< ଗୀତସଂହିତା 24 >

1 ଦାଉଦଙ୍କର ଗୀତ। ପୃଥିବୀ ଓ ତହିଁର ପୂର୍ଣ୍ଣତା, ଜଗତ ଓ ତନ୍ନିବାସୀ ସମସ୍ତେ ସଦାପ୍ରଭୁଙ୍କର।
Salimo la Davide. Dziko lapansi ndi la Yehova ndi zonse zimene zili mʼmenemo, dziko ndi onse amene amakhala mʼmenemo;
2 କାରଣ ସେ ସମୁଦ୍ର ଉପରେ ତାହା ସ୍ଥାପନ କରିଅଛନ୍ତି ଓ ନଦୀ ଉପରେ ତାହା ଦୃଢ଼ କରିଅଛନ୍ତି।
pakuti Iye ndiye anayika maziko ake pa nyanja ndi kulikhazika pamwamba pa madzi.
3 କିଏ ସଦାପ୍ରଭୁଙ୍କ ପର୍ବତରେ ଆରୋହଣ କରିବ? ଓ କିଏ ତାହାଙ୍କ ପବିତ୍ର ସ୍ଥାନରେ ଠିଆ ହେବ?
Ndani angakwere phiri la Yehova? Ndani angathe kuyima pa malo ake opatulika?
4 ଯାହାର ହସ୍ତ ଶୁଚି ଓ ଅନ୍ତଃକରଣ ନିର୍ମଳ; ଯାହାର ମନ ଅସାରତା ପ୍ରତି ଉଠି ନାହିଁ, ପୁଣି, ଯେ ଛଳ ଭାବରେ ଶପଥ କରି ନାହିଁ, ସେ।
Iye amene ali ndi mʼmanja moyera ndi mtima woyera, amene sapereka moyo wake kwa fano kapena kulumbira mwachinyengo.
5 ସେ ସଦାପ୍ରଭୁଙ୍କଠାରୁ ଆଶୀର୍ବାଦ ଓ ଆପଣାର ପରିତ୍ରାଣ ସ୍ୱରୂପ ପରମେଶ୍ୱରଙ୍କଠାରୁ ଧାର୍ମିକତା ପ୍ରାପ୍ତ ହେବ।
Iyeyo adzalandira madalitso kwa Yehova ndipo Mulungu mpulumutsi wake adzagamula kuti alibe mlandu.
6 ଯେଉଁମାନେ ପରମେଶ୍ୱରଙ୍କୁ ଅନ୍ୱେଷଣ କରନ୍ତି, ସେମାନଙ୍କର ବଂଶ ଏହି, ହେ ଯାକୁବର ପରମେଶ୍ୱର, ଏମାନେ ତୁମ୍ଭର ମୁଖ ଅନ୍ୱେଷଣ କରନ୍ତି। (ସେଲା)
Umenewo ndiwo mʼbado wa amene amafunafuna Yehova; amene amafunafuna nkhope yanu, Inu Mulungu wa Yakobo. (Sela)
7 ହେ ନଗରଦ୍ୱାରସକଳ, ମସ୍ତକ ଟେକ; ହେ ଚିରସ୍ଥାୟୀ କବାଟସବୁ, ଟେକି ହୁଅ; ତହିଁରେ ଗୌରବମୟ ରାଜା ପ୍ରବେଶ କରିବେ।
Tukulani mitu yanu inu zipata; tsekukani, inu zitseko zakalekalenu, kuti Mfumu yaulemerero ilowe.
8 ଗୌରବମୟ ରାଜା କିଏ? ବଳବାନ ଓ ବୀର ସଦାପ୍ରଭୁ, ସଂଗ୍ରାମରେ ବୀର ସଦାପ୍ରଭୁ।
Kodi Mfumu yaulemereroyo ndani? Yehova Wamphamvuzonse, Yehova ndiye wamphamvu pa nkhondo.
9 ହେ ନଗରଦ୍ୱାରସକଳ, ମସ୍ତକ ଟେକ; ହେ ଚିରସ୍ଥାୟୀ କବାଟସବୁ, ମସ୍ତକ ଟେକ; ତହିଁରେ ଗୌରବମୟ ରାଜା ପ୍ରବେଶ କରିବେ।
Tukulani mitu yanu, inu zipata; tsekukani, inu zitseko zakalekalenu, kuti Mfumu yaulemerero ilowe.
10 ଏହି ଗୌରବମୟ ରାଜା କିଏ? ବାହିନୀଗଣର ସଦାପ୍ରଭୁ, ସେ ଗୌରବମୟ ରାଜା ଅଟନ୍ତି। (ସେଲା)
Kodi Mfumu yaulemereroyo ndani? Yehova Wamphamvuzonse, Iye ndiye Mfumu yaulemerero. (Sela)

< ଗୀତସଂହିତା 24 >