< ଗୀତସଂହିତା 18 >

1 ପ୍ରଧାନ ବାଦ୍ୟକର ନିମନ୍ତେ ସଦାପ୍ରଭୁଙ୍କ ଦାସ ଦାଉଦଙ୍କର ଗୀତ। ସଦାପ୍ରଭୁ ଶତ୍ରୁମାନଙ୍କ ହସ୍ତରୁ ଓ ଶାଉଲଙ୍କ ହସ୍ତରୁ ତାଙ୍କୁ ଉଦ୍ଧାର କରିବା ଦିନ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏହି ଗୀତର କଥା ନିବେଦନ କରିଥିଲେ; ସେ କହିଲେ, ହେ ମୋହର ବଳ ସ୍ୱରୂପ ସଦାପ୍ରଭୋ, ମୁଁ ତୁମ୍ଭଙ୍କୁ ପ୍ରେମ କରେ।
Kwa mwimbishaji. Zaburi ya Daudi mtumishi wa Bwana aliyomwimbia Bwana wakati Bwana alipomwokoa mikononi mwa adui zake wote, na pia mkononi mwa Sauli. Alisema hivi: Nakupenda wewe, Ee Bwana, nguvu yangu.
2 ସଦାପ୍ରଭୁ ମୋହର ଶୈଳ, ମୋହର ଗଡ଼ ଓ ମୋହର ଉଦ୍ଧାରକର୍ତ୍ତା; ମୋହର ପରମେଶ୍ୱର, ମୋହର ଦୃଢ଼ ଶୈଳ, ମୁଁ ତାହାଙ୍କଠାରେ ଶରଣ ନେବି; ମୋହର ଢାଲ ଓ ମୋହର ପରିତ୍ରାଣର ଶୃଙ୍ଗ, ମୋହର ଉଚ୍ଚ ଦୁର୍ଗ।
Bwana ni mwamba wangu, ngome yangu na mwokozi wangu, Mungu wangu ni mwamba, ambaye kwake ninakimbilia. Yeye ni ngao yangu na pembe ya wokovu wangu, ngome yangu.
3 ମୁଁ ପ୍ରଶଂସନୀୟ ସଦାପ୍ରଭୁଙ୍କୁ ଡାକିବି; ତହିଁରେ ମୁଁ ଆପଣା ଶତ୍ରୁଗଣଠାରୁ ନିସ୍ତାର ପାଇବି।
Ninamwita Bwana anayestahili kusifiwa, nami ninaokolewa kutoka kwa adui zangu.
4 ମୃତ୍ୟୁର ରଜ୍ଜୁ ମୋତେ ବେଷ୍ଟନ କଲା, ପାପାଧମତାରୂପ ପ୍ଲାବନ ମୋତେ ଭୟଗ୍ରସ୍ତ କଲା।
Kamba za mauti zilinizunguka, mafuriko ya maangamizi yalinilemea.
5 ପାତାଳର ରଜ୍ଜୁସବୁ ମୋʼ ଚାରିଆଡ଼େ ଥିଲା; ମୃତ୍ୟୁର ଫାନ୍ଦ ମୋʼ ଉପରେ ପଡ଼ିଲା। (Sheol h7585)
Kamba za kuzimu zilinizunguka, mitego ya mauti ilinikabili. (Sheol h7585)
6 ମୁଁ ଆପଣା ଦୁର୍ଦ୍ଦଶା ସମୟରେ ସଦାପ୍ରଭୁଙ୍କୁ ଡାକିଲି ଓ ମୋʼ ପରମେଶ୍ୱରଙ୍କ ନିକଟରେ ଆର୍ତ୍ତନାଦ କଲି; ସେ ଆପଣା ମନ୍ଦିରରୁ ମୋହର ରବ ଶୁଣିଲେ, ପୁଣି, ତାହାଙ୍କ ସମ୍ମୁଖରେ କୃତ ମୋହର ଆର୍ତ୍ତନାଦ ତାହାଙ୍କ କର୍ଣ୍ଣରେ ପ୍ରବେଶ କଲା।
Katika shida yangu nalimwita Bwana, nilimlilia Mungu wangu anisaidie. Kutoka hekaluni mwake alisikia sauti yangu, kilio changu kikafika mbele zake, masikioni mwake.
