< ଗୀତସଂହିତା 16 >

1 ଦାଉଦଙ୍କର ମିକ୍ତାମ୍‍ (ଗୀତରତ୍ନ।) ହେ ପରମେଶ୍ୱର, ମୋତେ ରକ୍ଷା କର; କାରଣ ମୁଁ ତୁମ୍ଭଠାରେ ଶରଣ ନିଏ।
Unilinde, Mungu, kwa kuwa nakimbilia kwako kwa ajili ya usalama.
2 ମୁଁ ସଦାପ୍ରଭୁଙ୍କୁ କହିଅଛି, “ତୁମ୍ଭେ ମୋହର ପ୍ରଭୁ, ତୁମ୍ଭ ବିନା ମୋହର କୌଣସି ମଙ୍ଗଳ ନାହିଁ।”
Nami ninasema kwa Yahwe, “Wewe ni Bwana wangu; wema wangu ni bure pasipo wewe.
3 ପୃଥିବୀରେ ଯେଉଁ ପବିତ୍ର ଲୋକମାନେ ଅଛନ୍ତି, ସେମାନେ ଆଦରଣୀୟ, ସେମାନଙ୍କଠାରେ ମୋହର ପରମ ସନ୍ତୋଷ।
Kama kwa watakatifu walioko duniani, ndio walio bora; furaha yangu yote iko kwao.
4 ଯେଉଁମାନେ ସଦାପ୍ରଭୁଙ୍କ ପରିବର୍ତ୍ତରେ ଅନ୍ୟ ଦେବତାକୁ ଗ୍ରହଣ କରନ୍ତି, ସେମାନଙ୍କ ଦୁଃଖ ବଢ଼ିଯିବ; ସେମାନଙ୍କ ଦତ୍ତ ରକ୍ତର ପେୟ-ନୈବେଦ୍ୟ ମୁଁ ଉତ୍ସର୍ଗ କରିବି ନାହିଁ, କିଅବା ମୁଁ ସେମାନଙ୍କ ଦେବତାଗଣର ନାମ ଆପଣା ଓଷ୍ଠାଧରରେ ନେବି ନାହିଁ।
Taabu yao itaongezeka, wale watafutao miungu mingine. Sitamimina sadaka ya damu kwa miungu yao. Wala kuyainua majina yao kwa midomo yao.
5 ସଦାପ୍ରଭୁ ମୋହର ଅଧିକାରର ଓ ପାନପାତ୍ରର ବାଣ୍ଟ ସ୍ୱରୂପ; ତୁମ୍ଭେ ମୋହର ବାଣ୍ଟ ସ୍ଥିର କରୁଅଛ।
Yahwe, wewe ni sehemu ya chaguo langu na kikombe changu. Unaishikilia kesho yangu.
6 ମୋʼ ପାଇଁ ମାପିବା ଦଉଡ଼ି ମନୋହର ସ୍ଥାନରେ ପଡ଼ିଅଛି; ହଁ, ମୁଁ ଉତ୍ତମ ଅଧିକାର ପାଇଅଛି।
Mistari iliyo pimwa imelelazwa mahari pa kufurahisha kwa ajili yangu; hakika urithi ufurahishao ni wangu.
7 ମୁଁ ସଦାପ୍ରଭୁଙ୍କର ଧନ୍ୟବାଦ କରିବି, ଯେ ମୋତେ ପରାମର୍ଶ ଦେଇଅଛନ୍ତି; ଆହୁରି, ରାତ୍ରିକାଳରେ ମୋହର ଚିତ୍ତ ମୋତେ ଉପଦେଶ ଦିଏ।
Nitakubariki Yahwe, wewe unishauliye; hata wakati wa usiku akili zangu za nielekeza.
8 ମୁଁ ସର୍ବଦା ସଦାପ୍ରଭୁଙ୍କୁ ଆପଣା ସମ୍ମୁଖରେ ରଖିଅଛି; ସେ ମୋହର ଦକ୍ଷିଣ ପାଖରେ ଥିବାରୁ ମୁଁ ବିଚଳିତ ହେବି ନାହିଁ।
Nimemuweka Yahwe mbele yangu kila wakati, ili nisitikisike kutoka mkono wake wa kuume.
9 ଏଥିପାଇଁ ମୋହର ଅନ୍ତଃକରଣ ଆନନ୍ଦିତ ଓ ମୋହର ଗୌରବ ଉଲ୍ଲସିତ ହୁଅଇ; ମୋʼ ଶରୀର ମଧ୍ୟ ନିରାପଦରେ ବାସ କରିବ।
Kwa hiyo moyo wangu unafuraha, utukufu wangu washangilia. Hakika nitaishi katika usalama.
10 କାରଣ ତୁମ୍ଭେ ମୋʼ ପ୍ରାଣକୁ ପାତାଳରେ ପରିତ୍ୟାଗ କରିବ ନାହିଁ; କିଅବା ତୁମ୍ଭେ ଆପଣା ପବିତ୍ର ଜନକୁ କ୍ଷୟ ପାଇବାକୁ ଦେବ ନାହିଁ। (Sheol h7585)
Kwa kuwa hautaiacha roho yangu kuzimuni. Wewe hautamuacha mwaminifu wako kuliona shimo. (Sheol h7585)
11 ତୁମ୍ଭେ ମୋତେ ଜୀବନର ପଥ ଦେଖାଇବ; ତୁମ୍ଭ ସମ୍ମୁଖରେ ଆନନ୍ଦର ପୂର୍ଣ୍ଣତା ଥାଏ; ତୁମ୍ଭ ଦକ୍ଷିଣ ପାଖରେ ନିତ୍ୟ ସୁଖଭୋଗ ଥାଏ।
Wewe hunifundisha njia ya maisha; furaha tele inakaa katika uwepo wako; furaha inakaa katika mkono wako wa kuume milele!”

< ଗୀତସଂହିତା 16 >