< ଗୀତସଂହିତା 2 >

1 ଗୋଷ୍ଠୀୟମାନେ କାହିଁକି କଳହ କରନ୍ତି; ଜନବୃନ୍ଦ କାହିଁକି ବୃଥାରେ ଷଡ଼ଯନ୍ତ୍ର କରନ୍ତି?
Kwa nini mataifa wanashauriana kufanya mabaya, na kabila za watu kula njama bure?
2 ସଦାପ୍ରଭୁଙ୍କ ବିରୁଦ୍ଧରେ ଓ ତାହାଙ୍କ ଅଭିଷିକ୍ତ ବ୍ୟକ୍ତିଙ୍କ ବିରୁଦ୍ଧରେ ଭୂପତିଗଣ ଠିଆ ହୁଅନ୍ତି ଓ ଶାସନକର୍ତ୍ତୃଗଣ ଏକତ୍ର ମନ୍ତ୍ରଣା କରନ୍ତି,
Wafalme wa dunia wanajipanga na watawala wanajikusanya pamoja dhidi ya Bwana na dhidi ya Mpakwa Mafuta wake.
3 “ଆସ, ଆମ୍ଭେମାନେ ସେମାନଙ୍କ ବନ୍ଧନ ଛିଣ୍ଡାଇ ପକାଉ ଓ ଆମ୍ଭମାନଙ୍କ ନିକଟରୁ ସେମାନଙ୍କ ରଜ୍ଜୁ ଦୂର କରିଦେଉ।”
Wanasema, “Tuvunje minyororo yao na kuvitupilia mbali vifungo vyao.”
4 ଯେ ସ୍ୱର୍ଗରେ ଉପବିଷ୍ଟ, ସେ ହସିବେ; ପ୍ରଭୁ ସେମାନଙ୍କୁ ପରିହାସ କରିବେ।
Yeye atawalaye mbinguni hucheka, Bwana huwadharau.
5 ତହୁଁ ସେ ଆପଣା କୋପରେ ସେମାନଙ୍କୁ କଥା କହିବେ ଓ ଆପଣା ମହାକୋପରେ ସେମାନଙ୍କୁ ବ୍ୟାକୁଳ କରିବେ;
Kisha huwakemea katika hasira yake na kuwaogopesha katika ghadhabu yake, akisema,
6 “ମାତ୍ର ମୁଁ ଆପଣା ରାଜାଙ୍କୁ ଆପଣା ପବିତ୍ର ପର୍ବତ ସିୟୋନରେ ସ୍ଥାପନ କରିଅଛି।”
“Nimemtawaza Mfalme wangu juu ya Sayuni, mlima wangu mtakatifu.”
7 ମୁଁ ସେହି ବିଧାନ ପ୍ରଚାର କରିବି; ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ଆମ୍ଭର ପୁତ୍ର; ଆଜି ଆମ୍ଭେ ତୁମ୍ଭକୁ ଜନ୍ମ ଦେଲୁ।
Nitatangaza amri ya Bwana: Yeye aliniambia, “Wewe ni Mwanangu, leo mimi nimekuzaa.
8 ଆମ୍ଭ ନିକଟରେ ମାଗ, ତେବେ ଆମ୍ଭେ ତୁମ୍ଭର ଉତ୍ତରାଧିକାର ନିମନ୍ତେ ଗୋଷ୍ଠୀୟମାନଙ୍କୁ ଓ ତୁମ୍ଭର ଅଧିକାର ନିମନ୍ତେ ପୃଥିବୀର ପ୍ରାନ୍ତଭାଗସବୁ ତୁମ୍ଭକୁ ଦେବା।
Niombe, nami nitayafanya mataifa kuwa urithi wako, miisho ya dunia kuwa milki yako.
9 ତୁମ୍ଭେ ଲୌହ ଦଣ୍ଡରେ ସେମାନଙ୍କୁ ଭାଙ୍ଗିବ; ତୁମ୍ଭେ କୁମ୍ଭକାରର ପାତ୍ର ପରି ସେମାନଙ୍କୁ ଚୂର୍ଣ୍ଣ କରିବ।”
Utawatawala kwa fimbo ya chuma na kuwavunjavunja kama chombo cha mfinyanzi.”
10 ଏହି କାରଣରୁ, ହେ ରାଜାଗଣ, ତୁମ୍ଭେମାନେ ଏବେ ଜ୍ଞାନବାନ ହୁଅ, ହେ ପୃଥିବୀର ବିଚାରକର୍ତ୍ତୃଗଣ, ତୁମ୍ଭେମାନେ ଶିକ୍ଷା ଗ୍ରହଣ କର।
Kwa hiyo, ninyi wafalme, kuweni na hekima; mwonyeke, enyi watawala wa dunia.
11 ଭୟରେ ସଦାପ୍ରଭୁଙ୍କର ସେବା କର ଓ କମ୍ପିତ ହୋଇ ଉଲ୍ଲାସ କର।
Mtumikieni Bwana kwa hofu na mshangilie kwa kutetemeka.
12 ପୁତ୍ରଙ୍କୁ ଚୁମ୍ବନ କର, ନୋହିଲେ ସେ କ୍ରୁଦ୍ଧ ହେବେ ଓ ତୁମ୍ଭେମାନେ ପଥରେ ବିନଷ୍ଟ ହେବ, କାରଣ ଶୀଘ୍ର ତାହାଙ୍କର କ୍ରୋଧ ପ୍ରଜ୍ୱଳିତ ହେବ। ଯେଉଁମାନେ ତାହାଙ୍କର ଶରଣ ନିଅନ୍ତି, ସେସମସ୍ତେ ଧନ୍ୟ।
Mbusu Mwana, asije akakasirika nawe ukaangamizwa katika njia yako, kwa maana hasira yake inaweza kuwaka ghafula. Heri wote wanaomkimbilia.

< ଗୀତସଂହିତା 2 >