< ଗୀତସଂହିତା 22 >

1 ପ୍ରଧାନ ବାଦ୍ୟକର ନିମନ୍ତେ ଆୟେଲତ୍‍-ହସଶହର (ଅଋଣର ମୃଗୀ) ସ୍ୱରରେ ଦାଉଦଙ୍କର ଗୀତ। ହେ ମୋହର ପରମେଶ୍ୱର, ହେ ମୋହର ପରମେଶ୍ୱର, ତୁମ୍ଭେ କାହିଁକି ମୋତେ ପରିତ୍ୟାଗ କରିଅଛ? ମୋତେ ସାହାଯ୍ୟ କରିବାରୁ ଓ ମୋʼ ଆର୍ତ୍ତନାଦର ଉକ୍ତିରୁ ତୁମ୍ଭେ କାହିଁକି ଏତେ ଦୂରରେ ରହୁଅଛ?
למנצח על אילת השחר מזמור לדוד אלי אלי למה עזבתני רחוק מישועתי דברי שאגתי׃
2 ହେ ମୋହର ପରମେଶ୍ୱର, ମୁଁ ଦିନ ବେଳେ ଡାକେ, ମାତ୍ର ତୁମ୍ଭେ ଉତ୍ତର ଦେଉ ନାହଁ, ଆଉ ରାତ୍ରିକାଳରେ ଡାକେ, ପୁଣି, ନୀରବ ନ ରହେ।
אלהי אקרא יומם ולא תענה ולילה ולא דומיה לי׃
3 ତଥାପି ହେ ଇସ୍ରାଏଲର ପ୍ରଶଂସା-ନିବାସୀନ୍‍, ତୁମ୍ଭେ ପବିତ୍ର ଅଟ।
ואתה קדוש יושב תהלות ישראל׃
4 ଆମ୍ଭମାନଙ୍କ ପୂର୍ବପୁରୁଷଗଣ ତୁମ୍ଭଠାରେ ବିଶ୍ୱାସ କଲେ; ସେମାନେ ବିଶ୍ୱାସ କଲେ, ଆଉ ତୁମ୍ଭେ ସେମାନଙ୍କୁ ଉଦ୍ଧାର କଲ।
בך בטחו אבתינו בטחו ותפלטמו׃
5 ସେମାନେ ତୁମ୍ଭ ନିକଟରେ କ୍ରନ୍ଦନ କଲେ ଓ ଉଦ୍ଧାର ପାଇଲେ; ସେମାନେ ତୁମ୍ଭଠାରେ ବିଶ୍ୱାସ କଲେ, ଆଉ ଲଜ୍ଜିତ ନୋହିଲେ।
אליך זעקו ונמלטו בך בטחו ולא בושו׃
6 ମାତ୍ର ମୁଁ କୀଟ, ମନୁଷ୍ୟ ନୁହେଁ; ମନୁଷ୍ୟମାନଙ୍କର ନିନ୍ଦାପାତ୍ର ଓ ଲୋକମାନଙ୍କର ଅବଜ୍ଞାତ।
ואנכי תולעת ולא איש חרפת אדם ובזוי עם׃
7 ମୋତେ ଦେଖିବା ଲୋକ ସମସ୍ତେ ମୋତେ ପରିହାସ କରନ୍ତି; ସେମାନେ ଓଷ୍ଠ ଲମ୍ବାଇ, ମସ୍ତକ ହଲାଇ କହନ୍ତି,
כל ראי ילעגו לי יפטירו בשפה יניעו ראש׃
8 “ସଦାପ୍ରଭୁଙ୍କଠାରେ ସେ ଆପଣାକୁ ସମର୍ପଣ କଲା; ସେ ତାହାକୁ ଉଦ୍ଧାର କରନ୍ତୁ; ସେ ତାହାଠାରେ ସନ୍ତୁଷ୍ଟ, ତେଣୁ ସେ ତାହାକୁ ଉଦ୍ଧାର କରନ୍ତୁ।”
גל אל יהוה יפלטהו יצילהו כי חפץ בו׃
9 ମାତ୍ର ତୁମ୍ଭେ ହିଁ ମୋତେ ଗର୍ଭରୁ ବାହାର କରି ଆଣିଅଛ; ମୁଁ ଆପଣା ମାତୃ-କୋଳରେ ଥିବା ସମୟରେ ତୁମ୍ଭେ ମୋହର ବିଶ୍ୱାସ ଜନ୍ମାଇଅଛ।
כי אתה גחי מבטן מבטיחי על שדי אמי׃
10 ଗର୍ଭରୁ ମୁଁ ତୁମ୍ଭଠାରେ ସମର୍ପିତ ହୋଇଥିଲି; ମୋହର ମାତାର ଉଦରରୁ ତୁମ୍ଭେ ମୋହର ପରମେଶ୍ୱର ଅଟ।
עליך השלכתי מרחם מבטן אמי אלי אתה׃
11 ମୋʼ ଠାରୁ ଦୂରବର୍ତ୍ତୀ ହୁଅ ନାହିଁ; କାରଣ ସଙ୍କଟ ସନ୍ନିକଟ; ସାହାଯ୍ୟକାରୀ କେହି ନାହିଁ।
