< ଗୀତସଂହିତା 25 >

1 ଦାଉଦଙ୍କର ଗୀତ। ହେ ସଦାପ୍ରଭୋ, ମୁଁ ତୁମ୍ଭ ପ୍ରତି ଆପଣା ମନ ଉଠାଏ।
לדוד אליך יהוה נפשי אשא
2 ହେ ମୋହର ପରମେଶ୍ୱର, ମୁଁ ତୁମ୍ଭଠାରେ ଶରଣ ନିଏ, ମୋତେ ଲଜ୍ଜିତ ହେବାକୁ ଦିଅ ନାହିଁ; ମୋହର ଶତ୍ରୁମାନେ ମୋʼ ଉପରେ ଉଲ୍ଲାସ ନ କରନ୍ତୁ।
אלהי--בך בטחתי אל-אבושה אל-יעלצו אויבי לי
3 ହଁ, ଯେଉଁମାନେ ତୁମ୍ଭର ଅନୁସରଣ କରନ୍ତି, ସେମାନଙ୍କର କେହି ଲଜ୍ଜିତ ହେବେ ନାହିଁ; ଯେଉଁମାନେ ଅକାରଣରେ ବିଶ୍ୱାସଘାତକତା କରନ୍ତି, ସେମାନେ ଲଜ୍ଜିତ ହେବେ।
גם כל-קויך לא יבשו יבשו הבוגדים ריקם
4 ହେ ସଦାପ୍ରଭୋ, ତୁମ୍ଭର ପଥସବୁ ମୋତେ ଦେଖାଅ; ତୁମ୍ଭର ମାର୍ଗସବୁ ମୋତେ ଶିଖାଅ।
דרכיך יהוה הודיעני ארחותיך למדני
5 ତୁମ୍ଭ ସତ୍ୟତାରେ ମୋତେ କଢ଼ାଇ ନିଅ ଓ ମୋତେ ଶିକ୍ଷା ଦିଅ; କାରଣ ତୁମ୍ଭେ ମୋʼ ପରିତ୍ରାଣର ପରମେଶ୍ୱର ଅଟ; ମୁଁ ସାରାଦିନ ତୁମ୍ଭର ଅନୁସରଣ କରେ।
הדריכני באמתך ולמדני-- כי-אתה אלהי ישעי אותך קויתי כל-היום
6 ହେ ସଦାପ୍ରଭୋ, ତୁମ୍ଭର ଦୟା ଓ ସ୍ନେହପୂର୍ଣ୍ଣ କରୁଣା ସ୍ମରଣ କର। କାରଣ ତାହା ଅନାଦିକାଳୀନ।
זכר-רחמיך יהוה וחסדיך כי מעולם המה
7 ମୋʼ ଯୌବନ କାଳର ପାପ ଓ ଅଧର୍ମସବୁ ସ୍ମରଣ କର ନାହିଁ; ହେ ସଦାପ୍ରଭୋ, ତୁମ୍ଭେ ଆପଣାର ମଙ୍ଗଳଭାବ ସକାଶୁ ନିଜ ସ୍ନେହପୂର୍ଣ୍ଣ କରୁଣାନୁସାରେ ମୋତେ ସ୍ମରଣ କର।
חטאות נעורי ופשעי-- אל-תזכר כחסדך זכר-לי-אתה-- למען טובך יהוה
8 ସଦାପ୍ରଭୁ ମଙ୍ଗଳମୟ ଓ ସରଳ ଅଟନ୍ତି; ଏହେତୁ ସେ ପାପୀମାନଙ୍କୁ ପଥ ବିଷୟରେ ଶିକ୍ଷା ଦେବେ।
טוב-וישר יהוה על-כן יורה חטאים בדרך
9 ସେ ନମ୍ର ଲୋକକୁ ବିଚାର ମାର୍ଗରେ କଢ଼ାଇ ନେବେ ଓ ନମ୍ର ଲୋକକୁ ଆପଣା ପଥ ଶିଖାଇବେ।
ידרך ענוים במשפט וילמד ענוים דרכו
10 ଯେଉଁମାନେ ତାହାଙ୍କ ନିୟମ ଓ ପ୍ରମାଣ-ବାକ୍ୟ ପାଳନ କରନ୍ତି, ସେମାନଙ୍କ ପ୍ରତି ସଦାପ୍ରଭୁଙ୍କର ସମସ୍ତ ପଥ ସ୍ନେହପୂର୍ଣ୍ଣ କରୁଣା ଓ ସତ୍ୟତାବିଶିଷ୍ଟ।
