< ଗୀତସଂହିତା 18 >

1 ପ୍ରଧାନ ବାଦ୍ୟକର ନିମନ୍ତେ ସଦାପ୍ରଭୁଙ୍କ ଦାସ ଦାଉଦଙ୍କର ଗୀତ। ସଦାପ୍ରଭୁ ଶତ୍ରୁମାନଙ୍କ ହସ୍ତରୁ ଓ ଶାଉଲଙ୍କ ହସ୍ତରୁ ତାଙ୍କୁ ଉଦ୍ଧାର କରିବା ଦିନ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏହି ଗୀତର କଥା ନିବେଦନ କରିଥିଲେ; ସେ କହିଲେ, ହେ ମୋହର ବଳ ସ୍ୱରୂପ ସଦାପ୍ରଭୋ, ମୁଁ ତୁମ୍ଭଙ୍କୁ ପ୍ରେମ କରେ।
For the Chief Musician. By David the servant of the LORD, who spoke to the LORD the words of this song in the day that the LORD delivered him from the hand of all his enemies, and from the hand of Saul. He said, I love you, LORD, my strength.
2 ସଦାପ୍ରଭୁ ମୋହର ଶୈଳ, ମୋହର ଗଡ଼ ଓ ମୋହର ଉଦ୍ଧାରକର୍ତ୍ତା; ମୋହର ପରମେଶ୍ୱର, ମୋହର ଦୃଢ଼ ଶୈଳ, ମୁଁ ତାହାଙ୍କଠାରେ ଶରଣ ନେବି; ମୋହର ଢାଲ ଓ ମୋହର ପରିତ୍ରାଣର ଶୃଙ୍ଗ, ମୋହର ଉଚ୍ଚ ଦୁର୍ଗ।
The LORD is my rock, my fortress, and my deliverer; my God, my rock, in whom I take refuge; my shield, and the horn of my salvation, my high tower.
3 ମୁଁ ପ୍ରଶଂସନୀୟ ସଦାପ୍ରଭୁଙ୍କୁ ଡାକିବି; ତହିଁରେ ମୁଁ ଆପଣା ଶତ୍ରୁଗଣଠାରୁ ନିସ୍ତାର ପାଇବି।
I call on the LORD, who is worthy to be praised; and I am saved from my enemies.
4 ମୃତ୍ୟୁର ରଜ୍ଜୁ ମୋତେ ବେଷ୍ଟନ କଲା, ପାପାଧମତାରୂପ ପ୍ଲାବନ ମୋତେ ଭୟଗ୍ରସ୍ତ କଲା।
The cords of death surrounded me. The floods of ungodliness made me afraid.
5 ପାତାଳର ରଜ୍ଜୁସବୁ ମୋʼ ଚାରିଆଡ଼େ ଥିଲା; ମୃତ୍ୟୁର ଫାନ୍ଦ ମୋʼ ଉପରେ ପଡ଼ିଲା। (Sheol h7585)
The cords of Sheol were around me. The snares of death came on me. (Sheol h7585)
6 ମୁଁ ଆପଣା ଦୁର୍ଦ୍ଦଶା ସମୟରେ ସଦାପ୍ରଭୁଙ୍କୁ ଡାକିଲି ଓ ମୋʼ ପରମେଶ୍ୱରଙ୍କ ନିକଟରେ ଆର୍ତ୍ତନାଦ କଲି; ସେ ଆପଣା ମନ୍ଦିରରୁ ମୋହର ରବ ଶୁଣିଲେ, ପୁଣି, ତାହାଙ୍କ ସମ୍ମୁଖରେ କୃତ ମୋହର ଆର୍ତ୍ତନାଦ ତାହାଙ୍କ କର୍ଣ୍ଣରେ ପ୍ରବେଶ କଲା।
In my distress I called on the LORD, and cried to my God. He heard my voice out of his temple. My cry before him came into his ears.