7 ସେତେବେଳେ ପୃଥିବୀ ଟଳଟଳ ଓ କମ୍ପିତ ହେଲା, ପର୍ବତଗଣର ଭିତ୍ତିମୂଳ ମଧ୍ୟ ବିଚଳିତ ହେଲା ଓ ତାହାଙ୍କ କୋପ ସକାଶୁ ଟଳଟଳ ହେଲା।
Dunia ilitetemeka na kutikisika, misingi ya milima ikatikisika, vilitetemeka kwa sababu alikuwa amekasirika.
8 ତାହାଙ୍କ ନାସାରନ୍ଧ୍ରରୁ ଧୂମ ନିର୍ଗତ ହେଲା ଓ ତାହାଙ୍କ ମୁଖନିର୍ଗତ ଅଗ୍ନି ଗ୍ରାସ କଲା; ତଦ୍ଦ୍ୱାରା ଅଙ୍ଗାର ପ୍ରଜ୍ୱଳିତ ହେଲା।
Moshi ukapanda kutoka puani mwake, moto uteketezao ukatoka kinywani mwake, makaa ya moto yawakayo yakatoka ndani mwake.
9 ସେ ଆକାଶମଣ୍ଡଳକୁ ହିଁ ନୁଆଁଇ ତଳକୁ ଆସିଲେ; ଆଉ, ତାହାଙ୍କ ପାଦ ତଳେ ଘୋର ଅନ୍ଧକାର ଥିଲା।
Akazipasua mbingu akashuka chini, mawingu meusi yalikuwa chini ya miguu yake.
10 ପୁଣି, ସେ କିରୂବ ଉପରେ ଆରୋହଣ କରି ଉଡ଼ିଲେ; ହଁ, ସେ ବାୟୁର ପକ୍ଷ ଉପରେ ବେଗରେ ଉଡ଼ିଲେ।
Alipanda juu ya kerubi akaruka, akapaa juu kwa mbawa za upepo.
11 ସେ ଅନ୍ଧକାରକୁ ଆପଣାର ଗୁପ୍ତ ସ୍ଥାନ ଓ ଜଳମୟ ଅନ୍ଧକାରକୁ, ଗଗନମଣ୍ଡଳର ନିବିଡ଼ ମେଘମାଳକୁ ଆପଣା ଚତୁର୍ଦ୍ଦିଗରେ ଆବାସ ସ୍ୱରୂପ କଲେ।
Alifanya giza kuwa kitu chake cha kujifunika, hema lake kumzunguka, mawingu meusi ya mvua ya angani.
12 ତାହାଙ୍କ ସମ୍ମୁଖବର୍ତ୍ତୀ ତେଜରେ ତାହାଙ୍କର ନିବିଡ଼ ମେଘମାଳ ଶିଳାବୃଷ୍ଟି ଓ ପ୍ରଜ୍ୱଳିତ ଅଙ୍ଗାର ନିର୍ଗତ କଲା।
Kutokana na mwanga wa uwepo wake mawingu yalisogea, ikanyesha mvua ya mawe na umeme wa radi.
13 ସଦାପ୍ରଭୁ ମଧ୍ୟ ଆକାଶମଣ୍ଡଳରେ ବଜ୍ରନାଦ କଲେ ଓ ସର୍ବୋପରିସ୍ଥ ଆପଣା ରବ ଉଚ୍ଚାରଣ କଲେ।
Bwana alinguruma kutoka mbinguni, sauti ya Aliye Juu Sana ilisikika.
14 ଆଉ, ସେ ଆପଣା ତୀର ପ୍ରେରଣ କରି ସେମାନଙ୍କୁ ଛିନ୍ନଭିନ୍ନ କଲେ; ହଁ, ଅନେକ ବିଜୁଳି ପଠାଇ ସେମାନଙ୍କୁ ବ୍ୟାକୁଳ କଲେ।
Aliipiga mishale yake na kutawanya adui, naam, umeme mwingi wa radi na kuwafukuza.
15 ସେତେବେଳେ, ହେ ସଦାପ୍ରଭୋ, ତୁମ୍ଭ ତର୍ଜ୍ଜନରେ ଓ ନାସିକାର ପ୍ରଶ୍ୱାସ ବାୟୁରେ ଜଳରାଶିର ପ୍ରଣାଳୀ ପ୍ରକାଶିତ ହେଲା ଓ ଭୂମଣ୍ଡଳର ମୂଳସକଳ ଅନାବୃତ ହେଲା।
Mabonde ya bahari yalifunuliwa, na misingi ya dunia ikawa wazi kwa kukaripia kwako, Ee Bwana, kwa uvumi wa pumzi kutoka puani mwako.
