< ଗୀତସଂହିତା 20 >

1 ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। ସଦାପ୍ରଭୁ ସଙ୍କଟ ଦିନରେ ତୁମ୍ଭକୁ ଉତ୍ତର ଦେଉନ୍ତୁ; ଯାକୁବର ପରମେଶ୍ୱରଙ୍କ ନାମ ତୁମ୍ଭକୁ ରକ୍ଷା ସ୍ଥାପନ କରନ୍ତୁ;
Načelniku godbe, psalm Davidov. Usliši te naj Gospod ob času stiske; na višavo naj te postavi ime Boga Jakobovega.
2 ସେ ପବିତ୍ର ସ୍ଥାନରୁ ତୁମ୍ଭର ସାହାଯ୍ୟ ପଠାଉନ୍ତୁ, ସିୟୋନଠାରୁ ତୁମ୍ଭକୁ ବଳବାନ କରନ୍ତୁ;
Pošlje naj ti pomoč iz svetišča, in sè Sijona naj te podpira.
3 ତୁମ୍ଭର ନୈବେଦ୍ୟସବୁ ସ୍ମରଣ କରନ୍ତୁ, ପୁଣି, ତୁମ୍ଭର ହୋମବଳି ଗ୍ରହଣ କରନ୍ତୁ; (ସେଲା)
Dúha naj vse dari tvoje, in upepeli naj žgalno daritev tvojo.
4 ତୁମ୍ଭର ମନୋବାଞ୍ଛା ପୂର୍ଣ୍ଣ କରନ୍ତୁ ଓ ତୁମ୍ଭର ଯୋଜନାସବୁ ସଫଳ କରନ୍ତୁ।
Dá ti naj po srci tvojem, in izpolni naj vsak sklep tvoj.
5 ଆମ୍ଭେମାନେ ତୁମ୍ଭ ପରିତ୍ରାଣରେ ଜୟଧ୍ୱନି କରିବୁ ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନାମରେ ଆମ୍ଭେମାନେ ଧ୍ୱଜା ସ୍ଥାପନ କରିବୁ; ସଦାପ୍ରଭୁ ତୁମ୍ଭର ସବୁ ନିବେଦନ ସିଦ୍ଧ କରନ୍ତୁ।
Prepevajmo o blaginji tvoji; in v imenu Boga našega nosimo zastave; izpolni naj Gospod vse prošnje tvoje.
6 ଏବେ ମୁଁ ଜାଣୁଅଛି ଯେ, ସଦାପ୍ରଭୁ ଆପଣା ଅଭିଷିକ୍ତଙ୍କୁ ଉଦ୍ଧାର କରନ୍ତି, ସେ ଆପଣା ଡାହାଣ ହସ୍ତର ତ୍ରାଣ ଶକ୍ତିରେ ନିଜ ପବିତ୍ର ସ୍ୱର୍ଗରୁ ତାହାକୁ ଉତ୍ତର ଦେବେ।
Zdaj spoznavam, da Gospod brani maziljenca svojega, usliši ga z nebes svetosti svoje; po največji kreposti, blaginji desnice svoje.
7 କେହି କେହି ରଥରେ ଓ କେହି କେହି ଅଶ୍ୱରେ ନିର୍ଭର କରନ୍ତି; ମାତ୍ର ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଶକ୍ତିରେ ନିର୍ଭର କରୁ।
Ti vóz, in oni kónj, mi pa se spominjamo imena Gospoda, Boga našega.
8 ସେମାନେ ନତ ହୋଇ ପତିତ ହୋଇଅଛନ୍ତି; ମାତ୍ର ଆମ୍ଭେମାନେ ଉଠି ସଳଖ ଠିଆ ହେଉଅଛୁ।
Oni se pripogibajo in padajo; mi pa vstajamo in stojimo.
9 ହେ ସଦାପ୍ରଭୋ, ପରିତ୍ରାଣ କର; ଆମ୍ଭେମାନେ ଡାକିବା ବେଳେ ରାଜା ଆମ୍ଭମାନଙ୍କୁ ଉତ୍ତର ଦେଉନ୍ତୁ।
Gospod, reši! kralj sam naj usliši nas ob času, ko ga bodemo klicali.

< ଗୀତସଂହିତା 20 >