< ଗୀତସଂହିତା 28 >

1 ଦାଉଦଙ୍କର ଗୀତ। ହେ ସଦାପ୍ରଭୋ, ମୁଁ ତୁମ୍ଭ ନିକଟରେ ଡାକ ପକାଇବି; ହେ ମୋହର ଶୈଳ, ମୋʼ ପ୍ରତି ନୀରବ ହୁଅ ନାହିଁ; କେଜାଣି ତୁମ୍ଭେ ମୋʼ ପ୍ରତି ନୀରବ ହେଲେ, ମୁଁ ଗର୍ତ୍ତଗାମୀ ଲୋକମାନଙ୍କ ପରି ହେବି।
A psalm for David himself. Unto thee will I cry, O Lord: O my God, be not thou silent to me: lest thou be silent to me, I become like them that go down into the pit.
2 ମୁଁ ତୁମ୍ଭ ନିକଟରେ ଆର୍ତ୍ତନାଦ କଲା ବେଳେ, ତୁମ୍ଭ ମହାପବିତ୍ର ସ୍ଥାନ ଆଡ଼େ ଆପଣା ହସ୍ତ ଟେକିବା ବେଳେ, ମୋʼ ନିବେଦନର ରବ ଶ୍ରବଣ କର।
Hear, O Lord, the voice of my supplication, when I pray to thee; when I lift up my hands to thy holy temple.
3 ଦୁଷ୍ଟ ଓ ଅଧର୍ମାଚାରୀମାନଙ୍କ ସଙ୍ଗେ ମୋତେ ଟାଣି ନିଅ ନାହିଁ; ସେମାନେ ସ୍ୱ ସ୍ୱ ପ୍ରତିବାସୀମାନଙ୍କ ସଙ୍ଗେ ଶାନ୍ତିର କଥା କହନ୍ତି, ମାତ୍ର ସେମାନଙ୍କ ଅନ୍ତଃକରଣରେ ଅନିଷ୍ଟ ଥାଏ।
Draw me not away together with the wicked; and with the workers of iniquity destroy me not: Who speak peace with their neighbour, but evils are in their hearts.
4 ସେମାନଙ୍କ କର୍ମାନୁସାରେ ଓ ସେମାନଙ୍କ କ୍ରିୟାର ଦୁଷ୍ଟତାନୁସାରେ ସେମାନଙ୍କୁ ପ୍ରତିଫଳ ଦିଅ; ସେମାନଙ୍କ ହସ୍ତର କର୍ମାନୁରୂପ ଫଳ ସେମାନଙ୍କୁ ଦିଅ; ସେମାନଙ୍କୁ ସମୁଚିତ ଫଳ ଭୋଗ କରାଅ।
Give them according to their works, and according to the wickedness of their inventions. According to the works of their hands give thou to them: render to them their reward.
5 ସେମାନେ ସଦାପ୍ରଭୁଙ୍କ କ୍ରିୟା ଓ ତାହାଙ୍କ ହସ୍ତର କର୍ମସକଳ ବିବେଚନା ନ କରିବାରୁ ସେ ସେମାନଙ୍କୁ ଭାଙ୍ଗି ପକାଇବେ ଓ ସେମାନଙ୍କୁ ଗଢ଼ିବେ ନାହିଁ।
Because they have not understood the works of the Lord, and the operations of his hands: thou shalt destroy them, and shalt not build them up.
6 ସଦାପ୍ରଭୁ ଧନ୍ୟ ହେଉନ୍ତୁ, କାରଣ ସେ ମୋʼ ନିବେଦନର ରବ ଶୁଣିଅଛନ୍ତି।
Blessed be the Lord, for he hath heard the voice of my supplication.
7 ସଦାପ୍ରଭୁ ମୋହର ବଳ ଓ ମୋହର ଢାଲ; ମୋହର ଅନ୍ତଃକରଣ ତାହାଙ୍କଠାରେ ଭରସା ରଖିଅଛି ଓ ମୁଁ ସାହାଯ୍ୟ ପାଇଅଛି; ଏହେତୁ ମୋʼ ଅନ୍ତଃକରଣ ଅତ୍ୟନ୍ତ ଉଲ୍ଲାସ କରୁଅଛି; ଆଉ, ମୁଁ ନିଜ ଗୀତରେ ତାହାଙ୍କର ପ୍ରଶଂସା କରିବି।
The Lord is my helper and my protector: in him hath my heart confided, and I have been helped. And my flesh hath flourished again, and with my will I will give praise to him.
8 ସଦାପ୍ରଭୁ ସେମାନଙ୍କର ବଳ ଓ ଆପଣା ଅଭିଷିକ୍ତ ପ୍ରତି ପରିତ୍ରାଣର ଦୃଢ଼ ଦୁର୍ଗ ଅଟନ୍ତି।
The Lord is the strength of his people, and the protector of the salvation of his anointed.
9 ଆପଣା ଲୋକମାନଙ୍କୁ ତ୍ରାଣ କର ଓ ଆପଣା ଅଧିକାରକୁ ଆଶୀର୍ବାଦ କର; ସେମାନଙ୍କୁ ପ୍ରତିପାଳନ କର ଓ ଅନନ୍ତକାଳ ସେମାନଙ୍କୁ ବହନ କର।
Save, O Lord, thy people, and bless thy inheritance: and rule them and exalt them for ever.

< ଗୀତସଂହିତା 28 >