16 ସେ ଊର୍ଦ୍ଧ୍ୱରୁ ହସ୍ତ ବିସ୍ତାର କରି ମୋତେ ଧରିଲେ; ସେ ଆପଣା ଜଳରାଶିରୁ ମୋତେ ଓଟାରି ଆଣିଲେ,
Alinyoosha mkono kutoka juu na kunishika; alinitoa kutoka kilindi cha maji makuu.
17 ସେ ମୋହର ବଳବାନ ଶତ୍ରୁଠାରୁ ଓ ମୋହର ଘୃଣାକାରୀମାନଙ୍କଠାରୁ ମୋତେ ଉଦ୍ଧାର କଲେ, କାରଣ ସେମାନେ ମୋʼ ଅପେକ୍ଷା ଅତି ପରାକ୍ରାନ୍ତ ଥିଲେ।
Aliniokoa kutoka adui wangu mwenye nguvu nyingi, kutoka adui zangu waliokuwa na nguvu nyingi kuliko mimi.
18 ସେମାନେ ମୋହର ବିପଦ ଦିନରେ ମୋତେ ଆକ୍ରମଣ କଲେ; ମାତ୍ର ସଦାପ୍ରଭୁ ମୋତେ ଉଦ୍ଧାର କଲେ।
Walinikabili siku ya msiba wangu, lakini Bwana alikuwa msaada wangu.
19 ମଧ୍ୟ ସେ ମୋତେ ବାହାର କରି ପ୍ରଶସ୍ତ ସ୍ଥାନକୁ ଆଣିଲେ; ସେ ମୋʼ ଠାରେ ସନ୍ତୁଷ୍ଟ ହେବାରୁ ମୋତେ ଉଦ୍ଧାର କଲେ।
Alinileta nje mahali penye nafasi tele, akaniokoa kwa kuwa alipendezwa nami.
20 ସଦାପ୍ରଭୁ ମୋହର ଧର୍ମାନୁସାରେ ମୋତେ ପୁରସ୍କାର ଦେଲେ; ମୋʼ ହସ୍ତର ଶୌଚ ଅନୁସାରେ ସେ ମୋତେ ଫଳ ଦେଲେ।
Bwana alinitendea sawasawa na uadilifu wangu; sawasawa na usafi wa mikono yangu amenilipa.
21 କାରଣ ମୁଁ ସଦାପ୍ରଭୁଙ୍କ ପଥ ଧରିଅଛି ଓ ଦୁଷ୍ଟ ଭାବରେ ମୁଁ ପରମେଶ୍ୱରଙ୍କ ନିକଟରୁ ପ୍ରସ୍ଥାନ କରି ନାହିଁ।
Kwa maana nimezishika njia za Bwana; sijatenda ubaya nikamwacha Mungu wangu.
22 ଆଉ, ତାହାଙ୍କ ଶାସନସବୁ ମୋʼ ସମ୍ମୁଖରେ ଥିଲା, ପୁଣି, ମୁଁ ତାହାଙ୍କ ବିଧିସବୁ ଆପଣାଠାରୁ ଦୂର କଲି ନାହିଁ।
Sheria zake zote zi mbele yangu, wala sijayaacha maagizo yake.
23 ମଧ୍ୟ ମୁଁ ତାହାଙ୍କ ଉଦ୍ଦେଶ୍ୟରେ ସିଦ୍ଧ ଥିଲି ଓ ମୁଁ ନିଜ ଅପରାଧରୁ ଆପଣାକୁ ରକ୍ଷା କଲି।
Nimekuwa sina hatia mbele zake, nami nimejilinda nisitende dhambi.
24 ଏହେତୁ ସଦାପ୍ରଭୁ ମୋର ଧର୍ମାନୁସାରେ ଓ ତାହାଙ୍କ ଦୃଷ୍ଟିରେ ମୋʼ ହସ୍ତର ଶୌଚାନୁସାରେ ମୋତେ ଫଳ ଦେଇଅଛନ୍ତି।
Bwana amenilipa sawasawa na uadilifu wangu; sawasawa na usafi wa mikono yangu machoni pake.