כל-ארחות יהוה חסד ואמת-- לנצרי בריתו ועדתיו
11 ହେ ସଦାପ୍ରଭୋ, ଆପଣା ନାମ ସକାଶୁ ମୋହର ଅପରାଧ କ୍ଷମା କର, କାରଣ ତାହା ବଡ଼।
למען-שמך יהוה וסלחת לעוני כי רב-הוא
12 ସଦାପ୍ରଭୁଙ୍କୁ ଭୟ କରିବା ଲୋକ କିଏ? ସେ ତାହାକୁ ତାହାର ଇଷ୍ଟ ପଥରେ ଶିକ୍ଷା ଦେବେ।
מי-זה האיש ירא יהוה-- יורנו בדרך יבחר
13 ତାହାର ପ୍ରାଣ କୁଶଳରେ ବାସ କରିବ ଓ ତାହାର ବଂଶ ଦେଶ ଅଧିକାର କରିବେ।
נפשו בטוב תלין וזרעו יירש ארץ
14 ସଦାପ୍ରଭୁଙ୍କ ଗୁପ୍ତ ବିଷୟ ତାହାଙ୍କ ଭୟକାରୀମାନଙ୍କଠାରେ ଥାଏ; ଆଉ, ସେ ସେମାନଙ୍କ ପ୍ରତି ଆପଣା ନିୟମ ପ୍ରକାଶ କରିବେ।
סוד יהוה ליראיו ובריתו להודיעם
15 ସଦାବେଳେ ସଦାପ୍ରଭୁଙ୍କ ଆଡ଼େ ମୋହର ଦୃଷ୍ଟି ଥାଏ; କାରଣ ସେ ଜାଲରୁ ମୋହର ଚରଣ ଉଦ୍ଧାର କରିବେ।
עיני תמיד אל-יהוה כי הוא-יוציא מרשת רגלי
16 ମୋʼ ପ୍ରତି ଫେର ଓ ମୋʼ ପ୍ରତି ଦୟା କର; କାରଣ ମୁଁ ଅସହାୟ ଓ ଦୁଃଖଗ୍ରସ୍ତ ଅଟେ।
פנה-אלי וחנני כי-יחיד ועני אני
17 ମୋʼ ଅନ୍ତଃକରଣର ଯନ୍ତ୍ରଣା ବଢ଼ିଅଛି; ତୁମ୍ଭେ ସମସ୍ତ କଷ୍ଟରୁ ମୋତେ ଉଦ୍ଧାର କର।
צרות לבבי הרחיבו ממצוקותי הוציאני
18 ମୋହର କ୍ଳେଶ ଓ ଦୁଃଖ ପ୍ରତି ଦୃଷ୍ଟିପାତ କର; ପୁଣି, ମୋହର ପାପସବୁ କ୍ଷମା କର।
ראה עניי ועמלי ושא לכל-חטאותי
19 ମୋହର ଶତ୍ରୁମାନଙ୍କ ପ୍ରତି ଦୃଷ୍ଟିପାତ କର, କାରଣ ସେମାନେ ଅନେକ; ସେମାନେ ଦାରୁଣ ଘୃଣା ଭାବରେ ମୋତେ ଘୃଣା କରନ୍ତି।
ראה-איבי כי-רבו ושנאת חמס שנאוני
20 ମୋʼ ପ୍ରାଣକୁ ରକ୍ଷା କର ଓ ମୋତେ ଉଦ୍ଧାର କର; ମୋତେ ଲଜ୍ଜିତ ହେବାକୁ ଦିଅ ନାହିଁ, କାରଣ ମୁଁ ତୁମ୍ଭଠାରେ ଶରଣ ନେଇଅଛି।
שמרה נפשי והצילני אל-אבוש כי-חסיתי בך
21 ସିଦ୍ଧତା ଓ ସରଳତା ମୋତେ ରକ୍ଷା କରୁ, କାରଣ ମୁଁ ତୁମ୍ଭର ଅନୁସରଣ କରେ।
תם-וישר יצרוני כי קויתיך
22 ହେ ପରମେଶ୍ୱର, ଇସ୍ରାଏଲକୁ ତାହାର ସମସ୍ତ ତାହାର ସମସ୍ତ ସଙ୍କଟରୁ ମୁକ୍ତ କର।
פדה אלהים את-ישראל-- מכל צרותיו

< ଗୀତସଂହିତା 25 >