7 ସେତେବେଳେ ପୃଥିବୀ ଟଳଟଳ ଓ କମ୍ପିତ ହେଲା, ପର୍ବତଗଣର ଭିତ୍ତିମୂଳ ମଧ୍ୟ ବିଚଳିତ ହେଲା ଓ ତାହାଙ୍କ କୋପ ସକାଶୁ ଟଳଟଳ ହେଲା।
Then the earth shook and trembled. The foundations also of the mountains quaked and were shaken, because he was angry.
8 ତାହାଙ୍କ ନାସାରନ୍ଧ୍ରରୁ ଧୂମ ନିର୍ଗତ ହେଲା ଓ ତାହାଙ୍କ ମୁଖନିର୍ଗତ ଅଗ୍ନି ଗ୍ରାସ କଲା; ତଦ୍ଦ୍ୱାରା ଅଙ୍ଗାର ପ୍ରଜ୍ୱଳିତ ହେଲା।
Smoke went out of his nostrils. Consuming fire came out of his mouth. Coals were kindled by it.
9 ସେ ଆକାଶମଣ୍ଡଳକୁ ହିଁ ନୁଆଁଇ ତଳକୁ ଆସିଲେ; ଆଉ, ତାହାଙ୍କ ପାଦ ତଳେ ଘୋର ଅନ୍ଧକାର ଥିଲା।
He bowed the heavens also, and came down. Thick darkness was under his feet.
10 ପୁଣି, ସେ କିରୂବ ଉପରେ ଆରୋହଣ କରି ଉଡ଼ିଲେ; ହଁ, ସେ ବାୟୁର ପକ୍ଷ ଉପରେ ବେଗରେ ଉଡ଼ିଲେ।
He rode on a cherub, and flew. Yes, he soared on the wings of the wind.
11 ସେ ଅନ୍ଧକାରକୁ ଆପଣାର ଗୁପ୍ତ ସ୍ଥାନ ଓ ଜଳମୟ ଅନ୍ଧକାରକୁ, ଗଗନମଣ୍ଡଳର ନିବିଡ଼ ମେଘମାଳକୁ ଆପଣା ଚତୁର୍ଦ୍ଦିଗରେ ଆବାସ ସ୍ୱରୂପ କଲେ।
He made darkness his hiding place, his pavilion around him, darkness of waters, thick clouds of the skies.
12 ତାହାଙ୍କ ସମ୍ମୁଖବର୍ତ୍ତୀ ତେଜରେ ତାହାଙ୍କର ନିବିଡ଼ ମେଘମାଳ ଶିଳାବୃଷ୍ଟି ଓ ପ୍ରଜ୍ୱଳିତ ଅଙ୍ଗାର ନିର୍ଗତ କଲା।
At the brightness before him his thick clouds passed, hailstones and coals of fire.
13 ସଦାପ୍ରଭୁ ମଧ୍ୟ ଆକାଶମଣ୍ଡଳରେ ବଜ୍ରନାଦ କଲେ ଓ ସର୍ବୋପରିସ୍ଥ ଆପଣା ରବ ଉଚ୍ଚାରଣ କଲେ।
The LORD also thundered in the sky. The Most High uttered his voice: hailstones and coals of fire.
14 ଆଉ, ସେ ଆପଣା ତୀର ପ୍ରେରଣ କରି ସେମାନଙ୍କୁ ଛିନ୍ନଭିନ୍ନ କଲେ; ହଁ, ଅନେକ ବିଜୁଳି ପଠାଇ ସେମାନଙ୍କୁ ବ୍ୟାକୁଳ କଲେ।
He sent out his arrows, and scattered them. He routed them with great lightning bolts.
15 ସେତେବେଳେ, ହେ ସଦାପ୍ରଭୋ, ତୁମ୍ଭ ତର୍ଜ୍ଜନରେ ଓ ନାସିକାର ପ୍ରଶ୍ୱାସ ବାୟୁରେ ଜଳରାଶିର ପ୍ରଣାଳୀ ପ୍ରକାଶିତ ହେଲା ଓ ଭୂମଣ୍ଡଳର ମୂଳସକଳ ଅନାବୃତ ହେଲା।
Then the channels of waters appeared. The foundations of the world were laid bare at your rebuke, LORD, at the blast of the breath of your nostrils.