25 ଦୟାଳୁ ପ୍ରତି ତୁମ୍ଭେ ଆପଣାକୁ ଦୟାଳୁ ଦେଖାଇବ; ସିଦ୍ଧ ଲୋକ ପ୍ରତି ତୁମ୍ଭେ ଆପଣାକୁ ସିଦ୍ଧ ଦେଖାଇବ;
Kwa yeye aliye mwaminifu, unajionyesha kuwa mwaminifu, kwa asiye na hatia, unajionyesha kutokuwa na hatia.
26 ନିର୍ମଳ ଲୋକ ପ୍ରତି ତୁମ୍ଭେ ଆପଣାକୁ ନିର୍ମଳ ଦେଖାଇବ। ଆଉ, କୁଟିଳ ଲୋକ ପ୍ରତି ତୁମ୍ଭେ ଆପଣାକୁ ଚତୁର ଦେଖାଇବ;
Kwa aliye mtakatifu, unajionyesha kuwa mtakatifu, lakini kwa aliyepotoka, unajionyesha kuwa mkaidi.
27 କାରଣ ତୁମ୍ଭେ ଦୁଃଖୀ ଲୋକମାନଙ୍କୁ ତ୍ରାଣ କରିବ; ମାତ୍ର ଦାମ୍ଭିକ ଚକ୍ଷୁକୁ ତୁମ୍ଭେ ନତ କରିବ।
Wewe huwaokoa wanyenyekevu, lakini huwashusha wenye kiburi.
28 ଯେଣୁ ତୁମ୍ଭେ ମୋʼ ପ୍ରଦୀପ ଜ୍ୱଳାଇବ; ସଦାପ୍ରଭୁ ମୋʼ ପରମେଶ୍ୱର ମୋʼ ଅନ୍ଧକାରକୁ ଆଲୁଅମୟ କରିବେ।
Wewe, Ee Bwana, unaifanya taa yangu iendelee kuwaka; Mungu wangu hulifanya giza langu kuwa mwanga.
29 କାରଣ ତୁମ୍ଭ ଦ୍ୱାରା ମୁଁ ସୈନ୍ୟଦଳ ଉପରେ ଦୌଡ଼େ ଓ ମୋʼ ପରମେଶ୍ୱରଙ୍କ ଦ୍ୱାରା ମୁଁ ପ୍ରାଚୀର ଡିଏଁ।
Kwa msaada wako naweza kushinda jeshi, nikiwa pamoja na Mungu wangu nitaweza kuruka ukuta.
30 ପରମେଶ୍ୱରଙ୍କ ପଥ ସିଦ୍ଧ; ସଦାପ୍ରଭୁଙ୍କ ବାକ୍ୟ ସୁପରୀକ୍ଷିତ; ସେ ଆପଣା ଶରଣାଗତ ସମସ୍ତଙ୍କର ଢାଲ।
Kuhusu Mungu, njia yake ni kamilifu, neno la Bwana halina dosari. Yeye ni ngao kwa wote wanaokimbilia kwake.
31 କାରଣ ସଦାପ୍ରଭୁଙ୍କ ଛଡ଼ା ପରମେଶ୍ୱର କିଏ? ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଛଡ଼ା ଶୈଳ କିଏ?
Kwa maana ni nani aliye Mungu zaidi ya Bwana? Ni nani aliye Mwamba isipokuwa Mungu wetu?
32 ସେହି ପରମେଶ୍ୱର ବଳ ଦେଇ ମୋହର କଟି ବାନ୍ଧନ୍ତି ଓ ମୋହର ପଥ ସିଦ୍ଧ କରନ୍ତି।
Mungu ndiye anivikaye nguvu na kufanya njia yangu kuwa kamilifu.
33 ସେ ମୋହର ଚରଣକୁ ହରିଣୀର ଚରଣ ପରି କରନ୍ତି ଓ ମୋତେ ମୋʼ ଉଚ୍ଚସ୍ଥଳୀରେ ସ୍ଥାପନ କରନ୍ତି।
Huifanya miguu yangu kama miguu ya kulungu, huniwezesha kusimama mahali palipo juu.
