< ଗୀତସଂହିତା 23 >

1 ଦାଉଦଙ୍କର ଗୀତ। ସଦାପ୍ରଭୁ ମୋହର ପ୍ରତିପାଳକ; ମୋହର ଅଭାବ ହେବ ନାହିଁ।
psalmus David Dominus reget me et nihil mihi deerit
2 ସେ କୋମଳ ତୃଣମୟ ସ୍ଥାନରେ ମୋତେ ଶୟନ କରାନ୍ତି; ସେ ସ୍ଥିର ଜଳ ପାଖେ ପାଖେ ମୋତେ କଢ଼ାଇ ନିଅନ୍ତି।
in loco pascuae ibi me conlocavit super aquam refectionis educavit me
3 ସେ ମୋʼ ପ୍ରାଣକୁ ସୁସ୍ଥ କରନ୍ତି, ସେ ଆପଣା ନାମ ସକାଶୁ ଧର୍ମ ପଥରେ ମୋତେ କଢ଼ାଇ ନିଅନ୍ତି।
animam meam convertit deduxit me super semitas iustitiae propter nomen suum
4 ଏଣୁ ମୁଁ ମୃତ୍ୟୁୁଚ୍ଛାୟାରୂପ ଉପତ୍ୟକା ଦେଇ ଗମନ କଲେ ହେଁ କୌଣସି ଆପଦକୁ ଭୟ କରିବି ନାହିଁ; କାରଣ ତୁମ୍ଭେ ମୋହର ସହବର୍ତ୍ତୀ, ତୁମ୍ଭର ପାଞ୍ଚଣ ଓ ତୁମ୍ଭର ବାଡ଼ି ମୋତେ ସାନ୍ତ୍ୱନା ଦିଅନ୍ତି।
nam et si ambulavero in medio umbrae mortis non timebo mala quoniam tu mecum es virga tua et baculus tuus ipsa me consolata sunt
5 ତୁମ୍ଭେ ମୋʼ ଶତ୍ରୁଗଣଙ୍କ ସାକ୍ଷାତରେ ମୋʼ ସମ୍ମୁଖରେ ମେଜ ସଜାଉଅଛ; ତୁମ୍ଭେ ତୈଳରେ ମୋʼ ମସ୍ତକ ସିକ୍ତ କରିଅଛ; ମୋʼ ପାନପାତ୍ର ଉଚ୍ଛୁଳି ପଡ଼ୁଅଛି।
parasti in conspectu meo mensam adversus eos qui tribulant me inpinguasti in oleo caput meum et calix meus inebrians quam praeclarus est
6 ନିଶ୍ଚୟ ମଙ୍ଗଳ ଓ ଦୟା ମୋହର ଜୀବନଯାଏ ମୋହର ପଶ୍ଚାଦ୍‍ଗାମୀ ହେବ; ପୁଣି, ମୁଁ ସର୍ବଦା ସଦାପ୍ରଭୁଙ୍କ ଗୃହରେ ବାସ କରିବି।
et misericordia tua subsequitur me omnibus diebus vitae meae et ut inhabitem in domo Domini in longitudinem dierum

< ଗୀତସଂହିତା 23 >