אל תרחק ממני כי צרה קרובה כי אין עוזר׃
12 ଅନେକ ବୃଷ ମୋତେ ବେଷ୍ଟନ କରିଅଛନ୍ତି; ବାଶନ ଦେଶର ବଳବାନ ବୃଷଗଣ ମୋତେ ଘେରିଅଛନ୍ତି।
סבבוני פרים רבים אבירי בשן כתרוני׃
13 ସେମାନେ ଗ୍ରାସ କରିବାକୁ ଇଚ୍ଛା ଓ ଗର୍ଜ୍ଜନକାରୀ ସିଂହ ତୁଲ୍ୟ ମୋʼ ପ୍ରତି ମୁଖ ମେଲାଇ ଅଛନ୍ତି।
פצו עלי פיהם אריה טרף ושאג׃
14 ମୁଁ ଜଳ ପରି ଢଳା ହେଉଅଛି ଓ ମୋହର ସବୁ ଅସ୍ଥି ସନ୍ଧିରୁ ଖସି ପଡ଼ୁଅଛି। ମୋହର ହୃଦୟ ମହମ ପରି ହୋଇଅଛି; ତାହା ମୋʼ ଅନ୍ତ୍ର ମଧ୍ୟରେ ତରଳି ଯାଏ।
כמים נשפכתי והתפרדו כל עצמותי היה לבי כדונג נמס בתוך מעי׃
15 ମୋହର ବଳ ଖପରା ପରି ଶୁଷ୍କ ହୋଇଅଛି; ଆଉ, ମୋହର ଜିହ୍ୱା ତାଳୁରେ ଲାଗି ଯାଉଅଛି; ପୁଣି, ତୁମ୍ଭେ ମୋହର ମୃତ୍ୟୁର ଧୂଳି କି ଆଣିଅଛ।
יבש כחרש כחי ולשוני מדבק מלקוחי ולעפר מות תשפתני׃
16 କାରଣ କୁକ୍କୁରମାନେ ମୋତେ ବେଷ୍ଟନ କରିଅଛନ୍ତି; ଦୁରାଚାରୀମାନଙ୍କ ମଣ୍ଡଳୀ ମୋତେ ବେଢ଼ିଅଛନ୍ତି; ସେମାନେ ମୋହର ହସ୍ତ ପାଦ ବିଦ୍ଧ କରିଅଛନ୍ତି।
כי סבבוני כלבים עדת מרעים הקיפוני כארי ידי ורגלי׃
17 ମୁଁ ଆପଣା ଅସ୍ଥିସବୁ ଗଣିପାରେ; ସେମାନେ ମୋତେ ଅନାଇ ଚାହିଁ ରହିଥାʼନ୍ତି।
אספר כל עצמותי המה יביטו יראו בי׃
18 ସେମାନେ ଆପଣାମାନଙ୍କ ମଧ୍ୟରେ ମୋହର ବସ୍ତ୍ର ବିଭାଗ କରନ୍ତି ଓ ସେମାନେ ମୋʼ ଉତ୍ତରୀୟ ବସ୍ତ୍ର ପାଇଁ ଗୁଲିବାଣ୍ଟ କରନ୍ତି।
יחלקו בגדי להם ועל לבושי יפילו גורל׃
19 ମାତ୍ର ହେ ସଦାପ୍ରଭୋ, ତୁମ୍ଭେ ମୋʼ ଠାରୁ ଦୂରବର୍ତ୍ତୀ ହୁଅ ନାହିଁ; ହେ ମୋହର ଆଶ୍ରୟ, ତୁମ୍ଭେ ମୋର ସାହାଯ୍ୟ ପାଇଁ ସତ୍ୱର ହୁଅ।
ואתה יהוה אל תרחק אילותי לעזרתי חושה׃
20 ଖଡ୍ଗରୁ ମୋʼ ପ୍ରାଣକୁ ଓ କୁକ୍କୁରର ବଳରୁ ମୋହର ଏକମାତ୍ର ଆତ୍ମାକୁ ଉଦ୍ଧାର କର।
הצילה מחרב נפשי מיד כלב יחידתי׃
21 ସିଂହର ମୁଖରୁ ମୋତେ ନିସ୍ତାର କର; ହଁ, ଅରଣା ଷଣ୍ଢର ଶୃଙ୍ଗରୁ ରକ୍ଷା କରି ତୁମ୍ଭେ ମୋତେ ଉତ୍ତର ଦେଇଅଛ।
הושיעני מפי אריה ומקרני רמים עניתני׃
22 ମୁଁ ଆପଣା ଭ୍ରାତୃଗଣ ନିକଟରେ ତୁମ୍ଭ ନାମ ପ୍ରଚାର କରିବି; ସମାଜ ମଧ୍ୟରେ ମୁଁ ତୁମ୍ଭର ପ୍ରଶଂସା କରିବି।
אספרה שמך לאחי בתוך קהל אהללך׃