34 ସେ ମୋʼ ହସ୍ତକୁ ଯୁଦ୍ଧ କରିବା ପାଇଁ ଶିଖାନ୍ତି; ତେଣୁ ମୋʼ ବାହୁ ପିତ୍ତଳ ଧନୁ ନୁଆଁଏ।
Huifundisha mikono yangu kupigana vita; mikono yangu inaweza kupinda upinde wa shaba.
35 ତୁମ୍ଭେ ମଧ୍ୟ ଆପଣା ପରିତ୍ରାଣର ଢାଲ ମୋତେ ଦେଇଅଛ; ଆଉ, ତୁମ୍ଭର ଦକ୍ଷିଣ ହସ୍ତ ମୋତେ ଧରି ରଖିଅଛି ଓ ତୁମ୍ଭର ନମ୍ରତା ମୋତେ ବୃଦ୍ଧିପ୍ରାପ୍ତ କରିଅଛି।
Hunipa ngao yako ya ushindi, nao mkono wako wa kuume hunitegemeza, unajishusha chini ili kuniinua.
36 ତୁମ୍ଭେ ମୋʼ ପାଦ ପକାଇବାର ସ୍ଥାନ ପ୍ରଶସ୍ତ କରିଅଛ ଓ ମୋʼ ପାଦ ଖସି ଯାଇ ନାହିଁ।
Huyapanua mapito yangu, ili miguu yangu isiteleze.
37 ମୁଁ ଆପଣା ଶତ୍ରୁମାନଙ୍କ ପଛେ ଗୋଡ଼ାଇ ସେମାନଙ୍କୁ ଧରିବି; କିଅବା ସେମାନେ ସଂହାରିତ ନୋହିବା ଯାଏ ମୁଁ ଫେରି ଆସିବି ନାହିଁ।
Niliwafuatia adui zangu na nikawapata, sikurudi nyuma mpaka walipoangamizwa.
38 ମୁଁ ସେମାନଙ୍କୁ ଏପରି ଆଘାତ କରିବି ଯେ, ସେମାନେ ଆଉ ଉଠି ପାରିବେ ନାହିଁ; ସେମାନେ ମୋʼ ପଦ ତଳେ ପତିତ ହେବେ।
Niliwaseta hata hawakuweza kuinuka tena; walianguka chini ya miguu yangu.
39 କାରଣ ତୁମ୍ଭେ ବଳ ଦେଇ ଯୁଦ୍ଧାର୍ଥେ ମୋʼ କଟି ବାନ୍ଧିଅଛ; ମୋʼ ବିରୁଦ୍ଧରେ ଯେଉଁମାନେ ଉଠିଲେ, ସେମାନଙ୍କୁ ତୁମ୍ଭେ ମୋହର ବଶୀଭୂତ କରିଅଛ।
Ulinivika nguvu kwa ajili ya kupigana vita; uliwafanya adui zangu wasujudu miguuni pangu.
40 ମଧ୍ୟ ତୁମ୍ଭେ ମୋʼ ଶତ୍ରୁମାନଙ୍କୁ ମୋʼ ନିକଟରୁ ଫେରାଇ ଦେଇଅଛ, ତହିଁରେ ମୁଁ ଆପଣା ଘୃଣାକାରୀମାନଙ୍କୁ ଉଚ୍ଛିନ୍ନ କରିଅଛି।
Uliwafanya adui zangu wageuke na kukimbia, nami nikawaangamiza adui zangu.
41 ସେମାନେ ଡାକ ପକାଇଲେ, ମାତ୍ର ଉଦ୍ଧାର କରିବାକୁ କେହି ନ ଥିଲା, ସଦାପ୍ରଭୁଙ୍କୁ ହିଁ ଡାକିଲେ, ମାତ୍ର ସେ ସେମାନଙ୍କୁ ଉତ୍ତର ଦେଲେ ନାହିଁ।
Walipiga yowe, lakini hapakuwepo na yeyote wa kuwaokoa; walimlilia Bwana, lakini hakuwajibu.
42 ସେତେବେଳେ ମୁଁ ବାୟୁ ସମ୍ମୁଖସ୍ଥ ଧୂଳି ପରି ସେମାନଙ୍କୁ ଚୂର୍ଣ୍ଣ କଲି; ମୁଁ ସେମାନଙ୍କୁ ବାଟର କାଦୁଅ ପରି ପକାଇଦେଲି।
Niliwaponda kama mavumbi yanayopeperushwa na upepo; niliwamwaga nje kama tope barabarani.
