< ଗୀତସଂହିତା 150 >
1 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। ପରମେଶ୍ୱରଙ୍କ ପବିତ୍ର ସ୍ଥାନରେ ତାହାଙ୍କର ପ୍ରଶଂସା କର; ତାହାଙ୍କ ପରାକ୍ରମରୁ ଉତ୍ପନ୍ନ ଶୂନ୍ୟମଣ୍ଡଳରେ ତାହାଙ୍କର ପ୍ରଶଂସା କର;
Ẹ fi ìyìn fún Olúwa. Ẹ fi ìyìn fún Ọlọ́run ní ibi mímọ́ rẹ̀, ẹ yìn ín nínú agbára ọ̀run rẹ̀.
2 ତାହାଙ୍କ ବିକ୍ରମୀ କାର୍ଯ୍ୟ ସକାଶୁ ତାହାଙ୍କର ପ୍ରଶଂସା କର। ତାହାଙ୍କ ଶ୍ରେଷ୍ଠ ମହତ୍ତ୍ୱାନୁସାରେ ତାହାଙ୍କର ପ୍ରଶଂସା କର।
Ẹ yìn ín fún iṣẹ́ agbára rẹ̀. Ẹ yìn ín fún títóbi rẹ̀ tí ó tayọ̀.
3 ତୂରୀଧ୍ୱନିରେ ତାହାଙ୍କର ପ୍ରଶଂସା କର; ନେବଲ ଓ ବୀଣା ଯନ୍ତ୍ରରେ ତାହାଙ୍କର ପ୍ରଶଂସା କର।
Ẹ fi ohùn ìpè yìn ín. Ẹ fi ohun èlò orin yìn ín.
4 ଦାରାବାଦ୍ୟ ଓ ନୃତ୍ୟ ଦ୍ୱାରା ତାହାଙ୍କର ପ୍ରଶଂସା କର। ତାରଯୁକ୍ତ ଯନ୍ତ୍ର ଓ ବଂଶୀରେ ତାହାଙ୍କର ପ୍ରଶଂସା କର।
Ẹ fi ohun èlò orin àti ijó yìn ín fi ohun èlò orin olókùn àti ìpè yìn ín,
5 ଉଚ୍ଚ କରତାଳରେ ତାହାଙ୍କର ପ୍ରଶଂସା କର; ଉଚ୍ଚ କରତାଳ ଧ୍ୱନିରେ ତାହାଙ୍କର ପ୍ରଶଂସା କର;
Ẹ yìn ín pẹ̀lú aro olóhùn òkè, ẹ yìn ín lára aro olóhùn gooro.
6 ନିଃଶ୍ୱାସପ୍ରଶ୍ୱାସଧାରୀ ପ୍ରତ୍ୟେକ ପ୍ରାଣୀ ସଦାପ୍ରଭୁଙ୍କର ପ୍ରଶଂସା କରୁ। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।
Jẹ́ kí gbogbo ohun tí ó ní ẹ̀mí yin Olúwa. Ẹ fi ìyìn fún Olúwa.