< ଗୀତସଂହିତା 150 >
1 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। ପରମେଶ୍ୱରଙ୍କ ପବିତ୍ର ସ୍ଥାନରେ ତାହାଙ୍କର ପ୍ରଶଂସା କର; ତାହାଙ୍କ ପରାକ୍ରମରୁ ଉତ୍ପନ୍ନ ଶୂନ୍ୟମଣ୍ଡଳରେ ତାହାଙ୍କର ପ୍ରଶଂସା କର;
Halleluja! Lov Gud i hans helligdom, lov ham i hans mektige hvelving!
2 ତାହାଙ୍କ ବିକ୍ରମୀ କାର୍ଯ୍ୟ ସକାଶୁ ତାହାଙ୍କର ପ୍ରଶଂସା କର। ତାହାଙ୍କ ଶ୍ରେଷ୍ଠ ମହତ୍ତ୍ୱାନୁସାରେ ତାହାଙ୍କର ପ୍ରଶଂସା କର।
Lov ham for hans veldige gjerninger, lov ham efter hans storhets fylde!
3 ତୂରୀଧ୍ୱନିରେ ତାହାଙ୍କର ପ୍ରଶଂସା କର; ନେବଲ ଓ ବୀଣା ଯନ୍ତ୍ରରେ ତାହାଙ୍କର ପ୍ରଶଂସା କର।
Lov ham med basunklang, lov ham med harpe og citar!
4 ଦାରାବାଦ୍ୟ ଓ ନୃତ୍ୟ ଦ୍ୱାରା ତାହାଙ୍କର ପ୍ରଶଂସା କର। ତାରଯୁକ୍ତ ଯନ୍ତ୍ର ଓ ବଂଶୀରେ ତାହାଙ୍କର ପ୍ରଶଂସା କର।
Lov ham med pauke og dans, lov ham med strengelek og fløite!
5 ଉଚ୍ଚ କରତାଳରେ ତାହାଙ୍କର ପ୍ରଶଂସା କର; ଉଚ୍ଚ କରତାଳ ଧ୍ୱନିରେ ତାହାଙ୍କର ପ୍ରଶଂସା କର;
Lov ham med tonende bekkener, lov ham med høit klingende bekkener!
6 ନିଃଶ୍ୱାସପ୍ରଶ୍ୱାସଧାରୀ ପ୍ରତ୍ୟେକ ପ୍ରାଣୀ ସଦାପ୍ରଭୁଙ୍କର ପ୍ରଶଂସା କରୁ। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।
Alt som har ånde, love Herren! Halleluja!