23 ହେ ସଦାପ୍ରଭୁଙ୍କର ଭୟକାରୀଗଣ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର; ହେ ଯାକୁବର ବଂଶ, ତୁମ୍ଭେ ସମସ୍ତେ ତାହାଙ୍କର ସମାଦର କର; ହେ ଇସ୍ରାଏଲର ବଂଶ, ତୁମ୍ଭେ ସମସ୍ତେ ତାହାଙ୍କ ନିକଟରେ ଭୀତ ହୁଅ।
יראי יהוה הללוהו כל זרע יעקב כבדוהו וגורו ממנו כל זרע ישראל׃
24 କାରଣ ସେ ଦୁଃଖୀର ଦୁଃଖ ତୁଚ୍ଛ କି ଘୃଣା କରି ନାହାନ୍ତି। କିଅବା ସେ ତାହାଠାରୁ ଆପଣା ମୁଖ ଲୁଚାଇ ନାହାନ୍ତି; ମାତ୍ର ସେ ତାହାଙ୍କୁ ଡାକନ୍ତେ, ସେ ଶୁଣିଲେ।
כי לא בזה ולא שקץ ענות עני ולא הסתיר פניו ממנו ובשועו אליו שמע׃
25 ମହାସମାଜ ମଧ୍ୟରେ ତୁମ୍ଭେ ହିଁ ମୋହର ପ୍ରଶଂସାଭୂମି; ମୁଁ ତାହାଙ୍କ ଭୟକାରୀମାନଙ୍କ ସାକ୍ଷାତରେ ଆପଣା ମାନତସବୁ ପୂର୍ଣ୍ଣ କରିବି।
מאתך תהלתי בקהל רב נדרי אשלם נגד יראיו׃
26 ନମ୍ର ଲୋକମାନେ ଭୋଜନ କରି ପରିତୃପ୍ତ ହେବେ; ସଦାପ୍ରଭୁଙ୍କ ଅନ୍ୱେଷଣକାରୀଗଣ ତାହାଙ୍କୁ ପ୍ରଶଂସା କରିବେ; ତୁମ୍ଭମାନଙ୍କ ଅନ୍ତଃକରଣ ନିତ୍ୟଜୀବୀ ହେଉ।
יאכלו ענוים וישבעו יהללו יהוה דרשיו יחי לבבכם לעד׃
27 ପୃଥିବୀର ପ୍ରାନ୍ତସ୍ଥିତ ସମସ୍ତେ ସଦାପ୍ରଭୁଙ୍କୁ ସ୍ମରଣ କରି ତାହାଙ୍କ ପ୍ରତି ଫେରିବେ; ଆଉ, ଅନ୍ୟ ଦେଶୀୟ ଗୋଷ୍ଠୀସକଳ ତୁମ୍ଭ ସମ୍ମୁଖରେ ପ୍ରଣାମ କରିବେ।
יזכרו וישבו אל יהוה כל אפסי ארץ וישתחוו לפניך כל משפחות גוים׃
28 କାରଣ ରାଜ୍ୟ ସଦାପ୍ରଭୁଙ୍କର ଅଟେ; ପୁଣି, ସେ ଗୋଷ୍ଠୀୟମାନଙ୍କର ଶାସନକର୍ତ୍ତା ଅଟନ୍ତି।
כי ליהוה המלוכה ומשל בגוים׃
29 ପୃଥିବୀସ୍ଥ ହୃଷ୍ଟପୁଷ୍ଟ ଲୋକ ସମସ୍ତେ ଭୋଜନ କରି ପ୍ରଣାମ କରିବେ; ଧୂଳିରେ ଲୀନ ହେବାକୁ ଉଦ୍ୟତ ସମସ୍ତେ, ଅର୍ଥାତ୍‍, ଆପଣା ପ୍ରାଣ ବଞ୍ଚାଇବାକୁ ଅସମର୍ଥ ଲୋକ ତାହାଙ୍କ ଛାମୁରେ ମୁହଁ ମାଡ଼ି ପଡ଼ିବେ।
אכלו וישתחוו כל דשני ארץ לפניו יכרעו כל יורדי עפר ונפשו לא חיה׃
30 ଏକ ବଂଶ ତାହାଙ୍କର ସେବା କରିବେ; ଭବିଷ୍ୟତ ବଂଶକୁ ପ୍ରଭୁଙ୍କ ବିଷୟ କୁହାଯିବ।
זרע יעבדנו יספר לאדני לדור׃
31 ସେମାନେ ଆସି ଭବିଷ୍ୟତରେ ଜାତ ହେବା ଲୋକଙ୍କ ନିକଟରେ ତାହାଙ୍କ ଧାର୍ମିକତା ପ୍ରଚାର କରି କହିବେ, ସେ ଏହା ସାଧନ କରିଅଛନ୍ତି।
יבאו ויגידו צדקתו לעם נולד כי עשה׃

< ଗୀତସଂହିତା 22 >