< ଗୀତସଂହିତା 16 >

1 ଦାଉଦଙ୍କର ମିକ୍ତାମ୍‍ (ଗୀତରତ୍ନ।) ହେ ପରମେଶ୍ୱର, ମୋତେ ରକ୍ଷା କର; କାରଣ ମୁଁ ତୁମ୍ଭଠାରେ ଶରଣ ନିଏ।
מִכְתָּם לְדָוִד שָֽׁמְרֵנִי אֵל כִּֽי־חָסִיתִי בָֽךְ׃
2 ମୁଁ ସଦାପ୍ରଭୁଙ୍କୁ କହିଅଛି, “ତୁମ୍ଭେ ମୋହର ପ୍ରଭୁ, ତୁମ୍ଭ ବିନା ମୋହର କୌଣସି ମଙ୍ଗଳ ନାହିଁ।”
אָמַרְתְּ לַֽיהוָה אֲדֹנָי אָתָּה טוֹבָתִי בַּל־עָלֶֽיךָ׃
3 ପୃଥିବୀରେ ଯେଉଁ ପବିତ୍ର ଲୋକମାନେ ଅଛନ୍ତି, ସେମାନେ ଆଦରଣୀୟ, ସେମାନଙ୍କଠାରେ ମୋହର ପରମ ସନ୍ତୋଷ।
לִקְדוֹשִׁים אֲשֶׁר־בָּאָרֶץ הֵמָּה וְאַדִּירֵי כָּל־חֶפְצִי־בָֽם׃
4 ଯେଉଁମାନେ ସଦାପ୍ରଭୁଙ୍କ ପରିବର୍ତ୍ତରେ ଅନ୍ୟ ଦେବତାକୁ ଗ୍ରହଣ କରନ୍ତି, ସେମାନଙ୍କ ଦୁଃଖ ବଢ଼ିଯିବ; ସେମାନଙ୍କ ଦତ୍ତ ରକ୍ତର ପେୟ-ନୈବେଦ୍ୟ ମୁଁ ଉତ୍ସର୍ଗ କରିବି ନାହିଁ, କିଅବା ମୁଁ ସେମାନଙ୍କ ଦେବତାଗଣର ନାମ ଆପଣା ଓଷ୍ଠାଧରରେ ନେବି ନାହିଁ।
יִרְבּוּ עַצְּבוֹתָם אַחֵר מָהָרוּ בַּל־אַסִּיךְ נִסְכֵּיהֶם מִדָּם וּֽבַל־אֶשָּׂא אֶת־שְׁמוֹתָם עַל־שְׂפָתָֽי׃
5 ସଦାପ୍ରଭୁ ମୋହର ଅଧିକାରର ଓ ପାନପାତ୍ରର ବାଣ୍ଟ ସ୍ୱରୂପ; ତୁମ୍ଭେ ମୋହର ବାଣ୍ଟ ସ୍ଥିର କରୁଅଛ।
יְֽהוָה מְנָת־חֶלְקִי וְכוֹסִי אַתָּה תּוֹמִיךְ גּוֹרָלִֽי׃
6 ମୋʼ ପାଇଁ ମାପିବା ଦଉଡ଼ି ମନୋହର ସ୍ଥାନରେ ପଡ଼ିଅଛି; ହଁ, ମୁଁ ଉତ୍ତମ ଅଧିକାର ପାଇଅଛି।
חֲבָלִים נָֽפְלוּ־לִי בַּנְּעִמִים אַף־נַחֲלָת שָֽׁפְרָה עָלֽ͏ָי׃
7 ମୁଁ ସଦାପ୍ରଭୁଙ୍କର ଧନ୍ୟବାଦ କରିବି, ଯେ ମୋତେ ପରାମର୍ଶ ଦେଇଅଛନ୍ତି; ଆହୁରି, ରାତ୍ରିକାଳରେ ମୋହର ଚିତ୍ତ ମୋତେ ଉପଦେଶ ଦିଏ।
אֲבָרֵךְ אֶת־יְהוָה אֲשֶׁר יְעָצָנִי אַף־לֵילוֹת יִסְּרוּנִי כִלְיוֹתָֽי׃
8 ମୁଁ ସର୍ବଦା ସଦାପ୍ରଭୁଙ୍କୁ ଆପଣା ସମ୍ମୁଖରେ ରଖିଅଛି; ସେ ମୋହର ଦକ୍ଷିଣ ପାଖରେ ଥିବାରୁ ମୁଁ ବିଚଳିତ ହେବି ନାହିଁ।
שִׁוִּיתִי יְהוָה לְנֶגְדִּי תָמִיד כִּי מִֽימִינִי בַּל־אֶמּֽוֹט׃
9 ଏଥିପାଇଁ ମୋହର ଅନ୍ତଃକରଣ ଆନନ୍ଦିତ ଓ ମୋହର ଗୌରବ ଉଲ୍ଲସିତ ହୁଅଇ; ମୋʼ ଶରୀର ମଧ୍ୟ ନିରାପଦରେ ବାସ କରିବ।
לָכֵן ׀ שָׂמַח לִבִּי וַיָּגֶל כְּבוֹדִי אַף־בְּשָׂרִי יִשְׁכֹּן לָבֶֽטַח׃
10 କାରଣ ତୁମ୍ଭେ ମୋʼ ପ୍ରାଣକୁ ପାତାଳରେ ପରିତ୍ୟାଗ କରିବ ନାହିଁ; କିଅବା ତୁମ୍ଭେ ଆପଣା ପବିତ୍ର ଜନକୁ କ୍ଷୟ ପାଇବାକୁ ଦେବ ନାହିଁ। (Sheol h7585)
כִּי ׀ לֹא־תַעֲזֹב נַפְשִׁי לִשְׁאוֹל לֹֽא־תִתֵּן חֲסִידְךָ לִרְאוֹת שָֽׁחַת׃ (Sheol h7585)
11 ତୁମ୍ଭେ ମୋତେ ଜୀବନର ପଥ ଦେଖାଇବ; ତୁମ୍ଭ ସମ୍ମୁଖରେ ଆନନ୍ଦର ପୂର୍ଣ୍ଣତା ଥାଏ; ତୁମ୍ଭ ଦକ୍ଷିଣ ପାଖରେ ନିତ୍ୟ ସୁଖଭୋଗ ଥାଏ।
תּֽוֹדִיעֵנִי אֹרַח חַיִּים שֹׂבַע שְׂמָחוֹת אֶת־פָּנֶיךָ נְעִמוֹת בִּימִינְךָ נֶֽצַח׃

< ଗୀତସଂହିତା 16 >