ଗ ଥାଉ।
Oslavování Boha silného bude ve rtech jejich, a meč na obě straně ostrý v rukou jejich,
7 ଗୋଷ୍ଠୀୟମାନଙ୍କୁ ପ୍ରତିଫଳ ଦେବା ପାଇଁ, ଜନବୃନ୍ଦଙ୍କୁ ଶାସ୍ତି ଦେବା ପାଇଁ,
K vykonávání pomsty nad pohany, a k strestání národů,
8 ସେମାନଙ୍କ ରାଜାଗଣକୁ ଶିକୁଳିରେ ଓ ସେମାନଙ୍କ ପ୍ରଧାନବର୍ଗକୁ ଲୌହବେଡ଼ିରେ ବାନ୍ଧିବା ପାଇଁ,
K svazování králů jejich řetězy, a šlechticů jejich pouty železnými,
9 ସେମାନଙ୍କ ପ୍ରତିକୂଳରେ ଲିଖିତ ବିଚାର ନିଷ୍ପନ୍ନ କରିବା ପାଇଁ, ତାହାଙ୍କ ଭକ୍ତବୃନ୍ଦର ଏହି ମର୍ଯ୍ୟାଦା। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।
K nakládání s nimi podlé práva zapsaného, k slávě všechněm svatým jeho. Halelujah.