< ଗୀତସଂହିତା 3 >
1 ଦାଉଦଙ୍କର ଆପଣା ପୁତ୍ର ଅବଶାଲୋମ ନିକଟରୁ ପଳାୟନକାଳୀନ ଗୀତ। ହେ ସଦାପ୍ରଭୋ, ମୋହର ବିପକ୍ଷମାନେ କିପରି ବଢ଼ିଅଛନ୍ତି। ମୋʼ ବିରୁଦ୍ଧରେ ଉତ୍ଥିତ ଲୋକ ଅନେକ।
Zabura ta Dawuda. Sa’ad da ya gudu daga ɗansa Absalom. Ya Ubangiji, abokan gābana nawa ne! Su nawa suke gāba da ni!
2 ଅନେକେ ମୋʼ ପ୍ରାଣ ବିଷୟରେ କହନ୍ତି, ପରମେଶ୍ୱରଙ୍କ ନିକଟରେ ତାହା ପାଇଁ ପରିତ୍ରାଣ ନାହିଁ। (ସେଲା)
Da yawa suna magana a kaina suna cewa, “Allah ba zai cece shi ba.” (Sela)
3 ମାତ୍ର ହେ ସଦାପ୍ରଭୋ, ତୁମ୍ଭେ ମୋʼ ଚତୁର୍ଦ୍ଦିଗରେ ଢାଲ ସ୍ୱରୂପ; ମୋହର ଗୌରବ ଓ ମୋʼ ମସ୍ତକ ଉଠାଇବା କର୍ତ୍ତା ଅଟ।
Amma kai ne garkuwa kewaye da ni, ya Ubangiji; ka ba ni ɗaukaka ka kuma ɗaga kaina.
4 ମୁଁ ଆପଣା ରବରେ ସଦାପ୍ରଭୁଙ୍କୁ ଡାକେ, ପୁଣି, ସେ ଆପଣା ପବିତ୍ର ପର୍ବତରୁ ମୋତେ ଉତ୍ତର ଦିଅନ୍ତି। (ସେଲା)
Ga Ubangiji na yi kuka mai ƙarfi, ya kuwa amsa mini daga tudunsa mai tsarki. (Sela)
5 ମୁଁ ଶୟନ କରି ନିଦ୍ରାଗତ ହେଲି; ମୁଁ ଜାଗ୍ରତ ହେଲି; କାରଣ ସଦାପ୍ରଭୁ ମୋତେ ରକ୍ଷା କରନ୍ତି।
Na kwanta na yi barci; na kuma farka, gama Ubangiji yana kiyaye ni.
6 ମୁଁ ଆପଣା ପ୍ରତିକୂଳରେ ପରିବେଷ୍ଟିତ ଅୟୁତ ଅୟୁତ ଲୋକଙ୍କୁ ଭୟ କରିବି ନାହିଁ।
Ba zan ji tsoro ko dubu goma suka ja dāgā gāba da ni a kowane gefe ba.
7 ହେ ସଦାପ୍ରଭୋ, ଉଠ; ହେ ମୋହର ପରମେଶ୍ୱର, ମୋତେ ପରିତ୍ରାଣ କର। କାରଣ ତୁମ୍ଭେ ମୋହର ଶତ୍ରୁ ସମସ୍ତଙ୍କ କଳହାଡ଼ରେ ଆଘାତ କରିଅଛ; ତୁମ୍ଭେ ଦୁଷ୍ଟମାନଙ୍କ ଦନ୍ତ ଭାଙ୍ଗି ପକାଇଅଛ।
Ka tashi Ya Ubangiji! Ka cece ni, ya Allahna! Ka bugi dukan abokan gābana a muƙamuƙi; ka kakkarya haƙoran mugaye.
8 ପରିତ୍ରାଣ ସଦାପ୍ରଭୁଙ୍କର ଅଧିକାର; ତୁମ୍ଭ ଲୋକମାନଙ୍କ ଉପରେ ତୁମ୍ଭର ଆଶୀର୍ବାଦ ବର୍ତ୍ତୁ। (ସେଲା)
Daga wurin Ubangiji ne ceto kan zo. Bari albarkanka yă kasance a kan mutanenka. (Sela)