< ଗୀତସଂହିତା 29 >
1 ଦାଉଦଙ୍କର ଗୀତ। ହେ ବିକ୍ରମୀ-ସନ୍ତାନଗଣ, ସଦାପ୍ରଭୁଙ୍କର କୀର୍ତ୍ତନ କର, ସଦାପ୍ରଭୁଙ୍କର ଗୌରବ ଓ ପରାକ୍ରମ କୀର୍ତ୍ତନ କର।
A Psalm of David. Ascribe to the LORD, O heavenly beings, ascribe to the LORD glory and strength.
2 ସଦାପ୍ରଭୁଙ୍କ ନାମର ଗୌରବ କୀର୍ତ୍ତନ କର; ପବିତ୍ରତାର ସୌନ୍ଦର୍ଯ୍ୟରେ ସଦାପ୍ରଭୁଙ୍କୁ ପ୍ରଣାମ କର।
Ascribe to the LORD the glory due His name; worship the LORD in the splendor of His holiness.
3 ଜଳରାଶି ଉପରେ ସଦାପ୍ରଭୁଙ୍କର ରବ ଅଛି; ଗୌରବମୟ ପରମେଶ୍ୱର ବଜ୍ରନାଦ କରନ୍ତି, ସଦାପ୍ରଭୁ ଅପାର ଜଳରାଶି ଉପରେ ବିଦ୍ୟମାନ।
The voice of the LORD is over the waters; the God of glory thunders; the LORD is heard over many waters.
4 ସଦାପ୍ରଭୁଙ୍କ ରବ ଶକ୍ତିବିଶିଷ୍ଟ; ସଦାପ୍ରଭୁଙ୍କ ରବ ପ୍ରତାପପୂର୍ଣ୍ଣ।
The voice of the LORD is powerful; the voice of the LORD is majestic.
5 ସଦାପ୍ରଭୁଙ୍କ ରବ ଏରସ ବୃକ୍ଷମାନ ଭାଙ୍ଗି ପକାଏ; ହଁ, ସଦାପ୍ରଭୁ ଲିବାନୋନର ଏରସ ବୃକ୍ଷସବୁ ଖଣ୍ଡ ଖଣ୍ଡ କରି ଭାଙ୍ଗି ପକାନ୍ତି।
The voice of the LORD breaks the cedars; the LORD shatters the cedars of Lebanon.
6 ମଧ୍ୟ ସେ ସେମାନଙ୍କୁ ଗୋବତ୍ସ ପରି; ଲିବାନୋନ ଓ ସିରିୟୋନକୁ ଅରଣା ଛୁଆ ପରି ନଚାନ୍ତି।
He makes Lebanon skip like a calf, and Sirion like a young wild ox.
7 ସଦାପ୍ରଭୁଙ୍କ ରବ ଅଗ୍ନିଶିଖା ବିଭକ୍ତ କରେ।
The voice of the LORD strikes with flames of fire.
8 ସଦାପ୍ରଭୁଙ୍କ ରବ ପ୍ରାନ୍ତରକୁ କମ୍ପିତ କରେ; ସଦାପ୍ରଭୁ କାଦେଶର ପ୍ରାନ୍ତରକୁ କମ୍ପିତ କରନ୍ତି।
The voice of the LORD shakes the wilderness; the LORD shakes the Wilderness of Kadesh.
9 ସଦାପ୍ରଭୁଙ୍କ ରବ ହରିଣୀମାନଙ୍କୁ ପ୍ରସବ କରାଏ ଓ ବନସମୂହକୁ ବିବସ୍ତ୍ର କରେ; ପୁଣି, ତାହାଙ୍କ ମନ୍ଦିରରେ ସମସ୍ତ ବିଷୟ “ଗୌରବ, ଗୌରବ” ବୋଲି କହନ୍ତି।
The voice of the LORD twists the oaks and strips the forests bare. And in His temple all cry, “Glory!”
10 ସଦାପ୍ରଭୁ ଜଳପ୍ଲାବନରେ ରାଜା ତୁଲ୍ୟ ଉପବିଷ୍ଟ ହେଲେ; ହଁ, ସଦାପ୍ରଭୁ ଅନନ୍ତକାଳ ରାଜା ତୁଲ୍ୟ ଉପବିଷ୍ଟ ଅଟନ୍ତି।
The LORD sits enthroned over the flood; the LORD is enthroned as King forever.
11 ସଦାପ୍ରଭୁ ଆପଣା ଲୋକମାନଙ୍କୁ ବଳ ଦେବେ; ସଦାପ୍ରଭୁ ଆପଣା ଲୋକମାନଙ୍କୁ ଶାନ୍ତି ଦେଇ ଆଶୀର୍ବାଦ କରିବେ।
The LORD gives His people strength; the LORD blesses His people with peace.