< ଗୀତସଂହିତା 21 >

1 ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। ହେ ସଦାପ୍ରଭୋ, ରାଜା ତୁମ୍ଭ ବଳରେ ଆନନ୍ଦ କରିବେ ଓ ତୁମ୍ଭ ପରିତ୍ରାଣରେ ସେ କେଡ଼େ ମହାନନ୍ଦ କରିବେ!
εἰς τὸ τέλος ψαλμὸς τῷ Δαυιδ κύριε ἐν τῇ δυνάμει σου εὐφρανθήσεται ὁ βασιλεὺς καὶ ἐπὶ τῷ σωτηρίῳ σου ἀγαλλιάσεται σφόδρα
2 ତୁମ୍ଭେ ତାଙ୍କୁ ତାଙ୍କ ମନର ବାଞ୍ଛା ପ୍ରଦାନ କରିଅଛ, ଓ ତାଙ୍କ ମୁଖର ନିବେଦନ ଅସ୍ୱୀକାର କରି ନାହଁ। (ସେଲା)
τὴν ἐπιθυμίαν τῆς ψυχῆς αὐτοῦ ἔδωκας αὐτῷ καὶ τὴν θέλησιν τῶν χειλέων αὐτοῦ οὐκ ἐστέρησας αὐτόν διάψαλμα
3 କାରଣ ତୁମ୍ଭେ ନାନା ମଙ୍ଗଳ ଆଶୀର୍ବାଦ ଘେନି ତାଙ୍କର ସମ୍ମୁଖବର୍ତ୍ତୀ ହେଉଅଛ; ତୁମ୍ଭେ ତାଙ୍କ ମସ୍ତକରେ ଶୁଦ୍ଧ ସୁବର୍ଣ୍ଣ ମୁକୁଟ ଦେଉଅଛ।
ὅτι προέφθασας αὐτὸν ἐν εὐλογίαις χρηστότητος ἔθηκας ἐπὶ τὴν κεφαλὴν αὐτοῦ στέφανον ἐκ λίθου τιμίου
4 ସେ ତୁମ୍ଭ ନିକଟରେ ଜୀବନ ପ୍ରାର୍ଥନା କଲେ, ତୁମ୍ଭେ ତାହା ତାଙ୍କୁ ଦେଲ; ଆହୁରି, ଅନନ୍ତକାଳସ୍ଥାୟୀ ଦୀର୍ଘାୟୁ ଦାନ କଲ।
ζωὴν ᾐτήσατό σε καὶ ἔδωκας αὐτῷ μακρότητα ἡμερῶν εἰς αἰῶνα αἰῶνος
5 ତୁମ୍ଭ କୃତ ପରିତ୍ରାଣରେ ତାଙ୍କର ମହାଗୌରବ ହୋଇଅଛି; ତୁମ୍ଭେ ତାଙ୍କ ଉପରେ ସମ୍ଭ୍ରମ ଓ ପ୍ରତାପ ଅର୍ପଣ କରୁଅଛ;
μεγάλη ἡ δόξα αὐτοῦ ἐν τῷ σωτηρίῳ σου δόξαν καὶ μεγαλοπρέπειαν ἐπιθήσεις ἐπ’ αὐτόν
6 କାରଣ ତୁମ୍ଭେ ତାଙ୍କୁ ସଦାକାଳ ଆଶୀର୍ବାଦଯୁକ୍ତ କରୁଅଛ; ତୁମ୍ଭେ ଆପଣା ଶ୍ରୀଛାମୁର ଆନନ୍ଦରେ ତାଙ୍କୁ ଉଲ୍ଲସିତ କରୁଅଛ।
ὅτι δώσεις αὐτῷ εὐλογίαν εἰς αἰῶνα αἰῶνος εὐφρανεῖς αὐτὸν ἐν χαρᾷ μετὰ τοῦ προσώπου σου
