< ଗୀତସଂହିତା 27 >

1 ଦାଉଦଙ୍କର ଗୀତ। ସଦାପ୍ରଭୁ ମୋହର ଦୀପ୍ତି ଓ ମୋହର ପରିତ୍ରାଣ; ମୁଁ କାହାକୁ ଭୟ କରିବି? ସଦାପ୍ରଭୁ ମୋʼ ଜୀବନର ବଳ; ମୁଁ କାହାଠାରୁ ଭୀତ ହେବି?
Davidov. Jahve mi je svjetlost i spasenje: koga da se bojim? Jahve je štit života moga: pred kime da strepim?
2 ଦୁଷ୍କର୍ମକାରୀଗଣ ମୋହର ମାଂସ ଗ୍ରାସ କରିବା ପାଇଁ ମୋତେ ଆକ୍ରମଣ କରିବା ବେଳେ ମୋହର ସେହି ବିପକ୍ଷ ଓ ଶତ୍ରୁମାନେ ଝୁଣ୍ଟି ପତିତ ହେଲେ।
Kad navale na me zlotvori da mi tijelo žderu, protivnici moji i dušmani, oni posrću i padaju.
3 ସୈନ୍ୟଦଳ ମୋʼ ବିରୁଦ୍ଧରେ ଛାଉଣି କଲେ ହେଁ ମୋହର ଅନ୍ତଃକରଣ ଭୟ କରିବ ନାହିଁ; ଯଦି ଯୁଦ୍ଧ ମୋʼ ବିରୁଦ୍ଧରେ ଉଠେ, ତେବେ ମଧ୍ୟ ମୁଁ ସାହସିକ ହେବି।
Nek' se vojska protiv mene utabori, srce se moje ne boji; nek' i rat plane protiv mene, i tada pun sam pouzdanja.
4 ମୁଁ ସଦାପ୍ରଭୁଙ୍କ ସୌନ୍ଦର୍ଯ୍ୟ ଦେଖିବା ପାଇଁ ଓ ତାହାଙ୍କ ମନ୍ଦିରରେ ଅନୁସନ୍ଧାନ କରିବା ପାଇଁ ଯେପରି ଯାବଜ୍ଜୀବନ ସଦାପ୍ରଭୁଙ୍କ ଗୃହରେ ବାସ କରିବି, ଏହି ଏକ ବିଷୟ ମୁଁ ସଦାପ୍ରଭୁଙ୍କ ନିକଟରେ ମାଗିଅଛି, ତାହା ହିଁ ମୁଁ ଅନ୍ୱେଷଣ କରିବି।
Za jedno molim Jahvu, samo to ja tražim: da živim u Domu Jahvinu sve dane života svoga, da uživam milinu Jahvinu i Dom njegov gledam.
5 କାରଣ ବିପଦ ଦିନରେ ସେ ଆପଣା ଆବାସରେ ମୋତେ ଗୋପନ କରି ରଖିବେ; ସେ ଆପଣା ତମ୍ବୁର ଅନ୍ତରାଳରେ ମୋତେ ଲୁଚାଇବେ; ସେ ମୋତେ ଶୈଳ ଉପରକୁ ଉଠାଇବେ।
U sjenici svojoj on me zaklanja u dan kobni; skriva me u skrovištu Šatora svoga, na hridinu on me uzdiže.
6 ଏଣୁ ଏବେ ମୋʼ ଚତୁର୍ଦ୍ଦିଗସ୍ଥିତ ଶତ୍ରୁଗଣ ଉପରେ ମୋହର ମସ୍ତକ ଉନ୍ନତ ହେବ; ଆଉ, ମୁଁ ତାହାଙ୍କ ତମ୍ବୁରେ ଜୟଧ୍ୱନିର ବଳି ଉତ୍ସର୍ଗ କରିବି; ମୁଁ ଗାନ କରିବି, ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି।
I sada izdižem glavu iznad dušmana oko sebe. U njegovu ću Šatoru prinositi žrtve radosne, Jahvi ću pjevat' i klicati.
