< ଗୀତସଂହିତା 16 >
1 ଦାଉଦଙ୍କର ମିକ୍ତାମ୍ (ଗୀତରତ୍ନ।) ହେ ପରମେଶ୍ୱର, ମୋତେ ରକ୍ଷା କର; କାରଣ ମୁଁ ତୁମ୍ଭଠାରେ ଶରଣ ନିଏ।
Miktam. Davidov. Čuvaj me, Bože, jer se tebi utječem.
2 ମୁଁ ସଦାପ୍ରଭୁଙ୍କୁ କହିଅଛି, “ତୁମ୍ଭେ ମୋହର ପ୍ରଭୁ, ତୁମ୍ଭ ବିନା ମୋହର କୌଣସି ମଙ୍ଗଳ ନାହିଁ।”
Jahvi rekoh: “Ti si moj gospodar, nema mi blaženstva bez tebe!”
3 ପୃଥିବୀରେ ଯେଉଁ ପବିତ୍ର ଲୋକମାନେ ଅଛନ୍ତି, ସେମାନେ ଆଦରଣୀୟ, ସେମାନଙ୍କଠାରେ ମୋହର ପରମ ସନ୍ତୋଷ।
Za svetima što su u zemlji sav plamtim od čežnje!
4 ଯେଉଁମାନେ ସଦାପ୍ରଭୁଙ୍କ ପରିବର୍ତ୍ତରେ ଅନ୍ୟ ଦେବତାକୁ ଗ୍ରହଣ କରନ୍ତି, ସେମାନଙ୍କ ଦୁଃଖ ବଢ଼ିଯିବ; ସେମାନଙ୍କ ଦତ୍ତ ରକ୍ତର ପେୟ-ନୈବେଦ୍ୟ ମୁଁ ଉତ୍ସର୍ଗ କରିବି ନାହିଁ, କିଅବା ମୁଁ ସେମାନଙ୍କ ଦେବତାଗଣର ନାମ ଆପଣା ଓଷ୍ଠାଧରରେ ନେବି ନାହିଁ।
Gomilaju patnje moje koji slijede bogove tuđe. Ja im ljevanica nalijevat' neću, ime im spominjat' neću usnama.
5 ସଦାପ୍ରଭୁ ମୋହର ଅଧିକାରର ଓ ପାନପାତ୍ରର ବାଣ୍ଟ ସ୍ୱରୂପ; ତୁମ୍ଭେ ମୋହର ବାଣ୍ଟ ସ୍ଥିର କରୁଅଛ।
Jahve mi je baština i kalež: Ti u ruci držiš moju sudbinu.
6 ମୋʼ ପାଇଁ ମାପିବା ଦଉଡ଼ି ମନୋହର ସ୍ଥାନରେ ପଡ଼ିଅଛି; ହଁ, ମୁଁ ଉତ୍ତମ ଅଧିକାର ପାଇଅଛି।
Na divnu zemlju padoše mi konopi, vrlo mi je mila moja baština.
7 ମୁଁ ସଦାପ୍ରଭୁଙ୍କର ଧନ୍ୟବାଦ କରିବି, ଯେ ମୋତେ ପରାମର୍ଶ ଦେଇଅଛନ୍ତି; ଆହୁରି, ରାତ୍ରିକାଳରେ ମୋହର ଚିତ୍ତ ମୋତେ ଉପଦେଶ ଦିଏ।
Blagoslivljam Jahvu koji me svjetuje te me i noću srce opominje.
8 ମୁଁ ସର୍ବଦା ସଦାପ୍ରଭୁଙ୍କୁ ଆପଣା ସମ୍ମୁଖରେ ରଖିଅଛି; ସେ ମୋହର ଦକ୍ଷିଣ ପାଖରେ ଥିବାରୁ ମୁଁ ବିଚଳିତ ହେବି ନାହିଁ।
Jahve mi je svagda pred očima; jer mi je zdesna, neću posrnuti.
9 ଏଥିପାଇଁ ମୋହର ଅନ୍ତଃକରଣ ଆନନ୍ଦିତ ଓ ମୋହର ଗୌରବ ଉଲ୍ଲସିତ ହୁଅଇ; ମୋʼ ଶରୀର ମଧ୍ୟ ନିରାପଦରେ ବାସ କରିବ।
Stog' mi se raduje srce i kliče duša, i tijelo mi spokojno počiva.
10 କାରଣ ତୁମ୍ଭେ ମୋʼ ପ୍ରାଣକୁ ପାତାଳରେ ପରିତ୍ୟାଗ କରିବ ନାହିଁ; କିଅବା ତୁମ୍ଭେ ଆପଣା ପବିତ୍ର ଜନକୁ କ୍ଷୟ ପାଇବାକୁ ଦେବ ନାହିଁ। (Sheol )
Jer mi nećeš ostavit' dušu u Podzemlju ni dati da pravednik tvoj truleži ugleda. (Sheol )
11 ତୁମ୍ଭେ ମୋତେ ଜୀବନର ପଥ ଦେଖାଇବ; ତୁମ୍ଭ ସମ୍ମୁଖରେ ଆନନ୍ଦର ପୂର୍ଣ୍ଣତା ଥାଏ; ତୁମ୍ଭ ଦକ୍ଷିଣ ପାଖରେ ନିତ୍ୟ ସୁଖଭୋଗ ଥାଏ।
Pokazat ćeš mi stazu u život, puninu radosti pred licem svojim, sebi zdesna blaženstvo vječno.