43 ତୁମ୍ଭେ ଲୋକମାନଙ୍କ ବିବାଦରୁ ମୋତେ ଉଦ୍ଧାର କରିଅଛ; ତୁମ୍ଭେ ମୋତେ ଗୋଷ୍ଠୀସମୂହର ମସ୍ତକ ସ୍ୱରୂପ କରିଅଛ; ମୋହର ଅପରିଚିତ ଗୋଷ୍ଠୀ ମୋହର ସେବା କରିବେ।
Umeniokoa kutokana na mashambulizi ya watu; umenifanya kuwa kiongozi wa mataifa, watu ambao sikuwajua wananitumikia.
44 ସେମାନେ ମୋର ବିଷୟ ଶୁଣିବାମାତ୍ରେ ମୋହର ଆଜ୍ଞାବହ ହେବେ; ବିଦେଶୀୟମାନେ ଆପଣାମାନଙ୍କୁ ମୋହର ବଶୀଭୂତ କରିବେ।
Mara wanisikiapo hunitii, wageni hunyenyekea mbele yangu.
45 ବିଦେଶୀୟମାନେ ମ୍ଳାନ ହୋଇଯିବେ ଓ ଆପଣାମାନଙ୍କ ଗୁପ୍ତ ସ୍ଥାନରୁ ଥରହର ହୋଇ ବାହାରି ଆସିବେ।
Wote wanalegea, wanatoka katika ngome zao wakitetemeka.
46 ସଦାପ୍ରଭୁ ଜୀବିତ; ମୋହର ଶୈଳ ଧନ୍ୟ ହେଉନ୍ତୁ ଓ ମୋହର ପରିତ୍ରାଣ ସ୍ୱରୂପ ପରମେଶ୍ୱର ଉନ୍ନତ ହେଉନ୍ତୁ।
Bwana yu hai! Sifa ni kwa Mwamba wangu! Atukuzwe Mungu Mwokozi wangu!
47 ସେହି ପରମେଶ୍ୱର ମୋʼ ପକ୍ଷରେ ପରିଶୋଧ ନିଅନ୍ତି ଓ ଗୋଷ୍ଠୀୟମାନଙ୍କୁ ମୋହର ବଶୀଭୂତ କରନ୍ତି।
Yeye ndiye Mungu anilipiziaye kisasi, awatiishaye mataifa chini yangu,
48 ସେ ମୋʼ ଶତ୍ରୁଗଣଠାରୁ ମୋତେ ରକ୍ଷା କରନ୍ତି; ହଁ, ତୁମ୍ଭେ ମୋʼ ବିରୁଦ୍ଧରେ ଉତ୍ଥିତ ଲୋକମାନଙ୍କ ଉପରେ ମୋତେ ଉଚ୍ଚୀକୃତ କରୁଅଛ; ତୁମ୍ଭେ ଉପଦ୍ରବୀ ଲୋକଠାରୁ ମୋତେ ଉଦ୍ଧାର କରୁଅଛ।
aniokoaye na adui zangu. Uliniinua juu ya adui zangu; uliniokoa toka kwa watu wajeuri.
49 ଏହେତୁ, ହେ ସଦାପ୍ରଭୋ, ମୁଁ ଗୋଷ୍ଠୀୟମାନଙ୍କ ମଧ୍ୟରେ ତୁମ୍ଭର ଧନ୍ୟବାଦ କରିବି ଓ ତୁମ୍ଭ ନାମର ପ୍ରଶଂସା ଗାନ କରିବି।
Kwa hiyo nitakusifu katikati ya mataifa, Ee Bwana; nitaliimbia sifa jina lako.
50 ସେ ଆପଣା ରାଜାକୁ ମହାପରିତ୍ରାଣ ପ୍ରଦାନ କରନ୍ତି ଓ ଆପଣା ଅଭିଷିକ୍ତ ପ୍ରତି, ଦାଉଦ ପ୍ରତି ଓ ତାହାର ବଂଶ ପ୍ରତି ଅନନ୍ତକାଳ ସ୍ନେହପୂର୍ଣ୍ଣ କରୁଣା ପ୍ରକାଶ କରନ୍ତି।
Humpa mfalme wake ushindi mkuu, huonyesha fadhili zake kwa mpakwa mafuta wake, kwa Daudi na wazao wake milele.

< ଗୀତସଂହିତା 18 >