16 ସେ ଊର୍ଦ୍ଧ୍ୱରୁ ହସ୍ତ ବିସ୍ତାର କରି ମୋତେ ଧରିଲେ; ସେ ଆପଣା ଜଳରାଶିରୁ ମୋତେ ଓଟାରି ଆଣିଲେ,
He sent from on high. He took me. He drew me out of many waters.
17 ସେ ମୋହର ବଳବାନ ଶତ୍ରୁଠାରୁ ଓ ମୋହର ଘୃଣାକାରୀମାନଙ୍କଠାରୁ ମୋତେ ଉଦ୍ଧାର କଲେ, କାରଣ ସେମାନେ ମୋʼ ଅପେକ୍ଷା ଅତି ପରାକ୍ରାନ୍ତ ଥିଲେ।
He delivered me from my strong enemy, from those who hated me; for they were too mighty for me.
18 ସେମାନେ ମୋହର ବିପଦ ଦିନରେ ମୋତେ ଆକ୍ରମଣ କଲେ; ମାତ୍ର ସଦାପ୍ରଭୁ ମୋତେ ଉଦ୍ଧାର କଲେ।
They came on me in the day of my calamity, but the LORD was my support.
19 ମଧ୍ୟ ସେ ମୋତେ ବାହାର କରି ପ୍ରଶସ୍ତ ସ୍ଥାନକୁ ଆଣିଲେ; ସେ ମୋʼ ଠାରେ ସନ୍ତୁଷ୍ଟ ହେବାରୁ ମୋତେ ଉଦ୍ଧାର କଲେ।
He brought me out also into a large place. He delivered me, because he delighted in me.
20 ସଦାପ୍ରଭୁ ମୋହର ଧର୍ମାନୁସାରେ ମୋତେ ପୁରସ୍କାର ଦେଲେ; ମୋʼ ହସ୍ତର ଶୌଚ ଅନୁସାରେ ସେ ମୋତେ ଫଳ ଦେଲେ।
The LORD has rewarded me according to my righteousness. According to the cleanness of my hands, he has recompensed me.
21 କାରଣ ମୁଁ ସଦାପ୍ରଭୁଙ୍କ ପଥ ଧରିଅଛି ଓ ଦୁଷ୍ଟ ଭାବରେ ମୁଁ ପରମେଶ୍ୱରଙ୍କ ନିକଟରୁ ପ୍ରସ୍ଥାନ କରି ନାହିଁ।
For I have kept the ways of the LORD, and have not wickedly departed from my God.
22 ଆଉ, ତାହାଙ୍କ ଶାସନସବୁ ମୋʼ ସମ୍ମୁଖରେ ଥିଲା, ପୁଣି, ମୁଁ ତାହାଙ୍କ ବିଧିସବୁ ଆପଣାଠାରୁ ଦୂର କଲି ନାହିଁ।
For all his ordinances were before me. I didn’t put away his statutes from me.
23 ମଧ୍ୟ ମୁଁ ତାହାଙ୍କ ଉଦ୍ଦେଶ୍ୟରେ ସିଦ୍ଧ ଥିଲି ଓ ମୁଁ ନିଜ ଅପରାଧରୁ ଆପଣାକୁ ରକ୍ଷା କଲି।
I was also blameless with him. I kept myself from my iniquity.
24 ଏହେତୁ ସଦାପ୍ରଭୁ ମୋର ଧର୍ମାନୁସାରେ ଓ ତାହାଙ୍କ ଦୃଷ୍ଟିରେ ମୋʼ ହସ୍ତର ଶୌଚାନୁସାରେ ମୋତେ ଫଳ ଦେଇଅଛନ୍ତି।
Therefore the LORD has rewarded me according to my righteousness, according to the cleanness of my hands in his eyesight.