7 କାରଣ ରାଜା ସଦାପ୍ରଭୁଙ୍କଠାରେ ନିର୍ଭର କରନ୍ତି, ପୁଣି, ସର୍ବୋପରିସ୍ଥଙ୍କ ସ୍ନେହପୂର୍ଣ୍ଣ କରୁଣା ହେତୁରୁ ସେ ବିଚଳିତ ନୋହିବେ।
ὅτι ὁ βασιλεὺς ἐλπίζει ἐπὶ κύριον καὶ ἐν τῷ ἐλέει τοῦ ὑψίστου οὐ μὴ σαλευθῇ
8 ତୁମ୍ଭ ହସ୍ତ ତୁମ୍ଭ ଶତ୍ରୁ ସମସ୍ତଙ୍କୁ ଧରିବ; ତୁମ୍ଭର ଦକ୍ଷିଣ ହସ୍ତ ତୁମ୍ଭର ଘୃଣାକାରୀମାନଙ୍କୁ ଧରିବ।
εὑρεθείη ἡ χείρ σου πᾶσιν τοῖς ἐχθροῖς σου ἡ δεξιά σου εὕροι πάντας τοὺς μισοῦντάς σε
9 ତୁମ୍ଭେ ଆପଣା କ୍ରୋଧ ସମୟରେ ସେମାନଙ୍କୁ ପ୍ରଜ୍ୱଳିତ ଭାଟି ତୁଲ୍ୟ କରିବ। ସଦାପ୍ରଭୁ ଆପଣା କୋପରେ ସେମାନଙ୍କୁ ଗ୍ରାସ କରିବେ, ପୁଣି, ଅଗ୍ନି ସେମାନଙ୍କୁ ଭକ୍ଷଣ କରିବ।
θήσεις αὐτοὺς ὡς κλίβανον πυρὸς εἰς καιρὸν τοῦ προσώπου σου κύριος ἐν ὀργῇ αὐτοῦ συνταράξει αὐτούς καὶ καταφάγεται αὐτοὺς πῦρ
10 ତୁମ୍ଭେ ପୃଥିବୀରୁ ସେମାନଙ୍କର ଫଳ ଓ ଲୋକମାନଙ୍କ ମଧ୍ୟରୁ ସେମାନଙ୍କର ବଂଶ ଲୋପ କରିବ।
τὸν καρπὸν αὐτῶν ἀπὸ γῆς ἀπολεῖς καὶ τὸ σπέρμα αὐτῶν ἀπὸ υἱῶν ἀνθρώπων
11 କାରଣ ସେମାନେ ତୁମ୍ଭ ବିରୁଦ୍ଧରେ ଅନିଷ୍ଟ ଚିନ୍ତା କଲେ; ସେମାନେ ଏକ କୌଶଳ କଳ୍ପନା କଲେ, ତାହା ସେମାନେ ସିଦ୍ଧ କରିପାରନ୍ତି ନାହିଁ।
ὅτι ἔκλιναν εἰς σὲ κακά διελογίσαντο βουλήν ἣν οὐ μὴ δύνωνται στῆσαι
12 ତୁମ୍ଭେ ସେମାନଙ୍କର ପୃଷ୍ଠ ଫେରାଇବ, ତୁମ୍ଭେ ସେମାନଙ୍କ ମୁଖ ବିରୁଦ୍ଧରେ ଆପଣା ଧନୁର୍ଗୁଣ ସଜ୍ଜିତ କରିବ।
ὅτι θήσεις αὐτοὺς νῶτον ἐν τοῖς περιλοίποις σου ἑτοιμάσεις τὸ πρόσωπον αὐτῶν
13 ହେ ସଦାପ୍ରଭୋ, ନିଜ ବଳରେ ଉନ୍ନତ ହୁଅ; ତହିଁରେ ଆମ୍ଭେମାନେ ତୁମ୍ଭ ପରାକ୍ରମର ଗାନ ଓ ପ୍ରଶଂସା କରିବା।
ὑψώθητι κύριε ἐν τῇ δυνάμει σου ᾄσομεν καὶ ψαλοῦμεν τὰς δυναστείας σου

< ଗୀତସଂହିତା 21 >