< ଗୀତସଂହିତା 20 >
1 ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। ସଦାପ୍ରଭୁ ସଙ୍କଟ ଦିନରେ ତୁମ୍ଭକୁ ଉତ୍ତର ଦେଉନ୍ତୁ; ଯାକୁବର ପରମେଶ୍ୱରଙ୍କ ନାମ ତୁମ୍ଭକୁ ରକ୍ଷା ସ୍ଥାପନ କରନ୍ତୁ;
Kwa mtsogoleri wa mayimbidwe. Salimo la Davide. Yehova akuyankhe pamene uli pa msautso; dzina la Mulungu wa Yakobo likuteteze.
2 ସେ ପବିତ୍ର ସ୍ଥାନରୁ ତୁମ୍ଭର ସାହାଯ୍ୟ ପଠାଉନ୍ତୁ, ସିୟୋନଠାରୁ ତୁମ୍ଭକୁ ବଳବାନ କରନ୍ତୁ;
Iye atumize thandizo kuchokera ku malo ake opatulika; akugwirizize kuchokera ku Ziyoni.
3 ତୁମ୍ଭର ନୈବେଦ୍ୟସବୁ ସ୍ମରଣ କରନ୍ତୁ, ପୁଣି, ତୁମ୍ଭର ହୋମବଳି ଗ୍ରହଣ କରନ୍ତୁ; (ସେଲା)
Iye akumbukire nsembe zako zonse ndipo alandire nsembe zako zopsereza. (Sela)
4 ତୁମ୍ଭର ମନୋବାଞ୍ଛା ପୂର୍ଣ୍ଣ କରନ୍ତୁ ଓ ତୁମ୍ଭର ଯୋଜନାସବୁ ସଫଳ କରନ୍ତୁ।
Akupatse chokhumba cha mtima wako ndipo akuthandize kuti zonse wakonza zichitike.
5 ଆମ୍ଭେମାନେ ତୁମ୍ଭ ପରିତ୍ରାଣରେ ଜୟଧ୍ୱନି କରିବୁ ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନାମରେ ଆମ୍ଭେମାନେ ଧ୍ୱଜା ସ୍ଥାପନ କରିବୁ; ସଦାପ୍ରଭୁ ତୁମ୍ଭର ସବୁ ନିବେଦନ ସିଦ୍ଧ କରନ୍ତୁ।
Ife tidzafuwula ndi chimwemwe pamene iwe wapambana ndipo tidzanyamula mbendera zathu mʼdzina la Mulungu wathu, Yehova ayankhe zopempha zako zonse.
6 ଏବେ ମୁଁ ଜାଣୁଅଛି ଯେ, ସଦାପ୍ରଭୁ ଆପଣା ଅଭିଷିକ୍ତଙ୍କୁ ଉଦ୍ଧାର କରନ୍ତି, ସେ ଆପଣା ଡାହାଣ ହସ୍ତର ତ୍ରାଣ ଶକ୍ତିରେ ନିଜ ପବିତ୍ର ସ୍ୱର୍ଗରୁ ତାହାକୁ ଉତ୍ତର ଦେବେ।
Tsopano ndadziwa kuti Yehova amapulumutsa wodzozedwa wake; Iye amamuyankha kuchokera kumwamba ku malo ake opatulika ndi mphamvu yopulumutsa ya dzanja lake lamanja.
7 କେହି କେହି ରଥରେ ଓ କେହି କେହି ଅଶ୍ୱରେ ନିର୍ଭର କରନ୍ତି; ମାତ୍ର ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଶକ୍ତିରେ ନିର୍ଭର କରୁ।
Ena amadalira magaleta ndipo ena akavalo koma ife tidzadalira dzina la Yehova Mulungu wathu.
8 ସେମାନେ ନତ ହୋଇ ପତିତ ହୋଇଅଛନ୍ତି; ମାତ୍ର ଆମ୍ଭେମାନେ ଉଠି ସଳଖ ଠିଆ ହେଉଅଛୁ।
Iwo amagonjetsedwa ndi kugwa, koma ife timadzuka ndi kuyima chilili.
9 ହେ ସଦାପ୍ରଭୋ, ପରିତ୍ରାଣ କର; ଆମ୍ଭେମାନେ ଡାକିବା ବେଳେ ରାଜା ଆମ୍ଭମାନଙ୍କୁ ଉତ୍ତର ଦେଉନ୍ତୁ।
Inu Yehova, pulumutsani mfumu! Tiyankheni pamene tikuyitanani!