< ଗୀତସଂହିତା 15 >
1 ଦାଉଦଙ୍କର ଗୀତ। ହେ ସଦାପ୍ରଭୋ, ତୁମ୍ଭ ଆବାସରେ କିଏ ପ୍ରବାସ କରି ପାରିବ? ତୁମ୍ଭ ପବିତ୍ର ପର୍ବତରେ କିଏ ବାସ କରି ପାରିବ?
Davut'un mezmuru Ya RAB, çadırına kim konuk olabilir? Kutsal dağında kim oturabilir?
2 ଯେଉଁ ଜନ ସରଳାଚରଣ, ଧର୍ମକର୍ମ କରେ ଓ ଆପଣା ଅନ୍ତଃକରଣରେ ସତ୍ୟ କହେ।
Kusursuz yaşam süren, adil davranan, Yürekten gerçeği söyleyen.
3 ଯେ ଆପଣା ଜିହ୍ୱାରେ ଗ୍ଳାନି କରେ ନାହିଁ, ଅବା ଆପଣା ମିତ୍ରର ଅନିଷ୍ଟ କରେ ନାହିଁ, କିଅବା ଆପଣା ପ୍ରତିବାସୀ ବିରୁଦ୍ଧରେ ନିନ୍ଦା ପ୍ରକଟ କରେ ନାହିଁ।
İftira etmez, Dostuna zarar vermez, Komşusuna kara çalmaz böylesi.
4 ଯାହାର ଦୃଷ୍ଟିରେ ପାମର ତୁଚ୍ଛୀକୃତ ହୁଏ; ମାତ୍ର ଯେ ସଦାପ୍ରଭୁଙ୍କ ଭୟକାରୀମାନଙ୍କୁ ସମାଦର କରେ। ଯେ ଶପଥ କରି ଆପଣାର କ୍ଷତି ହେଲେ ହେଁ ତାହା ଅନ୍ୟଥା କରେ ନାହିଁ।
Aşağılık insanları hor görür, Ama RAB'den korkanlara saygı duyar. Kendi zararına ant içse bile, dönmez andından.
5 ଯେ ସୁଧ ପାଇଁ ଟଙ୍କା ଋଣ ଦିଏ ନାହିଁ, କିଅବା ନିର୍ଦ୍ଦୋଷ ବିରୁଦ୍ଧରେ ଲାଞ୍ଚ ନିଏ ନାହିଁ। ଯେ ଏହି ସକଳ କର୍ମ କରେ, ସେ କେବେ ଘୁଞ୍ଚା ଯିବ ନାହିଁ।
Parasını faize vermez, Suçsuza karşı rüşvet almaz. Böyle yaşayan asla sarsılmayacak.