25 ଦୟାଳୁ ପ୍ରତି ତୁମ୍ଭେ ଆପଣାକୁ ଦୟାଳୁ ଦେଖାଇବ; ସିଦ୍ଧ ଲୋକ ପ୍ରତି ତୁମ୍ଭେ ଆପଣାକୁ ସିଦ୍ଧ ଦେଖାଇବ;
With the merciful you will show yourself merciful. With the perfect man, you will show yourself perfect.
26 ନିର୍ମଳ ଲୋକ ପ୍ରତି ତୁମ୍ଭେ ଆପଣାକୁ ନିର୍ମଳ ଦେଖାଇବ। ଆଉ, କୁଟିଳ ଲୋକ ପ୍ରତି ତୁମ୍ଭେ ଆପଣାକୁ ଚତୁର ଦେଖାଇବ;
With the pure, you will show yourself pure. With the crooked you will show yourself shrewd.
27 କାରଣ ତୁମ୍ଭେ ଦୁଃଖୀ ଲୋକମାନଙ୍କୁ ତ୍ରାଣ କରିବ; ମାତ୍ର ଦାମ୍ଭିକ ଚକ୍ଷୁକୁ ତୁମ୍ଭେ ନତ କରିବ।
For you will save the afflicted people, but the arrogant eyes you will bring down.
28 ଯେଣୁ ତୁମ୍ଭେ ମୋʼ ପ୍ରଦୀପ ଜ୍ୱଳାଇବ; ସଦାପ୍ରଭୁ ମୋʼ ପରମେଶ୍ୱର ମୋʼ ଅନ୍ଧକାରକୁ ଆଲୁଅମୟ କରିବେ।
For you will light my lamp, LORD. My God will light up my darkness.
29 କାରଣ ତୁମ୍ଭ ଦ୍ୱାରା ମୁଁ ସୈନ୍ୟଦଳ ଉପରେ ଦୌଡ଼େ ଓ ମୋʼ ପରମେଶ୍ୱରଙ୍କ ଦ୍ୱାରା ମୁଁ ପ୍ରାଚୀର ଡିଏଁ।
For by you, I advance through a troop. By my God, I leap over a wall.
30 ପରମେଶ୍ୱରଙ୍କ ପଥ ସିଦ୍ଧ; ସଦାପ୍ରଭୁଙ୍କ ବାକ୍ୟ ସୁପରୀକ୍ଷିତ; ସେ ଆପଣା ଶରଣାଗତ ସମସ୍ତଙ୍କର ଢାଲ।
As for God, his way is perfect. The LORD’s word is tried. He is a shield to all those who take refuge in him.
31 କାରଣ ସଦାପ୍ରଭୁଙ୍କ ଛଡ଼ା ପରମେଶ୍ୱର କିଏ? ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଛଡ଼ା ଶୈଳ କିଏ?
For who is God, except the LORD? Who is a rock, besides our God,
32 ସେହି ପରମେଶ୍ୱର ବଳ ଦେଇ ମୋହର କଟି ବାନ୍ଧନ୍ତି ଓ ମୋହର ପଥ ସିଦ୍ଧ କରନ୍ତି।
the God who arms me with strength, and makes my way perfect?
33 ସେ ମୋହର ଚରଣକୁ ହରିଣୀର ଚରଣ ପରି କରନ୍ତି ଓ ମୋତେ ମୋʼ ଉଚ୍ଚସ୍ଥଳୀରେ ସ୍ଥାପନ କରନ୍ତି।
He makes my feet like deer’s feet, and sets me on my high places.
34 ସେ ମୋʼ ହସ୍ତକୁ ଯୁଦ୍ଧ କରିବା ପାଇଁ ଶିଖାନ୍ତି; ତେଣୁ ମୋʼ ବାହୁ ପିତ୍ତଳ ଧନୁ ନୁଆଁଏ।
He teaches my hands to war, so that my arms bend a bow of bronze.
