< ଗୀତସଂହିତା 28 >
1 ଦାଉଦଙ୍କର ଗୀତ। ହେ ସଦାପ୍ରଭୋ, ମୁଁ ତୁମ୍ଭ ନିକଟରେ ଡାକ ପକାଇବି; ହେ ମୋହର ଶୈଳ, ମୋʼ ପ୍ରତି ନୀରବ ହୁଅ ନାହିଁ; କେଜାଣି ତୁମ୍ଭେ ମୋʼ ପ୍ରତି ନୀରବ ହେଲେ, ମୁଁ ଗର୍ତ୍ତଗାମୀ ଲୋକମାନଙ୍କ ପରି ହେବି।
Zaburi ya Daudi. Ninakuita wewe, Ee Bwana, Mwamba wangu; usiwe kwangu kama kiziwi. Kwa sababu ukinyamaza nitafanana na walioshuka shimoni.
2 ମୁଁ ତୁମ୍ଭ ନିକଟରେ ଆର୍ତ୍ତନାଦ କଲା ବେଳେ, ତୁମ୍ଭ ମହାପବିତ୍ର ସ୍ଥାନ ଆଡ଼େ ଆପଣା ହସ୍ତ ଟେକିବା ବେଳେ, ମୋʼ ନିବେଦନର ରବ ଶ୍ରବଣ କର।
Sikia kilio changu unihurumie ninapokuita kwa ajili ya msaada, niinuapo mikono yangu kuelekea Patakatifu pa Patakatifu pako.
3 ଦୁଷ୍ଟ ଓ ଅଧର୍ମାଚାରୀମାନଙ୍କ ସଙ୍ଗେ ମୋତେ ଟାଣି ନିଅ ନାହିଁ; ସେମାନେ ସ୍ୱ ସ୍ୱ ପ୍ରତିବାସୀମାନଙ୍କ ସଙ୍ଗେ ଶାନ୍ତିର କଥା କହନ୍ତି, ମାତ୍ର ସେମାନଙ୍କ ଅନ୍ତଃକରଣରେ ଅନିଷ୍ଟ ଥାଏ।
Usiniburute pamoja na waovu, pamoja na hao watendao mabaya, ambao huzungumza na jirani zao maneno mazuri, lakini mioyoni mwao wameficha chuki.
4 ସେମାନଙ୍କ କର୍ମାନୁସାରେ ଓ ସେମାନଙ୍କ କ୍ରିୟାର ଦୁଷ୍ଟତାନୁସାରେ ସେମାନଙ୍କୁ ପ୍ରତିଫଳ ଦିଅ; ସେମାନଙ୍କ ହସ୍ତର କର୍ମାନୁରୂପ ଫଳ ସେମାନଙ୍କୁ ଦିଅ; ସେମାନଙ୍କୁ ସମୁଚିତ ଫଳ ଭୋଗ କରାଅ।
Walipe sawasawa na matendo yao, sawasawa na matendo yao maovu; walipe sawasawa na kazi za mikono yao, uwalipe wanavyostahili.
5 ସେମାନେ ସଦାପ୍ରଭୁଙ୍କ କ୍ରିୟା ଓ ତାହାଙ୍କ ହସ୍ତର କର୍ମସକଳ ବିବେଚନା ନ କରିବାରୁ ସେ ସେମାନଙ୍କୁ ଭାଙ୍ଗି ପକାଇବେ ଓ ସେମାନଙ୍କୁ ଗଢ଼ିବେ ନାହିଁ।
Kwa kuwa hawaheshimu kazi za Bwana, na yale ambayo mikono yake imetenda, atawabomoa na kamwe hatawajenga tena.
6 ସଦାପ୍ରଭୁ ଧନ୍ୟ ହେଉନ୍ତୁ, କାରଣ ସେ ମୋʼ ନିବେଦନର ରବ ଶୁଣିଅଛନ୍ତି।
Bwana asifiwe, kwa maana amesikia kilio changu nikimwomba anihurumie.
7 ସଦାପ୍ରଭୁ ମୋହର ବଳ ଓ ମୋହର ଢାଲ; ମୋହର ଅନ୍ତଃକରଣ ତାହାଙ୍କଠାରେ ଭରସା ରଖିଅଛି ଓ ମୁଁ ସାହାଯ୍ୟ ପାଇଅଛି; ଏହେତୁ ମୋʼ ଅନ୍ତଃକରଣ ଅତ୍ୟନ୍ତ ଉଲ୍ଲାସ କରୁଅଛି; ଆଉ, ମୁଁ ନିଜ ଗୀତରେ ତାହାଙ୍କର ପ୍ରଶଂସା କରିବି।
Bwana ni nguvu zangu na ngao yangu, moyo wangu umemtumaini yeye, nami nimesaidiwa. Moyo wangu unarukaruka kwa furaha nami nitamshukuru kwa wimbo.
8 ସଦାପ୍ରଭୁ ସେମାନଙ୍କର ବଳ ଓ ଆପଣା ଅଭିଷିକ୍ତ ପ୍ରତି ପରିତ୍ରାଣର ଦୃଢ଼ ଦୁର୍ଗ ଅଟନ୍ତି।
Bwana ni nguvu ya watu wake, ngome ya wokovu kwa mpakwa mafuta wake.
9 ଆପଣା ଲୋକମାନଙ୍କୁ ତ୍ରାଣ କର ଓ ଆପଣା ଅଧିକାରକୁ ଆଶୀର୍ବାଦ କର; ସେମାନଙ୍କୁ ପ୍ରତିପାଳନ କର ଓ ଅନନ୍ତକାଳ ସେମାନଙ୍କୁ ବହନ କର।
Waokoe watu wako na uubariki urithi wako; uwe mchungaji wao na uwabebe milele.