< ଗୀତସଂହିତା 26 >
1 ଦାଉଦଙ୍କର ଗୀତ। ହେ ସଦାପ୍ରଭୋ, ମୋହର ବିଚାର କର, କାରଣ ମୁଁ ନିଜ ସିଦ୍ଧତାରେ ଆଚରଣ କରିଅଛି; ମଧ୍ୟ ମୁଁ ଅଟଳ ଭାବରେ ସଦାପ୍ରଭୁଙ୍କର ଶରଣ ନେଇଅଛି।
大衛的詩。 耶和華啊,求你為我伸冤, 因我向來行事純全; 我又倚靠耶和華,並不搖動。
2 ହେ ସଦାପ୍ରଭୋ, ମୋତେ ପରୀକ୍ଷା କରି ପ୍ରମାଣ ନିଅ; ମୋର ମର୍ମ ଓ ଚିତ୍ତ ପରିଷ୍କାର କର।
耶和華啊,求你察看我,試驗我, 熬煉我的肺腑心腸。
3 କାରଣ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ମୋʼ ଦୃଷ୍ଟିଗୋଚରରେ ଅଛି; ମୁଁ ତୁମ୍ଭ ସତ୍ୟତାରେ ଆଚରଣ କରିଅଛି।
因為你的慈愛常在我眼前, 我也按你的真理而行。
4 ମୁଁ ଅସାର ଲୋକଙ୍କ ସଙ୍ଗେ ବସି ନାହିଁ; କିଅବା ମୁଁ କପଟୀମାନଙ୍କ ସଙ୍ଗେ ଗମନ କରିବି ନାହିଁ।
我沒有和虛謊人同坐, 也不與瞞哄人的同群。
5 ମୁଁ ଦୁଷ୍କର୍ମକାରୀମାନଙ୍କ ସମାଜକୁ ଘୃଣା କରେ, ପୁଣି, ଦୁଷ୍ଟମାନଙ୍କ ସଙ୍ଗେ ବସିବି ନାହିଁ।
我恨惡惡人的會, 必不與惡人同坐。
6 ହେ ସଦାପ୍ରଭୋ, ଯେପରି ମୁଁ ଧନ୍ୟବାଦ-ସ୍ୱର ଶୁଣାଇବି ଓ ତୁମ୍ଭର ଆଶ୍ଚର୍ଯ୍ୟ କ୍ରିୟାସକଳ ବର୍ଣ୍ଣନା କରିବି,
耶和華啊,我要洗手表明無辜, 才環繞你的祭壇;
7 ଏଥିପାଇଁ ମୁଁ ନିର୍ଦ୍ଦୋଷତାରେ ଆପଣା ହସ୍ତ ପ୍ରକ୍ଷାଳନ କରି ତୁମ୍ଭର ଯଜ୍ଞବେଦି ପ୍ରଦକ୍ଷିଣ କରିବି।
我好發稱謝的聲音, 也要述說你一切奇妙的作為。
8 ହେ ସଦାପ୍ରଭୋ, ମୁଁ ତୁମ୍ଭର ନିବାସ-ଗୃହକୁ ଓ ତୁମ୍ଭ ଗୌରବର ବାସସ୍ଥାନକୁ ସ୍ନେହ କରେ।
耶和華啊,我喜愛你所住的殿 和你顯榮耀的居所。
9 ପାପୀମାନଙ୍କ ସଙ୍ଗେ ମୋʼ ପ୍ରାଣକୁ କିଅବା ରକ୍ତପାତକାରୀ ମନୁଷ୍ୟମାନଙ୍କ ସଙ୍ଗେ ମୋʼ ଜୀବନକୁ ସଂଗ୍ରହ କର ନାହିଁ।
不要把我的靈魂和罪人一同除掉; 不要把我的性命和流人血的一同除掉。
10 ସେମାନଙ୍କ ହସ୍ତରେ ଅନିଷ୍ଟ ଥାଏ, ପୁଣି, ସେମାନଙ୍କ ଦକ୍ଷିଣ ହସ୍ତ ଲାଞ୍ଚରେ ପରିପୂର୍ଣ୍ଣ।
他們的手中有奸惡, 右手滿有賄賂。
11 ମାତ୍ର ମୁଁ ନିଜ ସିଦ୍ଧତାରେ ଆଚରଣ କରିବି; ମୋତେ ମୁକ୍ତ କର ଓ ମୋʼ ପ୍ରତି ସଦୟ ହୁଅ।
至於我,卻要行事純全; 求你救贖我,憐恤我!
12 ମୋʼ ଚରଣ ସମଭୂମିରେ ଠିଆ ହେଉଅଛି; ମୁଁ ମଣ୍ଡଳୀଗଣ ମଧ୍ୟରେ ସଦାପ୍ରଭୁଙ୍କର ଧନ୍ୟବାଦ କରିବି।
我的腳站在平坦地方; 在眾會中我要稱頌耶和華!