35 ତୁମ୍ଭେ ମଧ୍ୟ ଆପଣା ପରିତ୍ରାଣର ଢାଲ ମୋତେ ଦେଇଅଛ; ଆଉ, ତୁମ୍ଭର ଦକ୍ଷିଣ ହସ୍ତ ମୋତେ ଧରି ରଖିଅଛି ଓ ତୁମ୍ଭର ନମ୍ରତା ମୋତେ ବୃଦ୍ଧିପ୍ରାପ୍ତ କରିଅଛି।
You have also given me the shield of your salvation. Your right hand sustains me. Your gentleness has made me great.
36 ତୁମ୍ଭେ ମୋʼ ପାଦ ପକାଇବାର ସ୍ଥାନ ପ୍ରଶସ୍ତ କରିଅଛ ଓ ମୋʼ ପାଦ ଖସି ଯାଇ ନାହିଁ।
You have enlarged my steps under me, My feet have not slipped.
37 ମୁଁ ଆପଣା ଶତ୍ରୁମାନଙ୍କ ପଛେ ଗୋଡ଼ାଇ ସେମାନଙ୍କୁ ଧରିବି; କିଅବା ସେମାନେ ସଂହାରିତ ନୋହିବା ଯାଏ ମୁଁ ଫେରି ଆସିବି ନାହିଁ।
I will pursue my enemies, and overtake them. I won’t turn away until they are consumed.
38 ମୁଁ ସେମାନଙ୍କୁ ଏପରି ଆଘାତ କରିବି ଯେ, ସେମାନେ ଆଉ ଉଠି ପାରିବେ ନାହିଁ; ସେମାନେ ମୋʼ ପଦ ତଳେ ପତିତ ହେବେ।
I will strike them through, so that they will not be able to rise. They shall fall under my feet.
39 କାରଣ ତୁମ୍ଭେ ବଳ ଦେଇ ଯୁଦ୍ଧାର୍ଥେ ମୋʼ କଟି ବାନ୍ଧିଅଛ; ମୋʼ ବିରୁଦ୍ଧରେ ଯେଉଁମାନେ ଉଠିଲେ, ସେମାନଙ୍କୁ ତୁମ୍ଭେ ମୋହର ବଶୀଭୂତ କରିଅଛ।
For you have armed me with strength to the battle. You have subdued under me those who rose up against me.
40 ମଧ୍ୟ ତୁମ୍ଭେ ମୋʼ ଶତ୍ରୁମାନଙ୍କୁ ମୋʼ ନିକଟରୁ ଫେରାଇ ଦେଇଅଛ, ତହିଁରେ ମୁଁ ଆପଣା ଘୃଣାକାରୀମାନଙ୍କୁ ଉଚ୍ଛିନ୍ନ କରିଅଛି।
You have also made my enemies turn their backs to me, that I might cut off those who hate me.
41 ସେମାନେ ଡାକ ପକାଇଲେ, ମାତ୍ର ଉଦ୍ଧାର କରିବାକୁ କେହି ନ ଥିଲା, ସଦାପ୍ରଭୁଙ୍କୁ ହିଁ ଡାକିଲେ, ମାତ୍ର ସେ ସେମାନଙ୍କୁ ଉତ୍ତର ଦେଲେ ନାହିଁ।
They cried, but there was no one to save; even to the LORD, but he didn’t answer them.
42 ସେତେବେଳେ ମୁଁ ବାୟୁ ସମ୍ମୁଖସ୍ଥ ଧୂଳି ପରି ସେମାନଙ୍କୁ ଚୂର୍ଣ୍ଣ କଲି; ମୁଁ ସେମାନଙ୍କୁ ବାଟର କାଦୁଅ ପରି ପକାଇଦେଲି।
Then I beat them small as the dust before the wind. I cast them out as the mire of the streets.