7 ହେ ସଦାପ୍ରଭୋ, ମୁଁ ଆପଣା ରବରେ ଡାକିବା ବେଳେ ଶୁଣ; ମୋʼ ପ୍ରତି ଦୟା କର ଓ ମୋତେ ଉତ୍ତର ଦିଅ।
Slušaj, o Jahve, glas moga vapaja, milostiv mi budi, usliši me!
8 ଯେତେବେଳେ ତୁମ୍ଭେ କହିଲ, “ତୁମ୍ଭେମାନେ ମୋହର ମୁଖ ଅନ୍ୱେଷଣ କର,” ମୋʼ ଅନ୍ତଃକରଣ ତୁମ୍ଭଙ୍କୁ କହିଲା, “ସଦାପ୍ରଭୋ, ମୁଁ ତୁମ୍ଭର ମୁଖ ଅନ୍ୱେଷଣ କରିବି।”
Moje mi srce govori: “Traži lice njegovo!” Da, lice tvoje, o Jahve, ja tražim.
9 ମୋʼ ଠାରୁ ଆପଣା ମୁଖ ଲୁଚାଅ ନାହିଁ; କ୍ରୋଧରେ ଆପଣା ଦାସକୁ ଦୂର କର ନାହିଁ; ତୁମ୍ଭେ ମୋହର ସହାୟ ହୋଇଅଛ; ହେ ମୋʼ ପରିତ୍ରାଣର ପରମେଶ୍ୱର, ମୋତେ ଦୂର କର ନାହିଁ, କିଅବା ପରିତ୍ୟାଗ କର ନାହିଁ।
Ne skrivaj lica svoga od mene. Ne odbij u gnjevu slugu svoga! Ti, Pomoći moja, nemoj me odbaciti! I ne ostavi me, Bože, Spasitelju moj!
10 କାରଣ ମୋହର ପିତା ଓ ମୋହର ମାତା ମୋତେ ପରିତ୍ୟାଗ କରିଅଛନ୍ତି, ମାତ୍ର ସଦାପ୍ରଭୁ ମୋତେ ଉଠାଇ ନେବେ।
Ako me otac i mati ostave, Jahve će me primiti.
11 ହେ ସଦାପ୍ରଭୋ, ମୋହର ଶତ୍ରୁଗଣ ସକାଶୁ ମୋତେ ତୁମ୍ଭର ମାର୍ଗ ଶିଖାଅ; ଓ ସରଳ ପଥରେ ମୋତେ କଢ଼ାଇ ନିଅ।
Nauči me, Jahve, putu svojemu, ravnom me stazom povedi poradi protivnika mojih.
12 ମୋʼ ବିପକ୍ଷଗଣର ବାଞ୍ଛାରେ ମୋତେ ସମର୍ପଣ କର ନାହିଁ; କାରଣ ମିଥ୍ୟାସାକ୍ଷୀମାନେ ଓ ନିଷ୍ଠୁରତାରୂପ ନିଶ୍ୱାସ ମାରିବା ଲୋକେ ମୋʼ ବିରୁଦ୍ଧରେ ଉଠିଅଛନ୍ତି।
Bijesu dušmana mojih ne predaj me, jer ustadoše na mene svjedoci lažni koji dašću nasiljem.
13 ମୁଁ ଜୀବିତମାନଙ୍କ ଦେଶରେ ସଦାପ୍ରଭୁଙ୍କର ମଙ୍ଗଳଭାବ ଦେଖିବାକୁ ବିଶ୍ୱାସ କରି ନ ଥିଲେ, ମୂର୍ଚ୍ଛିତ ହୋଇଥାʼନ୍ତି।
Vjerujem da ću uživati dobra Jahvina u zemlji živih.
14 ସଦାପ୍ରଭୁଙ୍କର ସାହାଯ୍ୟ ନିମନ୍ତେ ଅପେକ୍ଷା କର; ବଳବାନ ହୁଅ ଓ ତୁମ୍ଭର ଅନ୍ତଃକରଣ ସାହସିକ ହେଉ; ହଁ, ତୁମ୍ଭେ ସଦାପ୍ରଭୁଙ୍କର ଅନୁସରଣ କର।
U Jahvu se uzdaj, ojunači se, čvrsto nek' bude srce tvoje: u Jahvu se uzdaj!

< ଗୀତସଂହିତା 27 >