43 ତୁମ୍ଭେ ଲୋକମାନଙ୍କ ବିବାଦରୁ ମୋତେ ଉଦ୍ଧାର କରିଅଛ; ତୁମ୍ଭେ ମୋତେ ଗୋଷ୍ଠୀସମୂହର ମସ୍ତକ ସ୍ୱରୂପ କରିଅଛ; ମୋହର ଅପରିଚିତ ଗୋଷ୍ଠୀ ମୋହର ସେବା କରିବେ।
You have delivered me from the strivings of the people. You have made me the head of the nations. A people whom I have not known shall serve me.
44 ସେମାନେ ମୋର ବିଷୟ ଶୁଣିବାମାତ୍ରେ ମୋହର ଆଜ୍ଞାବହ ହେବେ; ବିଦେଶୀୟମାନେ ଆପଣାମାନଙ୍କୁ ମୋହର ବଶୀଭୂତ କରିବେ।
As soon as they hear of me they shall obey me. The foreigners shall submit themselves to me.
45 ବିଦେଶୀୟମାନେ ମ୍ଳାନ ହୋଇଯିବେ ଓ ଆପଣାମାନଙ୍କ ଗୁପ୍ତ ସ୍ଥାନରୁ ଥରହର ହୋଇ ବାହାରି ଆସିବେ।
The foreigners shall fade away, and shall come trembling out of their strongholds.
46 ସଦାପ୍ରଭୁ ଜୀବିତ; ମୋହର ଶୈଳ ଧନ୍ୟ ହେଉନ୍ତୁ ଓ ମୋହର ପରିତ୍ରାଣ ସ୍ୱରୂପ ପରମେଶ୍ୱର ଉନ୍ନତ ହେଉନ୍ତୁ।
The LORD lives! Blessed be my rock. Exalted be the God of my salvation,
47 ସେହି ପରମେଶ୍ୱର ମୋʼ ପକ୍ଷରେ ପରିଶୋଧ ନିଅନ୍ତି ଓ ଗୋଷ୍ଠୀୟମାନଙ୍କୁ ମୋହର ବଶୀଭୂତ କରନ୍ତି।
even the God who executes vengeance for me, and subdues peoples under me.
48 ସେ ମୋʼ ଶତ୍ରୁଗଣଠାରୁ ମୋତେ ରକ୍ଷା କରନ୍ତି; ହଁ, ତୁମ୍ଭେ ମୋʼ ବିରୁଦ୍ଧରେ ଉତ୍ଥିତ ଲୋକମାନଙ୍କ ଉପରେ ମୋତେ ଉଚ୍ଚୀକୃତ କରୁଅଛ; ତୁମ୍ଭେ ଉପଦ୍ରବୀ ଲୋକଠାରୁ ମୋତେ ଉଦ୍ଧାର କରୁଅଛ।
He rescues me from my enemies. Yes, you lift me up above those who rise up against me. You deliver me from the violent man.
49 ଏହେତୁ, ହେ ସଦାପ୍ରଭୋ, ମୁଁ ଗୋଷ୍ଠୀୟମାନଙ୍କ ମଧ୍ୟରେ ତୁମ୍ଭର ଧନ୍ୟବାଦ କରିବି ଓ ତୁମ୍ଭ ନାମର ପ୍ରଶଂସା ଗାନ କରିବି।
Therefore I will give thanks to you, LORD, amongst the nations, and will sing praises to your name.
50 ସେ ଆପଣା ରାଜାକୁ ମହାପରିତ୍ରାଣ ପ୍ରଦାନ କରନ୍ତି ଓ ଆପଣା ଅଭିଷିକ୍ତ ପ୍ରତି, ଦାଉଦ ପ୍ରତି ଓ ତାହାର ବଂଶ ପ୍ରତି ଅନନ୍ତକାଳ ସ୍ନେହପୂର୍ଣ୍ଣ କରୁଣା ପ୍ରକାଶ କରନ୍ତି।
He gives great deliverance to his king, and shows loving kindness to his anointed, to David and to his offspring, forever more.

< ଗୀତସଂହିତା 18 >